Odisha Election 2024: ସୋମବାର ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍, ମତଦାନ କରିବେ ୬୨ ଲକ୍ଷରୁ ଅଧିକ ଭୋଟର
Advertisement
Article Detail0/zeeodisha/odisha2244506

Odisha Election 2024: ସୋମବାର ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍, ମତଦାନ କରିବେ ୬୨ ଲକ୍ଷରୁ ଅଧିକ ଭୋଟର

Odisha first phase election tomorrow: ଆସନ୍ତାକାଲି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏନେଇ ଶନିବାର ସଂନ୍ଧ୍ୟାରୁ ପ୍ରଚାର ଶେଷ ହୋଇଛି। ଶୃଙ୍ଖଳିତ ଭୋଟ୍ ଗ୍ରହଣ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।  

Odisha Election 2024: ସୋମବାର ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍, ମତଦାନ କରିବେ ୬୨ ଲକ୍ଷରୁ ଅଧିକ ଭୋଟର

Odisha first phase election tomorrow: ଆସନ୍ତାକାଲି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏନେଇ ଶନିବାର ସଂନ୍ଧ୍ୟାରୁ ପ୍ରଚାର ଶେଷ ହୋଇଛି। ଆସନ୍ତାକାଲି କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ୍‍ ସଂସଦୀୟ କ୍ଷେତ୍ର ପାଇଁ ୩୭ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ସେମାନଙ୍କ ମଧ୍ୟରେ ୩୦ଜଣ ପୁରୁଷ ଓ ୭ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି । ପ୍ରଥମ ପର୍ଯ୍ୟାୟ ପାଇଁ ମୋଟ୍ ୭ହଜାର ୩୦୩ ମତଦାନ କେନ୍ଦ୍ର କରାଯାଇଛି । ଏନେଇ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହେବ। ସେପଟେ, ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ସୂଚନା ଅନୁସାରେ, ଶୃଙ୍ଖଳିତ ଭୋଟ୍ ଗ୍ରହଣ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।  

ମୋଟ ୫୨ ହଜାର ୫୦୦ ପୋଲିଂ କର୍ମଚାରୀ ନିୟୋଜିତ ହେବେ । ସୁରକ୍ଷିତ ମତଦାନ ପାଇଁ ୧୦୪ କମ୍ପାନୀ ସୁରକ୍ଷାକର୍ମୀ ମୁତୟନ ହେବେ ବୋଲି ସେ ସୂଚନା ଦେଇଛନ୍ତି। ୬୦ କମ୍ପାନୀ ସଶସ୍ତ୍ର ପୋଲିସ, ୬ ସିଆଇଏସଏଫ୍ ଓ ୩୧ ସିଆରପିଏଫ୍ ମୁତୟନ ରହିବେ । ସୂଚନାଯୋଗ୍ୟ,  କୋରାପୁଟ, କଳାହାଣ୍ଡି ଓ ବ୍ରହ୍ମପୁର ଲୋକସଭା ଆସନ ପାଇଁ ୧୧ ଜଣ ଲେଖାଏଁ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଥିବାବେଳେ ନବରଙ୍ଗପୁର ଲୋକସଭା ଆସନ ପାଇଁ ଚାରି ଜଣ  ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି।  ୨୮ଟି ବିଧାନସଭା ଆସନ ପାଇଁ ୨୪୩ ଜଣ ପ୍ରାର୍ଥୀ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଛନ୍ତି । ସୋମବାର ଦିନ ୬୨ ଲକ୍ଷ ୮୭ ହଜାର ଭୋଟର ନିଜ ମତ ସାବ୍ୟସ୍ତ କରିବେ। ଏବଂ ମନ ପସନ୍ଦର ପ୍ରତିନିଧି ବାଛିବେ।