ଜୁଲାଇ ୨୯ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ
Advertisement
Article Detail0/zeeodisha/odisha2354688

ଜୁଲାଇ ୨୯ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଜୁଲାଇ ୨୯ ତାରିଖ ସୋମବାର ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ ।

ଜୁଲାଇ ୨୯ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର: ​ସମ୍ପ୍ରତି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ଆସନ୍ତା ଜୁଲାଇ ୨୯ ତାରିଖ ସୋମବାର ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଜନସାଧାରଣଙ୍କ ଅବଗତି ନିମନ୍ତେ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ, ଆସନ୍ତାକାଲି ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ନୀତି ଆୟୋଗ ସାଧାରଣ ପରିଷଦ ବୈଠକ। ତେଣୁ ବୈଠକରେ ଯୋଗ ଦେବାକୁ ଆଜିଠୁ ୪ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତ କରିପାରନ୍ତି। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବାର ଅଛି। ଏଥିରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ। ଏହି ବୈଠକରେ ୨୦୪୭କୁ ଭାରତକୁ ବିକଶିତ ଦେଶ କରି ଗଢ଼ିବା ଉପରେ ଆଲୋଚନା ହେବ।

Also Read- ଆଳୁ ପାଇଁ ମମତାଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଚିଠି

Also Read- ଛତିଶଗଡ଼କୁ ଗଞ୍ଜେଇ ଚୋରା ଚାଲାଣ, ୬ ଜଣଙ୍କୁ ଧରିଲା ପୋଲିସ