Damodar Rout: ଦାମୋଦର ରାଉତଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀଙ୍କ ସହ ଏହି BJP ନେତା..
Advertisement
Article Detail0/zeeodisha/odisha2168777

Damodar Rout: ଦାମୋଦର ରାଉତଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀଙ୍କ ସହ ଏହି BJP ନେତା..

Damodar Rout: ୮୨ ବର୍ଷ ବୟସରେ ପ୍ରାଣ ହରାଇଛନ୍ତି ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ। ଆଜି ଭୋର ପ୍ରାୟ ୫ଟା ୨୩ରେ ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ତାଙ୍କର ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ନେଇ ସୂଚନା ଦେଇଛନ୍ତି ପୁଅ ସମ୍ବିତ ରାଉତରାୟ। 

Damodar Rout: ଦାମୋଦର ରାଉତଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀଙ୍କ ସହ ଏହି BJP ନେତା..

Damodar Rout: ୮୨ ବର୍ଷ ବୟସରେ ପ୍ରାଣ ହରାଇଛନ୍ତି ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ। ଆଜି ଭୋର ପ୍ରାୟ ୫ଟା ୨୩ରେ ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ତାଙ୍କର ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ନେଇ ସୂଚନା ଦେଇଛନ୍ତି ପୁଅ ସମ୍ବିତ ରାଉତରାୟ। ତେବେ ତାଙ୍କ ମୃତ୍ୟରେ ରାଜ୍ୟ ରାଜନୀତିରେ ଏକ ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ବିରୋଧୀ ଦଳର ନେତାମାନେ ତାଙ୍କ ମୃତ୍ୟୁରେ ଶୋକ ବ୍ୟକ୍ତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲେଖିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ସେହିପରି ବିରୋଧୀ ବିଜେପି ନେତା ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି। ସେ ଲେଖିଛନ୍ତି ପ୍ରଧାନ‘ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ଦୁଃଖିତ ଓ ମର୍ମାହତ, ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା, ଅମର ଆତ୍ମାର ସଦଗତି କାମନା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।

 

ପ୍ରବୀଣ ରାଜନେତା ଓ ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ବିୟୋଗରେ ସାଧାରଣ ଉଦ୍ୟୋଗ, ବିଜ୍ଞାନ ଓ କାରିଗରୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଗଭୀର ଶୋକ ପ୍ରକଟ କରିଛନ୍ତି, ସେ ଡା. ରାଉତଙ୍କୁ ଜଣେ ନିର୍ଭୀକ ରାଜନେତା, ଦକ୍ଷ ସଂଗଠକ ତଥା ପ୍ରତିବଦ୍ଧ ବ୍ୟକ୍ତିତ୍ୱ ଭାବରେ ଅଭିହିତ କରିବା ସହିତ ତାଙ୍କ ଅମର ଆତ୍ମା ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ ପୂର୍ବକ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

ସେହିପରି ଡାକ୍ତର ଦାମୋଦର ରାଉତଙ୍କ ବିୟୋଗରେ ସମବାୟ, ଖାଦ୍ୟ ଯୋଗାଣ ଓ  ଖାଉଟି କଲ୍ୟାଣ, ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଶୋକ "ଡାକ୍ତର ଦାମୋଦର ରାଉତଙ୍କ ବିୟୋଗ ଖବର ପାଇ ମୁଁ ମର୍ମାହତ । ଡାକ୍ତର ରାଉତ ଜଣେ ଦୃଢ ମାନସିକ ବ୍ୟକ୍ତି ,ଓଡିଶା ରାଜନୀତିର ଜଣେ ମହାଦ୍ରୁମ , ୭ଥର ବିଧାନସଭାକୁ ନିର୍ବାଚିତ ହେବା ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ , ପଚାଂୟତିରାଜ , ସମବାୟ , କୃଷି ଆଦି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ହୋଇ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ । ସେ ଜଣେ ବିଜୁ ଅନୁଗାମୀ ଓ ବିଜୁ ଚିନ୍ତାଧାରାର ଦୃଢ ସମର୍ଥକ ଥିଲେ । ତାଙ୍କର ବିୟୋଗ ରାଜ୍ୟ ଓ ରାଜନୀତି ପୀଇଁ ଏକ ଅପୁରଣୀୟ କ୍ଷତି ।ମୁଁ ତାଙ୍କର ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହିତ ସ୍ୱର୍ଗତ ଆତ୍ମାର ସଦ୍ଗତି ପାଇଁ ଇଶ୍ୱରଙ୍କ ପାଖରେ ପ୍ରାର୍ଥନା କରୁଛି । ଓମ୍ ଶାନ୍ତି"

ସେହିପରି ମନ୍ତ୍ରୀ ଟୁକୁନି ସାହୁ ଲେଖିଛନ୍ତି "ବରିଷ୍ଠ ବର୍ଷୀୟାନ ରାଜନୀତିଜ୍ଞ, ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଘନିଷ୍ଠ ସହଯୋଗୀ ତଥା ପୂର୍ବତନ ମନ୍ତ୍ରୀ ଡ. ଦାମଦୋର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୋର ଗଭୀର ସମବେଦନା। ତାଙ୍କର ଅମର ଆତ୍ମାର ସଦଗତି ନିମନ୍ତେ ମୁଁ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଅଛି । ଓଁ ଶାନ୍ତି"

ବିଜେପି ନେତା ମୁକେଶ ମହାଲିଙ୍ଗ ସମବେଦନା ଜଣାଇ ଲେଖିଛନ୍ତି "ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ଶ୍ରୀ ଦାମୋଦର ରାଉତ ଙ୍କ ମୃତ୍ୟୁ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ତାଙ୍କ ଅମର ଆତ୍ମାର ସଦଗତି କାମନା  କରିବା ସହ ଶୋକସନ୍ତପ୍ତ ପରିବାରବର୍ଗ ଙ୍କୁ ସମବେଦନା ଜଣାଉଛି। ଓଁ ଶାନ୍ତି"

ବିରୋଧ ଦଳର ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଲେଖିଛନ୍ତି ‘ଓଡିଶା ରାଜନୀତିର ଚର୍ଚ୍ଚିତ ବ୍ୟକ୍ତିତ୍ୱ ଓ ବିଶିଷ୍ଟ ରାଜନେତା ଶ୍ରୀ ଦାମୋଦର ରାଉତ ଙ୍କ ନିଧନରେ ମୁଁ ଅତ୍ୟନ୍ତ ଦୁଃଖି l ତାଙ୍କ ବିୟୋଗରେ ଓଡିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ଘଟିଲା l ଅମର ଆତ୍ମାର ସଦ୍ଗତି କାମନା କରୁଛି l’