ରାଉରକେଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର, ବିପୁଳ ଜନ ସମର୍ଥନ
Advertisement
Article Detail0/zeeodisha/odisha2249372

ରାଉରକେଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର, ବିପୁଳ ଜନ ସମର୍ଥନ

ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ରାଉରକେଲାରେ ପ୍ରଚାର ଆରମ୍ଭ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି ।  ପ୍ରବଳ ଖରାରେ ଲୋକଙ୍କ ବିପୁଳ ଉପସ୍ଥିତି ଯୋଗୁଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ୍‍ ଦେଇଥିଲେ । ନିଜର ଚିରାଚରିତ ବହୁତ କମ୍‍ କଥାରେ ସେ ତାଙ୍କର ବକ୍ତବ୍ୟ ଶେଷ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ଦେଖିବାକୁ ମିଳିଥିଲା ।

ରାଉରକେଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର, ବିପୁଳ ଜନ ସମର୍ଥନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ରାଉରକେଲାରେ ପ୍ରଚାର ଆରମ୍ଭ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି ।  ପ୍ରବଳ ଖରାରେ ଲୋକଙ୍କ ବିପୁଳ ଉପସ୍ଥିତି ଯୋଗୁଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ୍‍ ଦେଇଥିଲେ । ନିଜର ଚିରାଚରିତ ବହୁତ କମ୍‍ କଥାରେ ସେ ତାଙ୍କର ବକ୍ତବ୍ୟ ଶେଷ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ଦେଖିବାକୁ ମିଳିଥିଲା ।

ମୁଖ୍ୟମନ୍ତ୍ରୀ କହିଥିଲେ ଜୁଲାଇ ମାସରୁ ବିଜୁଳି ବିଲ ଆସିବ ନାହିଁ । ବିଜୁ ଜନତା ଦଳ ସରକାର ମାଗଣାରେ ଆପଣଙ୍କମାନଙ୍କୁ ବିଜୁଳି ଦେବେ । ଆପଣମାନେ ଖୁସି ତ ? ଏହାପରେ ବିପୁଳ ଉତ୍ସାହ, ଖୁସି ଓ କରତାଳିରେ ପ୍ରକମ୍ପିତ ହୋଇଥିଲା ସଭାସ୍ଥଳ । ଲୋକଙ୍କ ମିଜାଜ୍‍ ଥିଲା ଖୁବ୍‍ ଉତ୍ସାହପ୍ରଦ । ନବୀନ ପଟ୍ଟନାୟକ ଭଲ କି ? ପଚାରିଲେ ମୁଖ୍ୟମନ୍ତ୍ରୀ । ଏହାପରେ ଉଚ୍ଛ୍ୱସିତ ‘ହଁ’ରେ ପ୍ରତିଧ୍ୱନିତ ହେଇଥିଲା ସଭାସ୍ଥଳ । ବିଭିନ୍ନ ଜନ କଲ୍ୟାଣ ଯୋଜନାର ସୁଫଳ ସମ୍ପର୍କରେ ଜନମତ ଗ୍ରହଣ କରିଥିଲେ ମୁଖ୍ୟମନ୍ତ୍ରୀ । ମିଶନ ଶକ୍ତି, 5T ସ୍କୁଲ ରୂପାନ୍ତର, କାଳିଆ ଯୋଜନା, ନୂଆ-ଓ ଛାତ୍ରବୃତ୍ତି, ମମତା ଯୋଜନା ଆଦି ସବୁ ପ୍ରଶ୍ନରେ ଜନତା ଭରିଥିଲେ ‘ହଁ’ । ଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିରୋଧୀ ଦଳ ମିଛ କଥା କହୁଛନ୍ତି, କୁମ୍ଭୀରକାନ୍ଦଣା କାନ୍ଦୁଛନ୍ତି । ଆପଣ ସେମାନଙ୍କୁ ବିଶ୍ୱାସ କରନ୍ତୁ ନାହିଁ ।

ପ୍ରଚାରରେ ଯୋଗ ଦେଇ ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ କହିଥିଲେ ଯେ, ରାଉରକେଲାକୁ ଓ ହକିକୁ ମୁଖ୍ୟମନ୍ତ୍ରୀ ବହୁତ ଭଲ ପାଆନ୍ତି ।  ରାଉରକେଲା ରେ ରୂପାନ୍ତର ଆସିଛି.ବର୍ତ୍ତମାନର ରାଉରକେଲାକୁ ଦେଖିଲେ ବୁଝାପଡ଼େ । ହକି ବିଶ୍ୱକପ୍‍ ଆୟୋଜନ ବହୁ କଠିନ କାମ ଥିଲା । ମୁଖ୍ୟମନ୍ତ୍ରୀ ଦିନରାତି କଠିନ ପରିଶ୍ରମ କରି ଏହାକୁ ସଫଳ କରିଥିଲେ । ରାଉରକେଲ ଓ ସୁନ୍ଦରଗଡ଼ର  ଗୌରବ ବୃଦ୍ଧି କରିଛନ୍ତି  ମୁଖ୍ୟମନ୍ତ୍ରୀ । ଆପଣମାନଙ୍କ ପାଇଁ ନୂଆ ରାଉରକେଲା, ନୂଆ ରଘୁନାଥପାଲ୍ଲୀ ଗଠନ କରିବେ ମୁଖ୍ୟମନ୍ତ୍ରୀ ।

