ଆଜିଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନୀତି ଆୟୋଗ ବୈଠକରେ ଯୋଗଦେବେ
Advertisement
Article Detail0/zeeodisha/odisha2354040

ଆଜିଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନୀତି ଆୟୋଗ ବୈଠକରେ ଯୋଗଦେବେ

Odisha CM: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଦାବି ଓ ସମସ୍ୟା ସଂପର୍କରେ କରିବେ ଦୃଷ୍ଟି ଆକର୍ଷଣ। 

ଆଜିଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନୀତି ଆୟୋଗ ବୈଠକରେ ଯୋଗଦେବେ

ଭୁବନେଶ୍ବର: ଆସନ୍ତାକାଲି ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ନୀତି ଆୟୋଗ ସାଧାରଣ ପରିଷଦ ବୈଠକ। ତେଣୁ ବୈଠକରେ ଯୋଗ ଦେବାକୁ ଆଜିଠୁ ୪ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତ କରିପାରନ୍ତି। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବାର ଅଛି। ଏଥିରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ। ଏହି ବୈଠକରେ ୨୦୪୭କୁ ଭାରତକୁ ବିକଶିତ ଦେଶ କରି ଗଢ଼ିବା ଉପରେ ଆଲୋଚନା ହେବ। 

ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ମଧ୍ୟ ନୀତି ଆୟୋଗ ବୈଠକରେ ଯୋଗ ଦେବେ। ପରବର୍ତ୍ତୀ ସମୟରେ ବିଜେପିର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ରହିଛି। ଏହାସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଦାବି ଓ ସମସ୍ୟା ସଂପର୍କରେ କରିବେ ଦୃଷ୍ଟି ଆକର୍ଷଣ।