ସତ୍‌ସଙ୍ଗ ଦଳାଚକଟା ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
Advertisement
Article Detail0/zeeodisha/odisha2318558

ସତ୍‌ସଙ୍ଗ ଦଳାଚକଟା ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

ବର୍ତ୍ତମାନ ପର୍ଯ୍ୟନ୍ତ ୧୩୦ ଜଣଙ୍କର ମୃତ୍ୟୁ ହୋଇସାରିଛି। ମୃତକଙ୍କ ମଧ୍ୟରେ ଅନେକ ମହିଳା ଏବଂ ଶିଶୁ ସାମିଲ ଅଛନ୍ତି।  

ସତ୍‌ସଙ୍ଗ ଦଳାଚକଟା ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ହାଥରସ୍‌ରେ ସତସଙ୍ଗ ଚାଲିଥିବା ବେଳେ ଦଳାଚକଟା ଘଟଣାରେ ମୃତ୍ୟୁ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୧୩୦ ଜଣଙ୍କର ମୃତ୍ୟୁ ହୋଇସାରିଛି। ମୃତକଙ୍କ ମଧ୍ୟରେ ଅନେକ ମହିଳା ଏବଂ ଶିଶୁ ସାମିଲ ଅଛନ୍ତି।  

ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦୀ ହାଥରସ ଅଘଟଣ ସମ୍ପର୍କରେ ସଂସଦରେ ଜଣାଇଲେ। ଏପରିକି ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ଏପରିକି ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ । ଉତ୍ତରପ୍ରଦେଶ ସରକାର ସହ କେନ୍ଦ୍ର ନିରନ୍ତର ଯୋଗାଯୋଗରେ ରହିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। 

ଏହି ଘଟଣାରେ କଂଗ୍ରେସ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖଡଗେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଖବର ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଦୁର୍ଘଟଣାର ଦୃଶ୍ୟ ଅତ୍ୟନ୍ତ ହୃଦୟ ବିଦାରକ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଆମେ ଗଭୀର ସମବେଦନା ଜଣାଉଛୁ । କଂଗ୍ରେସ ସଭାପତି ଆହୁରି ମଧ୍ୟ କହିଛନ୍ତି ଯେ ଆହତଙ୍କ ଚିକିତ୍ସାରେ ସମସ୍ତ ପଦକ୍ଷେପ ଗ୍ରହଣ କରିବାକୁ ଆମେ ସରକାର ଏବଂ ପ୍ରଶାସନକୁ ଅନୁରୋଧ କରୁଛୁ।