ବିଜେପିକୁ ଟାର୍ଗେଟ୍ କରି ପାଣ୍ଡିଆନ କହିଥିଲେ ଯେ, ତାଙ୍କ ନେତାଙ୍କୁ ପଚାରନ୍ତୁ ଯେ ପେଟ୍ରୋଲ, ଡିଜେଲ ଦର କମିଲା କି ? ରାଉରକେଲାରେ ସୁପର ସ୍ପେଶାଲିଟି ହସ୍‍ପିଟାଲ ହେଲା କି ? କିଛି ହେଲା ନାହି । ମୁଖ୍ୟମନ୍ତ୍ରୀ ଯାହା କହିଥାନ୍ତି ତାକୁ କାମରେ କରି ଦେଖାଇଥାନ୍ତି । ତା’ର ଉଦାହରଣ ଜିଲା ସଦର ମହକୁମା ଡାକ୍ତର ଖାନା ଏବଂ ବିଶ୍ୱ ସ୍ତରୀୟ ହକି ଷ୍ଟାଡିୟମ । ସେ ପୁଣି କହିଥିଲେ ଯେ ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ପୁଣି ଥରେ ଶପଥ ନେବେ । ପ୍ରଥମ ଦସ୍ତଖତରେ ବିଜୁଳି ବିଲ୍‍ ଛାଡ଼ କରିବେ, ବିଜୁଳି ବିଲ୍‍ ଛାଡ଼ ଯୋଗୁଁ ୯୦ ପ୍ରତିଶତ ପରିବାର ଉପକୃତ ହେବେ । ଦ୍ୱିତୀୟ ଦସ୍ତଖତରେ ବି.ଏସ୍‍.କେ.ୱାଇ କାର୍ଡ ନଥିବା ଲୋକ କାର୍ଡ ପାଇବେ । ବି.ଏସ୍‍.କେ.ୱାଇରେ ସରକାରୀ କର୍ମଚାରୀଙ୍କ ଠାରୁ ଆରମ୍ଭ କରି ଅଙ୍ଗନବାଡ଼ି, ଆଶାକର୍ମୀ ପର୍ଯ୍ୟନ୍ତ ସମସ୍ତେ ସାମିଲ ହେବେ ।

ଆପଣମାନେ ଜଣକୁ ୨୦ ବର୍ଷ ହେଲା ସଂସଦକୁ ପଠାଉଛନ୍ତି । ସେ ଆପଣଙ୍କ ପାଇଁ କିଛି କରିଛନ୍ତି କି ? କିନ୍ତୁ ନବୀନ ବାବୁ ଆପଣଙ୍କ ପାଇଁ ବହୁତ କିଛି କରିଛନ୍ତି । ପ୍ରତି ବ୍ଲକରେ ଆଷ୍ଟ୍ରୋଟର୍ଫ ହକି ପଡ଼ିଆ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ, ସ୍ୱାସ୍ଥ୍ୟ ସେବା ସୁବିଧା, ଉନ୍ନତ ଶିକ୍ଷା ବ୍ୟବସ୍ଥା ସବୁ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ହାତମୁଠା ଟାଣ ହେଲେ ରାଉରକେଲା, ସୁନ୍ଦରଗଡ଼ର ବିକାଶ ପାଇଁ ଯାହା ବି କାମ ହୋଇଛି, ତା ଦୁଇ ଗୁଣ ବେଗରେ ଚାଲିବ ବୋଲି ଭିକେ ପାଣ୍ଡିଆନ କହିଥିଲେ ।

ଏହି ସଭାରେ ବିଜୁ ଜନତା ଦଳର ସାଂସଦ ଓ ବିଧାୟକ ପ୍ରାର୍ଥୀମାନଙ୍କୁ ବିପୁଳ ଭୋଟରେ ଜିତେଇବା ପାଇଁ ସେ ଅନୁରୋଧ କରିଥିଲେ । ତା’ପରେ ଦଳୀୟ ସାଂସଦ ପ୍ରାର୍ଥୀ ଶ୍ରୀ ଯୋଗେଶ ସିଂହ, ରାଉରକେଲା ବିଧାୟକ ପ୍ରାର୍ଥୀ ସାରଦା ନାୟକ ଓ ଲୋକସଭା କ୍ଷେତ୍ରର ଅନ୍ୟ ବିଧାନ ସଭା ପ୍ରାର୍ଥୀମାନେ ବିଜେଡିକୁ ଭୋଟ ଦେଇ ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ କରିବାକୁ ନିବେଦନ କରିଥିଲେ ।

Also Read- Rakhi Sawant: ଅସୁସ୍ଥ ହେଲେ ରାଖୀ ସାୱନ୍ତ, ମୁମ୍ୱାଇର ଏହି ହସ୍ପିଟାଲରେ ଭର୍ତ୍ତି

Also Read- ବଲାଙ୍ଗିରରେ ରାହୁଲଙ୍କ ସମ୍ୱୋଧନ, 'ବର୍ଷକରେ ମହିଳାଙ୍କୁ ମିଳିବ ଲକ୍ଷେ ଟଙ୍କା'