Advertisement
Photo Details/zeeodisha/odisha1860683
photoDetails0hindi

Horoscope Today Sep 8 2023: ସାବଧାନ ରୁହନ୍ତୁ ଏହି ୪ଟି ରାଶି, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଶୁକ୍ରବାର

Horoscope Today: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । 

 

1/12

ମେଷ ରାଶି: ସାଧାରଣ କଥାକୁ କେନ୍ଦ୍ର କରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଭଳ ରହିବ ନାହିଁ। ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣା ହେବ। ଯାତ୍ରା, ବାଣିଜ୍ୟରେ ଲାଭବାନ ହେବେ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ସତ କିନ୍ତୁ ଅବହେଳା ଜନିତ କୌଣସି ଉପଚାର କରିବା ସହଜସାଧ୍ୟ ନ ହୋଇପାରେ।

2/12

ବୃଷ ରାଶି: ଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ । ପରିବାର, ଯାନବାହନ, ପରିବହନ ଓ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ବିଗତ ଦିନର ସମସ୍ୟା ଗୁଡ଼ିକର ସମାଧାନ ସକାଶେ ବିଭିନ୍ନ ପ୍ରକାର ଚିନ୍ତା ମନକୁ ଆନ୍ଦୋଳିତ କରିବ। ଖଳଲୋକଙ୍କ କଥାକୁ ସତ ମଣି ପରିବାରରେ ଅଶାନ୍ତି ବଢିବ ।

3/12

ମିଥୁନ ରାଶି: ଆଜିର ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ଅନ୍ୟମନସ୍କ ହେତୁ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇପାରନ୍ତି। ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି, ତଥାପି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ।

4/12

କର୍କଟ ରାଶି: କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିପାରନ୍ତି। ଦୀର୍ଘ ଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ କିନ୍ତୁ ବିବାଦୀୟ ପରିସ୍ଥିତି କିମ୍ବା ମାଲି ମକଦ୍ଦମାରେ ସଫଳତା ପାଇବେ ନାହିଁ । ଉଚ୍ଚ ପଦାଧିକାରୀଙ୍କ ନିକଟରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ।

5/12

ସିଂହ ରାଶି: ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଆଜି ଦିନଟି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ।

6/12

କନ୍ୟା ରାଶି: ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ମନ ହାଲୁକା ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି ହେବ। ଗୃହ, ଜମି ଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଉପକୃତ ହେବେ। ଧାର କରଜ କରି ଆବଶ୍ୟକତା ପୂରଣ କରିବା ପାଇଁ ମନସ୍ଥ କରିପାରନ୍ତି।

7/12

ତୁଳା ରାଶି: ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶକରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ ଘଟଣାକୁ କେନ୍ଦ୍ର କରି ଓ ବିତର୍କ ଘଟିପାରେ। ଖର୍ଚ୍ଚ ଭାର ଯୋଗୁଁ ଚିନ୍ତାପ୍ରକଟ କରିବେ। ପାଖ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ ।

8/12

ବିଛା ରାଶି: ଆଜି ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରି ପାରିବେ। ପାଇବାକୁ ଥିବା ଅର୍ଥକୁ କେନ୍ଦ୍ର କରି କଳହର ସମ୍ମୁଖୀନ ହୋଇପାରନ୍ତି। କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।

9/12

ଧନୁ ରାଶି: ମାନସିକ ସ୍ଥିତି ଠିକ୍‌ ରହିବନାହିଁ। କାରବାର ବୃଦ୍ଧି ହେତୁ ଆର୍ଥିକ ସ୍ବଚ୍ଛଳତା ଫେରିବ । ଅନ୍ୟମନସ୍କତା ହେତୁ କୌଣସି ପ୍ରିୟର ବସ୍ତୁକୁ ହରାଇପାରନ୍ତି। ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ।

10/12

ମକର ରାଶି: ପ୍ରଶଂସା ପାଇ ଖୁସୀ ହେବେ। ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ। ଆନୁଷ୍ଠାନିକ କାମରେ ସତ କଥା କହି ପ୍ରଶଂସିତ ହୋଇପାରନ୍ତି।

11/12

କୁମ୍ଭ ରାଶି: କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। ଖବର ପାଇ ଖୁସି ହୋଇପାରନ୍ତି। ପାରିବାରିକ ସମସ୍ୟା, ହଜିଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିବ।

12/12

ମୀନ ରାଶି: ଅର୍ଥଲାଭ ସହ ସମସ୍ୟା ସମାଧାନ ପାଇଁ ରାସ୍ତା ବାହାରିବ । ପରିବାରେ ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ଲୋକଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡିବ।