Advertisement
Photo Details/zeeodisha/odisha1836874
photoDetails0hindi

Horoscope Today: ଆୟ ବୃଦ୍ଧି ସହ ଏହି ୪ ରାଶିଙ୍କୁ ମିଳିବ ଶୁଭଫଳ! ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

Horoscope Today: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ ।

1/12

ମେଷ ରାଶି: ଆଜି ଦିନ ତମାମ ମନ ପ୍ରସନ୍ନ ରହିବ । ଦୀର୍ଘ ଦିନରୁ ଅଟକି ଥିବା କାମ ସଂପୂର୍ଣ୍ଣ ହେବ । ଉତ୍ସାହର ସହ ସମସ୍ତ କାର୍ଯ୍ୟ ତୁଳାଇବେ । କୋର୍ଟ କଚେରୀ ମକଦ୍ଦମା ଆପଣଙ୍କ ସପକ୍ଷରେ ଯିବ । ଘରେ କୌଣସି ଶୁଭ କାର୍ଯ୍ୟ ହେବା ନେଇ ଯୋଗ ରହିଛି ।

2/12

ବୃଷ ରାଶି: ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ । ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ ।

3/12

ମିଥୁନ ରାଶି: ଉଚ୍ଚ ଆଶା ଫଳବତୀ ହେବ । ରୋଜଗାର ଆଶନୁରୂପ ହେବ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଜୀବନସାଥୀଙ୍କ ସହ ସମ୍ପର୍କ ମଧୁର ହେବ ।

4/12

କର୍କଟ ରାଶି: ସ୍ବାସ୍ଥ୍ୟ ଭଲ ରହିବ ନାହିଁ, ଫଳରେ କୌଣସି କାର୍ଯ୍ୟ ସଠିକ୍ ଭାବେ ତୁଳାଇପାରିବେ ନାହିଁ । ଧାର କରଜ କରିପାରନ୍ତି । ଶତ୍ରୁ ବୃଦ୍ଧି ପାଇବେ । ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ । 

5/12

ସିଂହ ରାଶି: ବ୍ୟବସାୟ ଲାଭଜନକ ହେବ । ପରିଶ୍ରମର ମୂଲ୍ୟ ମିଳିବ । ମନ ପ୍ରସନ୍ନ ରହିବ । ଥଣ୍ଡା-କଫ ଜନିତ ପୀଡା ଅନୁଭବ କରିବେ । ଦୂରସ୍ଥାନକୁ ଯାତ୍ରା ସମୟରେ ସତର୍କ ରୁହନ୍ତୁ ।

6/12

କନ୍ୟା ରାଶି: ବ୍ୟବସାୟରେ ଅର୍ଥ ବିନିଯୋଗ କରି ପ୍ରଚୁର ଧନ ଅର୍ଜନ କରିବେ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ପାଇବେ । ସର୍ବସୁଖ ଲାଭ କରିପାରନ୍ତି । ପୁନର୍ବସୁ କ୍ଷେତ୍ରରେ ସାମାନ୍ୟ ଶୁଭଫଳ ।

7/12

ତୁଳା ରାଶି: ରାଜନୀତି ଆଡକୁ ମନ ବଳାଇ ପାରନ୍ତି । କାର୍ଯ୍ୟରେ ବାଧା ଉପୁଜି ପାରେ । ଥଣ୍ଡା-କଫ ଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ମହିଳାମାନଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିବ ।

8/12

ବିଛା ରାଶି: କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟ ଲାଭଜନକ ହେବ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ ।

9/12

ଧନୁ ରାଶି: ଆନୁଷ୍ଠାନିକ କ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସ୍ଥଗିତ କାମକୁ ପୂରା କରିବା ନେଇ ନିଷ୍ପତ୍ତି ନେବେ । ପିତାମାତାଙ୍କ ସମସ୍ତ ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ହେବ। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ଭଲ ରହିବ

10/12

ମକର ରାଶି: ସାମୂହିକ କାର୍ଯ୍ୟରେ ଆଗେଇବେ । ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ମଧୁରଭାଷା ବ୍ୟବହାର କରି ଅନୁସରଣକାରୀଙ୍କୁ ଉତ୍ସାହିତ କରିବେ । ସାନ ଭାଇଙ୍କଠାରୁ ଆଦର ମିଳିବ ।

11/12

କୁମ୍ଭ ରାଶି: ଶାରିରୀକ ସୁସ୍ଥତା ଲାଭ କରିବେ । ଦାନ ଧର୍ମ ପ୍ରତି ମନ ବଳିବ । କାର୍ଯ୍ୟାଳୟରେ କାର୍ଯ୍ୟଚାପ ରହିବ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭ ପ୍ରଦ ହେବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ଅପରାହ୍ନରେ ଶୁଭଖବର ପ୍ରାପ୍ତ ହେବ ।

12/12

ମୀନ ରାଶି: ଚିନ୍ତାଗ୍ରସ୍ତ ରହିବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଶତ୍ରୁ ବୃଦ୍ଧି ପାଇବେ । ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।