ଜୁଲାଇ ୧୨ ତାରିଖ ପର୍ଯ୍ୟନ୍ତ ଘୁଞ୍ଚିଲା ଯୁକ୍ତ ଦୁଇ ପ୍ରଥମ ବର୍ଷ ନାମଲେଖା, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା...
Advertisement
Article Detail0/zeeodisha/odisha2316166

ଜୁଲାଇ ୧୨ ତାରିଖ ପର୍ଯ୍ୟନ୍ତ ଘୁଞ୍ଚିଲା ଯୁକ୍ତ ଦୁଇ ପ୍ରଥମ ବର୍ଷ ନାମଲେଖା, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା...

ଏଥିରେ କଳା, ବାଣିଜ୍ୟ, ବିଜ୍ଞାନ, ଉପଶାସ୍ତ୍ରୀ ଏବଂ ଧନ୍ଦାମୂଳକ ପାଠ୍ୟକ୍ରମ ପାଇଁ ଛାତ୍ରଛାତ୍ରୀ ଅନ୍‌ଲାଇନ୍‌ (ଆଭାସି) ଜରିଆରେ ଆବେଦନ କରିପାରିବେ

ଜୁଲାଇ ୧୨ ତାରିଖ ପର୍ଯ୍ୟନ୍ତ ଘୁଞ୍ଚିଲା ଯୁକ୍ତ ଦୁଇ ପ୍ରଥମ ବର୍ଷ ନାମଲେଖା, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା...

ଭୁବନେଶ୍ଵର: ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ନାମଲେଖା ସୂଚିରେ ପରିବର୍ତ୍ତନ ହୋଇଛି। ଆସନ୍ତା ୬ ତାରିଖ ବଦଳରେ ୧୨ ତାରିଖ ପର୍ଯ୍ୟନ୍ତ ବିଦ୍ୟାର୍ଥୀ ନାମଲେଖା ପାଇଁ ଆବେଦନ କରିପାରିବେ। ଏ ନେଇ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏଥିରେ କଳା, ବାଣିଜ୍ୟ, ବିଜ୍ଞାନ, ଉପଶାସ୍ତ୍ରୀ ଏବଂ ଧନ୍ଦାମୂଳକ ପାଠ୍ୟକ୍ରମ ପାଇଁ ଛାତ୍ରଛାତ୍ରୀ ଅନ୍‌ଲାଇନ୍‌ (ଆଭାସି) ଜରିଆରେ ଆବେଦନ କରିପାରିବେ। ଛାତ୍ରଛାତ୍ରୀ ସାମସ୍ ପୋର୍ଟାଲ www.samsodisha.gov.in ରେ ଲଗଇନ୍‌ କରି ଆବେଦନ କରିପାରିବେ ବୋଲି ଆଜି ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ଜୁଲାଇ ୨୦ତାରିଖରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଯୋଗ୍ୟ ଛାତ୍ରଛାତ୍ରୀ ସେମାନଙ୍କର ନାମଲେଖା ପାଇଁ ଆମନ୍ତ୍ରଣ ପତ୍ର ଡାଉନଲୋଡ୍ କରିପାରିବେ। ଜୁଲାଇ ୨୨ରୁ ୨୭ ମଧ୍ୟରେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀଙ୍କ ନାମ ଲେଖାଯିବ। ସେହିପରି ଅଗଷ୍ଟ ୫ରେ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଅଗଷ୍ଟ ୨୦ରେ ସ୍ପଟ୍ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ଅଗଷ୍ଟ ୨୨ରୁ ୨୮ ମଧ୍ୟରେ ସ୍ପଟ୍‌ ନାମଲେଖା ଅନୁଷ୍ଠିତ ହେବ। ଅଗଷ୍ଟ ପହିଲାରୁ ବିଦ୍ୟାର୍ଥୀଙ୍କ ପାଠପଢା ଆରମ୍ଭ ହେବ। 

ସେହିପରି ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ୨ ହଜାର ୨୯୪ କନିଷ୍ଠ ମହାବିଦ୍ୟାଳୟରେ ଯୁକ୍ତ ଦୁଇ ପାଠ୍ୟକ୍ରମରେ ନାମଲେଖା ପାଇଁ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ମାଧ୍ୟମିକ ଶିକ୍ଷା ପରିଷଦ କିମ୍ବା ସମକକ୍ଷ ବୋର୍ଡରୁ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ସାମସ୍ ରେ ପଞ୍ଜୀକରଣ କରିବା ପରେ ଆବେଦନ କରିପାରିବେ।