Odisha Election 2024: ପୁରୀରେ ଚାଲିଛି ଭୋଟିଂ
Advertisement
Article Detail0/zeeodisha/odisha2262650

Odisha Election 2024: ପୁରୀରେ ଚାଲିଛି ଭୋଟିଂ

Odisha Election 2024: ପୁରୀ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୪ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଯଥା ପୁରୀ,ବ୍ରହ୍ମଗିରି ,ସତ୍ୟବାଦୀ ଓ ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ସକାଳ ୭ ଘଟିକା ରୁ ମତଦାନ ଆରମ୍ଭ ହୋଇଛି। ୪ଟି ଯାକ ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ମୋଟ୧୦୩୮ ଟି ବୁଥରେ ୯୨୧୮୧୪ ଜଣ ଭୋଟର ମତଦାନ କରିବେ।

Odisha Election 2024: ପୁରୀରେ ଚାଲିଛି ଭୋଟିଂ

Odisha Election 2024: ପୁରୀ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୪ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଯଥା ପୁରୀ,ବ୍ରହ୍ମଗିରି ,ସତ୍ୟବାଦୀ ଓ ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ସକାଳ ୭ ଘଟିକା ରୁ ମତଦାନ ଆରମ୍ଭ ହୋଇଛି। ୪ଟି ଯାକ ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ମୋଟ୧୦୩୮ ଟି ବୁଥରେ ୯୨୧୮୧୪ ଜଣ ଭୋଟର ମତଦାନ କରିବେ।ସେଥିରେ ପୁରୁଷ ଭୋଟରଙ୍କ ସଂଖ୍ୟା ୪୭୩୧୩୩,ମହିଳା ଭୋଟର ଙ୍କ ସଂଖ୍ୟା ୪୪୮୬୦୮ ଓ ଅନ୍ୟାନ୍ୟ ଭୋଟରଙ୍କ ସଂଖ୍ୟା ୭୩ । ପୁରୀ ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨୩୯ ବୁଥରେ ୨୪୦୦୭୮ଭୋଟରଙ୍କ ମଧ୍ୟରେ ପୁରୁଷ ୧୨୨୬୬୦, ମହିଳା ୧୧୭୩୭୧, ଓ ଅନ୍ୟାନ୍ୟ ୪୭ ଭୋଟର ଜଣ ଥିବା ବେଳେ  ବ୍ରହ୍ମଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨୭୧ ବୁଥ ମାଧ୍ୟମରେ ୨୨୮୮୪୨ ଭୋଟର ମଧ୍ୟରୁ ୧୧୭୫୦୧ ପୁରୁଷ,୧୧୧୩୨୯ ମହିଳା ଓ ୧୨ ଜଣ ଅନ୍ୟାନ୍ୟ ଭୋଟର ରହିଛନ୍ତି। ସେହିପରି ସତ୍ୟବାଦୀ ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨୫୪ ବୁଥରେ ୨୧୪୯୩୨ ମୋଟ ଭୋଟର ଥିବା ବେଳେ ୧୧୦୯୦୪ ପୁରୁଷ,୧୦୪୦୨୦ ମହିଳା ଓ ୮ଜଣ ଅନ୍ୟାନ୍ୟ ଭୋଟର ରହିଥିବା ବେଳେ ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨୭୪ ବୁଥ ମାଧ୍ୟମରେ ୨୩୭୯୬୨ ଜଣ ମତଦାତା ଙ୍କ ମଧ୍ୟରୁ ୧୨୨୦୬୮ ପୁରୁଷ, ୧୧୫୮୮୮ ମହିଳା ଓ ୬ ଜଣ ଅନ୍ୟାନ୍ୟ ମତଦାତା ସେମାନଙ୍କ ମତଦାନ ଅଧିକାର ସାବ୍ୟସ୍ତ କରୁଥିବା ନଜରକୁ ଆସିଛି।