Advertisement
Photo Details/zeeodisha/odisha1122105
photoDetails0hindi

ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

Gold-Silver Rate: ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୨୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ରୁପା ଦରରେ ୧୮୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୪୦୦ ଟଙ୍କାରେ ପହଞ୍ଚିଛି ।

1/8

ନୂଆଦିଲ୍ଲୀ: Gold-Silver Rate: ଗୁରୁବାର ଅର୍ଥାତ ମାର୍ଚ୍ଚ ୧୦ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ରେ ହ୍ରାସ ଘଟିଛି । ସେପଟେ ବିଗତ କିଛି ଦିନ ଧରି ଋଷ-ୟୁକ୍ରେନ ଯୁଦ୍ଧ (Russia-Ukraine War) ର ପ୍ରଭାବ ମୂଲ୍ୟବାନ ଧାତୁର ମୂଲ୍ୟ ଉପରେ ପଡ଼ିବାରେ ଲାଗିଛି । ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ରେକର୍ଡ କରାଯାଉଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି ।

2/8

ଦେଶରେ ବୁଧବାର ସୁନା ମୂଲ୍ୟରେ ୪୪୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଗୁରୁବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୭୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୫୮୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଏହାର ମୂଲ୍ୟ ୫୪,୩୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୬୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଏହାର ମୂଲ୍ୟ ୪୯,୮୦୦ ଟଙ୍କା ଥିଲା ।

3/8

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୨୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ରୁପା ଦରରେ ୧୮୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୪୦୦ ଟଙ୍କାରେ ପହଞ୍ଚିଛି ।

4/8

ଯାହା ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୯୪୦ ଟଙ୍କା ରହିଛି । ଯାହା ବୁଧବାର ୭,୧୨୦ ଟଙ୍କା ଥିଲା ।

5/8

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ଗୁରୁବାର ସୁନା ଦର (Gold Price) ରେ ହ୍ରାସ ଘଟିଛି । ବୁଧବାର ଭୁବନେଶ୍ୱରରେ ସୁନା ଦରରେ ୪୪୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୭୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୨,୫୮୦ ଟଙ୍କାରେ ପହଞ୍ଚିଛି । 

6/8

ଯାହା ବୁଧବାର ୧୦ ଗ୍ରାମ ସୁନା ମୂଲ୍ୟ ୫୪,୩୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୬୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୯,୮୦୦ ଟଙ୍କା ଥିଲା ।

7/8

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୧୨୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ଆଜି ରୁପା ଦରରେ ୧୮୦୦ ଟଙ୍କାର ହ୍ରାସ ଘଟିଛି । 

ଏହା ବି ପଢ଼ନ୍ତୁ:-ବର୍ତ୍ତମାନ ଆଉ ଏକ ବ୍ୟାଙ୍କ ଦେଲା ଖୁସି ଖବର! ବଢ଼ାଇଲା FD ସୁଧ ହାର, ଗ୍ରାହକଙ୍କୁ ମିଳିବ ପୂର୍ବ ଅପେକ୍ଷା ଅଧିକ ଲାଭ

ଏହା ବି ପଢ଼ନ୍ତୁ:-ଦୁନିଆରେ ପୁଣି ବଢ଼ୁଛି କୋରୋନା ମାମଲା, ଜାଣନ୍ତୁ ଭାରତରେ କେବେ ଆସିବ ଚତୁର୍ଥ ଲହର?

ଏହା ବି ପଢ଼ନ୍ତୁ:-ପୁରୁଣା କୁଲର୍ ଘରକୁ କରିଦେବ କଶ୍ମୀର! କେବଳ ଆପଣାନ୍ତୁ ଏହି ୫ଟି ଟ୍ରିକ୍, ଲୋକ ମଧ୍ୟ ପଚାରିବେ-ନୂଆ AC କେବେ କିଣିଲେ...

8/8

ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୯୪୦ ଟଙ୍କା ରହିଛି । ଯାହା ବୁଧବାର ୭,୧୨୦ ଟଙ୍କା ଥିଲା ।