Cyclone Dana: ବାତ୍ୟାରେ ୨୨ ଲକ୍ଷ ଲୋକ ପ୍ରଭାବିତ, ୨ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Advertisement
Article Detail0/zeeodisha/odisha2491370

Cyclone Dana: ବାତ୍ୟାରେ ୨୨ ଲକ୍ଷ ଲୋକ ପ୍ରଭାବିତ, ୨ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ବାତ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି। ପରିଦର୍ଶନ କରିବା ପରେ ସନ୍ଧ୍ୟାରେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ସ୍ଥିତି ସମୀକ୍ଷା କରିଛନ୍ତି। ଏହା ସହିତ ବାତ୍ୟା ପ୍ରଭାବିତ ଜିଲ୍ଲାର ସମସ୍ତ ଜିଲ୍ଲାପାଳଙ୍କୁ ଆସନ୍ତା ୨ ତାରିଖ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ

Cyclone Dana: ବାତ୍ୟାରେ ୨୨ ଲକ୍ଷ ଲୋକ ପ୍ରଭାବିତ, ୨ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

Cyclone Dana: ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ବାତ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି। ପରିଦର୍ଶନ କରିବା ପରେ ସନ୍ଧ୍ୟାରେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ସ୍ଥିତି ସମୀକ୍ଷା କରିଛନ୍ତି। ଏହା ସହିତ ବାତ୍ୟା ପ୍ରଭାବିତ ଜିଲ୍ଲାର ସମସ୍ତ ଜିଲ୍ଲାପାଳଙ୍କୁ ଆସନ୍ତା ୨ ତାରିଖ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ରିପୋର୍ଟ ମିଳିବା ପରେ ତୁରନ୍ତ କ୍ଷତିଗ୍ରସ୍ତ ଲୋକଙ୍କୁ ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୂଚନା ପ୍ରଦାନ କରିଛନ୍ତି। 

 

ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ପ୍ରଦାନ କରି କହିଛନ୍ତି ଯେ ସମୁଦାୟ ୬୨୧୦ଟି ଆଶ୍ରୟସ୍ଥଳୀରେ ୮ ଲକ୍ଷରୁ ଅଧିକ ଲୋକ ରହିଥିଲେ। କିନ୍ତୁ ଏବେ ପ୍ରାୟ ସମସ୍ତେ ନିଜ ନିଜ ଘରକୁ ଫେରିଗଲେଣିଷ ଯେଉଁ କେତୋଟି ଗ୍ରାମପଞ୍ଚାୟତରେ ପାଣି ଜମି ରହିଛି ସେଠାକାର ଲୋକମାନେ ଏବେବି ଆଶ୍ରୟସ୍ଥଳିରେ ରହିଛନ୍ତିଷ ୪୭୦ଟି ଆଶ୍ରୟସ୍ଥଳୀରେ ୩୦ ହଜାର ଲୋକ ଅଛନ୍ତି। ସେହିପରି ବିଦ୍ୟୁତ ଯୋଗାଣ ଉପରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୯୮ ପ୍ରତିଶତ ବିଦ୍ୟୁତ ଉପଭୋକ୍ତାଙ୍କୁ ବିଦ୍ୟୁତ ଯୋଗାଣ ସ୍ୱାଭାବିକ କରାଯାଇଛି। ବାତ୍ୟାରେ ସମୁଦାୟ ୨୨ ଲକ୍ଷ ୮୪ ହଜାର ଉପଭୋକ୍ତା ପ୍ରଭାବିତ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୨୨ ଲକ୍ଷ ୩୨ ହଜାର ଉପଭୋକ୍ତାଙ୍କୁ ବିଦ୍ୟୁତ ସଂଯୋଗ ସ୍ୱଭାବିକ ହୋଇଛି। କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଅଳ୍ପ କେତୋଟି ଗ୍ରାମ ପଞ୍ଚାୟତର ଏବେବି ଜଳମଗ୍ନ ରହିଛି। ପାଣି କମିବା ପରେ ବିଦ୍ୟୁତ ଯୋଗାଣ ଶତପ୍ରତିଶତ ସ୍ୱାଭାବିକ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୂଚନା ପ୍ରଦାନ କରିଛନ୍ତି।

ଶ୍ରୀ ମାଝୀ ଆହୁରି ମଧ୍ୟ କହିଥିଲେ କି ପ୍ରାରମ୍ଭିକ ଆକଳନରୁ ଜଣାଯାଇଛି ଯେ କୃଷି କ୍ଷେତ୍ରରେ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାର ୧୨ଟି ବ୍ଲକର ୮୮୦ଟି ଗ୍ରାମ ପଞ୍ଚାୟତ ଓ ୪୧୦୦ଟି ଗ୍ରାମରେ ପ୍ରାୟ ୨ ଲକ୍ଷ ୨1 ହଜାର ୮୦୦ ଏକର ଚାଷ ଜମିରେ ଫସଲ କ୍ଷତି ହୋଇଛି। ପ୍ରକୃତ ରିପୋର୍ଟ ଆସିବା ପରେ ସହାୟତା ଦିଆଯିବ ବୋଲି ସେ କହିଥିଲେ।