Odisha Election 2024: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ, ୪ଟି ଲୋକସଭା କ୍ଷେତ୍ର ପାଇଁ ୩୭ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତାରେ ଅବତୀର୍ଣ୍ଣ
Advertisement
Article Detail0/zeeodisha/odisha2228035

Odisha Election 2024: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ, ୪ଟି ଲୋକସଭା କ୍ଷେତ୍ର ପାଇଁ ୩୭ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତାରେ ଅବତୀର୍ଣ୍ଣ

Odisha Election 2024 (ଭୁବନେଶ୍ୱର) : ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ମେ ୧୩ ତାରିଖରେ ଭୋଟଗ୍ରହଣ କରାଯିବ । ଏହି ପର୍ଯ୍ୟାୟରେ ୪ଟି ଲୋକସଭା କ୍ଷେତ୍ର ଯଥା କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ପାଇଁ ମୋଟ ୩୭ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତାରେ ଅବତୀର୍ଣ୍ଣ ହୋଇଛନ୍ତି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। 

ସୌଜନ୍ୟ-ସୋସିଆଲ୍ ମିଡିଆ

Odisha Election 2024 (ଭୁବନେଶ୍ୱର) : ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ମେ ୧୩ ତାରିଖରେ ଭୋଟଗ୍ରହଣ କରାଯିବ । ଏହି ପର୍ଯ୍ୟାୟରେ ୪ଟି ଲୋକସଭା କ୍ଷେତ୍ର ଯଥା କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ପାଇଁ ମୋଟ ୩୭ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତାରେ ଅବତୀର୍ଣ୍ଣ ହୋଇଛନ୍ତି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି । 

ପ୍ରଥମ ପର୍ଯ୍ୟାୟ ପାଇଁ ଗତ ୧୮ ତାରିଖରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇ ୨୫ ତାରିଖରେ ଶେଷ ହୋଇଥିଲା । ଗତ ୨୬ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ୩୮ ଜଣ ପ୍ରାର୍ଥୀଙ୍କର ପ୍ରାର୍ଥୀପତ୍ର ବୈଧ ରହିଥିଲା । ତେବେ ସୋମବାର ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ଥିବାବେଳେ କୋରାପୁଟ ସଂସଦୀୟ କ୍ଷେତ୍ରରୁ ଜଣେ ପ୍ରାର୍ଥୀ ତାଙ୍କର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଥିବା ଜଣାପଡ଼ିଛି । ଅତଏବ ୪ଟି ଲୋକସଭା କ୍ଷେତ୍ର ପାଇଁ ମୋଟ ୩୭ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତାରେ ଅବତୀର୍ଣ୍ଣ ହୋଇଥିବା ନେଇ ସ୍ପଷ୍ଟ ହୋଇଛି । ୩୭ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୩୦ ଜଣ ପୁରୁଷ ପ୍ରାର୍ଥୀ ହୋଇଥିବାବେଳେ ୭ ଜଣ ମହିଳା ପ୍ରାର୍ଥୀ ମୈଦାନରେ ରହିଛନ୍ତି ।