Advertisement
Photo Details/zeeodisha/odisha2000719
photoDetails0hindi

Horoscope: ୩ଟି ରାଶି ଉପରକୁ ମାଡ଼ି ଆସିବ ସଙ୍କଟ! ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

Today Horoscope: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

 

1/12

ମେଷ ରାଶି- ପରିଶ୍ରମରୁ ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କର୍ମ କ୍ଷେତ୍ରରେ ଉନ୍ନତି ହେବ।  ଦୀର୍ଘ ଦିନରୁ ଭାବୁଥିବା କାମଟି ପୂରଣ ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ ।

2/12

ବୃଷ ରାଶି- ଅଚାନକ ଧନପ୍ରାପ୍ତି ନେଇ ଯୋଗ ରହିଛି। ଦୂରଯାତ୍ରା ସଫଳ ହେବେ। ପରିବାରରେ ସୁଖ-ଶାନ୍ତି ବୃଦ୍ଧି ପାଇବ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନ ସମ୍ମାନ ମିଳିବ । ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

3/12

ମିଥୁନ ରାଶି- ବ୍ୟବସାୟୀମାନେ ନୂତନ କାରବାର ଆରମ୍ଭ ନେଇ ଚିନ୍ତା କରିବେ । ନୂତନ ନିଯୁକ୍ତି ନେଇ ଯୋଗ ସୃଷ୍ଟି ହୋଇପାରେ। ସୁଖ, ସମୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମକଦ୍ଦମାରେ କୃତକାର୍ଯ୍ୟ ହେବେ। ପରିବାର ଲୋକଙ୍କ ସହ ସଂପର୍କ ମଧୁର ହେବ ।

4/12

କର୍କଟ ରାଶି- ସୂଚାରୁ ରୂପେ ସମସ୍ତ କାର୍ଯ୍ୟ ତୁଳାଇବେ । ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହେବେ । ଆୟ ଉତ୍ତମ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଦୀର୍ଘ ଦିନରୁ ଭାବୁଟିବା କାର୍ଯ୍ୟଟି ଆଜି ପୂରଣ ହେବ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନ ସମ୍ମାନ ମିଳିବ । ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ପାଇବ ।

5/12

ସିଂହ ରାଶି- ସ୍ୱାସ୍ଥ୍ୟ ଭଲ ରହିବ । ଦୂରଯାତ୍ରା ଶୁଭପ୍ରଦ ହେବ । ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିବ । ପୂର୍ବରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସି ହେବେ ।

6/12

କନ୍ୟା ରାଶି- ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିବ। କଟୁ ବ୍ୟବହାର ପାଇଁ ସମ୍ପର୍କୀୟମାନେ ଦୂରେଇ ଯାଇପାରନ୍ତି। ଦମ୍ପତିମାନଙ୍କ ଲାଗି ଦିନଟି ଭଲ ରହିବ । ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ ପୂର୍ବ ଯୋଜନା ମୁତାବକ କର୍ମରେ ନିଯୁକ୍ତ ହେବେ। ପାରିବାରିକ କ୍ଷେତ୍ରରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି।

7/12

ତୁଳା ରାଶି- ବ୍ୟାପାରରେ ଲାଭ ହେବ । ମିତ୍ରମାନଙ୍କ ସହ ସାକ୍ଷାତ କରି ମନ ଭଲ ରହିବ। ଅବିବାହିତଙ୍କ ବିବାହ ସ୍ଥିର ହେବା ନେଇ ଯୋଗ ରହିଛି । ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟ ଭଲ ରହିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟୀ ରହିବ ।

8/12

ବିଛା ରାଶି- ଆଜି ପିତାମାତାଙ୍କ ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ମାନସିକ ଅବସାଦ ଦେଖାଦେବ । କର୍ମ ଚାପ ବଢିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ଦୂରଯାତ୍ରା କରନ୍ତୁ ନାହିଁ । 

9/12

ଧନୁ ରାଶି- ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦ ମିଳିପାରେ । ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ ବିବାଦରେ ପଡ଼ନ୍ତୁ ନାହିଁ। ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। ଦୂରଯାତ୍ରା ନ କରିବା ଭଲ ।

10/12

ମକର ରାଶି- ଶାରୀରିକ ସୁସ୍ଥତା ଲାଭ କରିବେ। ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ ଦିନଟି ଶୁଭପ୍ରଦ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । 

11/12

କୁମ୍ଭ ରାଶି- ଆଜି ଉତ୍ସାହ ପୂର୍ବକ ଭାବେ ସମସ୍ତ ଦାୟିତ୍ୱ ତୁଳାଇବେ। ବ୍ୟବସାୟ ଲାଭପ୍ରଦ ହେବ। ଶାରୀରିକ ଓ ମାନସିକ ସ୍ଵାସ୍ଥ୍ୟ ଭଲ ରହିବ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ କରି ମନ ଭଲ ରହିବ ।

12/12

ମୀନ ରାଶି- ଆଳସ୍ୟ ଓ ଥକ୍କା ଅନୁଭବ କରିବେ। ଆଜି କୌଣସି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବ୍ୟାପାରରେ ବାଧା ଆସିପାରେ। ଦୂରଯାତ୍ରା ସଫଳ ହେବ। ନୂତନ ଜମି କିଣିବା ନେଇ ସୂତ୍ରପାତ ହୋଇପାରେ । ଜୀବନସାଥୀଙ୍କ ସହଯୋଗ ମିଳିବ ।