Advertisement
photoDetails0hindi

Today Horoscope: ଜାଣନ୍ତୁ ଆଜି କେଉଁ ରାଶିର ବିଗିଡ଼ିବ କାମ, କାହାକୁ ମିଳିବ ଶୁଭଫଳ?

Today Horoscope: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ରହିଥାଆନ୍ତି । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

1/12

ମେଷ ରାଶି: ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ। କର୍ମକ୍ଷେତ୍ରରେ କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କଲେ ଭଲ ହେବ।

2/12

ବୃଷ ରାଶି: ଆଜି ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।

3/12

ମିଥୁନ ରାଶି: ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଖାଦ୍ୟ ବ୍ୟବସାୟୀ ମାନେ ଲାଭବାନ ହେବେ। ନୂଆ ନିଯୁକ୍ତି ନେଇ ଯୋଗ ରହିଛି। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମକଦ୍ଦମାରେ ସଫଳତା ମିଳିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ।

4/12

କର୍କଟ ରାଶି: ଯାତ୍ରା ସମୟରେ ସତର୍କ ରୁହନ୍ତୁ । କର୍ମ କ୍ଷେତ୍ରରେ ବାଧାବିଘ୍ନ ଓ ବିବାଦ ଦେଖାଦେବ। ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ ନାହିଁ। ବନ୍ଧୁଙ୍କ ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନ ପନ୍ଥା ଅନୁସରଣ କରିବେ।

5/12

ସିଂହ ରାଶି: ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାରରେ ଲାଗି ରହିଥିବା ସମସ୍ୟା ଦୂର ହେବ। ଧନ ଲାଭ ଯୋଗୁଁ ମନ ଖୁସି ରହିବ। କାର୍ଯ୍ୟ ପୂରଣରେ ବିଳମ୍ବ ହେବ। ସମୟ ହସ ଖୁସିରେ ବିତିବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ।

6/12

କନ୍ୟା ରାଶି: ବ୍ୟୟ ବହୁଳତା ମଧ୍ୟରେ କାର୍ଯ୍ୟସିଦ୍ଧି ହେବ। ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ। କର୍ମ କ୍ଷେତ୍ରରେ ପଦୋନ୍ନତି ସହ ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ ନେଇ ଯୋଗ ରହିଛି। ଜୀବନସାଥୀଙ୍କ ସହ ସମ୍ପର୍କ ମଧୁର ହେବେ । ବନ୍ଧୁମାନଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟା ବଢ଼ାଇବ।

7/12

ତୁଳା ରାଶି: ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ।  ସାମାଜିକ କାର୍ଯ୍ୟରେ ସଫଳତା ଓ ମାନ ସମ୍ମାନ ବୃଦ୍ଧି ହେବ। ଯାତ୍ରା ସମୟରେ ଆନନ୍ଦରେ ସମୟ କଟିବ।

8/12

ବିଛା ରାଶି: ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ। ବିଦ୍ୟାର୍ଥୀ ଓ କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ ।

9/12

ଧନୁ ରାଶି: ପରିଶ୍ରମର ଆଶାଜନକ ଫଳପ୍ରାପ୍ତି ହେବନାହିଁ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କର୍ମ କ୍ଷେତ୍ରରେ ଉନ୍ନତି ହେବ। ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ। ଧନହାନୀ ନେଇ ଯୋଗ ରହିଛି ।

10/12

ମକର ରାଶି: ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ଦେଖାଦେବ। ବିବାଦୀୟ ପରିସ୍ଥିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବାକୁ ଚେଷ୍ଟା କରିବେ।

11/12

କୁମ୍ଭ ରାଶି: ଗୁରୁଜନ ଓ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ । ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ। ପ୍ରତିଯୋଗିତାରେ ବିଜୟୀ ହେବେ।

12/12

ମୀନ ରାଶି: ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ହୋଇପାରେ । ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଜନମଙ୍ଗଳ କାର୍ଯ୍ୟ କିମ୍ବା ସଭା ସମିତିରେ ଯୋଗ ଦେଇ ପ୍ରଶଂସିତ ହେବେ।