Advertisement
photoDetails0hindi

Horoscope Today : ଆୟ ବଢିବା ସହ ବ୍ୟବସାୟରେ ହେବ ବୃଦ୍ଧି! ଜାଣନ୍ତୁ ଆଜିର ରାଶିଫଳ ଓ କେମିତି କଟିବ ଆପଣଙ୍କ ଦିନ

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

1/12

ମେଷ ରାଶି:ଆଜି ଆପଣଙ୍କ ସମ୍ମାନ ବୃଦ୍ଧି ପାଇବ ଏବଂ ସମ୍ପର୍କ ସୁଦୃଢ଼ ହେବ। ଅନାବଶ୍ୟକ କାର୍ଯ୍ୟରୁ ନିବୃତ ରହିବାକୁ ଚେଷ୍ଟା କରନ୍ତୁ। ମାନସିକ ଶାନ୍ତି ପାଇଁ ହନୁମାନ ଚାଳିଶା ପାଠ କରନ୍ତୁ।

2/12

ବୃଷ ରାଶି: ଦୃଢମନା ହେବେ । ଋଣ ପରିଶୋଧ ଶାନ୍ତି ମିଳିବ । ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବା ନେଇ ଯୋଗ ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

3/12

ମିଥୁନ ରାଶି: କର୍ମ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖ ଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ରହିବ । ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ  ଦିନଟି ଶୁଭପ୍ରଦ ହେବ । 

4/12

କର୍କଟ ରାଶି: ସୂଚାରୁ ରୂପେ ସମସ୍ତ କାର୍ଯ୍ୟ ତୁଳାଇବେ । ସ୍ୱାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବେ । କାର୍ଯ୍ୟାଳୟରେ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଆୟ ବଢିବ । ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କଟିବ ।

5/12

ସିଂହ ରାଶି: ସ୍ୱାସ୍ଥ୍ୟ ଭଲ ରହିବ । ଦୂରଯାତ୍ରା ଶୁଭପ୍ରଦ ହେବ । ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିବ । ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ ।

6/12

କନ୍ୟା ରାଶି: ସମସ୍ତ କାର୍ଯ୍ୟରେ ଦ୍ୱନ୍ଦ୍ୱ ଅନୁଭବ କରିବେ। ମାତାଙ୍କ କ୍ଷେତ୍ରରେ ସମ୍ବେଦନଶୀଳ ହେବେ। ମାନସିକ ଆଳସ୍ୟ ଅନୁଭବ କରିବେ। ଅନିଦ୍ରା କାରଣରୁ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ ନଚେତ୍ କ୍ଷତି ହୋଇପାରେ ।

7/12

ତୁଳା ରାଶି: ଶରୀର ସୁସ୍ଥ ରହିବା ସହ ମାନସିକ ଶାନ୍ତି ବଜାୟ ରହିବ । ଅକସ୍ମାତ ଧନ ପ୍ରାପ୍ତି ନେଇ ଯୋଗ ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ । ପିତାମାତାଙ୍କ ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ ।

8/12

ବିଛା ରାଶି: ସ୍ୱାସ୍ଥ୍ୟ ସମସ୍ୟା ସହ ମାନସିକ ଅବସାଦ ଦେଖାଦେବ । କର୍ମ ଚାପ ବଢିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ଦୂରଯାତ୍ରା ନେଇ ସମ୍ଭାବନା ରହିଛି। 

9/12

ଧନୁ ରାଶି: ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ । ପ୍ରିୟଜନଙ୍କ ସହ କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦ ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ସମସ୍ୟାମାନ ଲାଗି ରହିବ। ଆଜି ଦୂରଯାତ୍ରା ନକରିବା ଭଲ ।

10/12

ମକର ରାଶି: ଆତ୍ମବିଶ୍ଵାସର ସହିତ ପ୍ରତ୍ୟେକ କାର୍ଯ୍ୟ କରିବା ଦ୍ବାରା ସଫଳତା ଲାଭ କରିବେ । ଗୃହସ୍ଥ ଜୀବନ ସୁଖମୟ ହେବ । ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ବାଣୀ ଉପରେ ନିୟନ୍ତ୍ରଣ ରଖିନ୍ତୁ। ଦୂରଯାତ୍ରା ନେଇ ଯୋଗ ରହିଛି।

11/12

କୁମ୍ଭ ରାଶି: ଦେହ ଓ ମନ ଭଲ ରହିବ। ଦିନଟିର ଉତ୍ସାହ ସହ କଟିବ। ବ୍ୟବସାୟ କରୁଥିବା ଲୋକେ ଲାଭବାନ ହେବେ । ଆୟ ବୃଦ୍ଧି ପାଇବ। ପଡୋଶୀମାନଙ୍କ ସହ ସମ୍ପର୍କ ମଧୁର ହେବ। ପାରିବାରିକ ଜୀବନ ଶାନ୍ତରେ କଟିବ। ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ। 

12/12

ମୀନ ରାଶି: ଆଳସ୍ୟ ଓ ଥକ୍କା ଅନୁଭବ କରିବେ। କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ। ବ୍ୟାପରରେ ସମସ୍ୟା ଆସିପାରେ। ଦୂରଯାତ୍ରାକୁ ସ୍ଥଗିତ ରଖନ୍ତୁ।