ଉତ୍ତରପ୍ରଦେଶରୁ ଆସୁଛି ୩୦୦ ଟ୍ରକ୍ ଆଳୁ; ଆସନ୍ତାକାଲି ସକାଳେ ପହଞ୍ଚିବ: ମନ୍ତ୍ରୀ
Advertisement
Article Detail0/zeeodisha/odisha2538999

ଉତ୍ତରପ୍ରଦେଶରୁ ଆସୁଛି ୩୦୦ ଟ୍ରକ୍ ଆଳୁ; ଆସନ୍ତାକାଲି ସକାଳେ ପହଞ୍ଚିବ: ମନ୍ତ୍ରୀ

Trucks of potatoes: ଯେଉଁ ବେପାରୀ ମାନେ ଆଳୁ ବାହାରକୁ ବିକ୍ରି କରିବା ପାଇଁ ରଖିଛନ୍ତି। ଯଦି ସେମାନେ ଅନ୍ୟ ରାଜ୍ୟକୁ ରପ୍ତାନୀ କରିପାରିବେନି ତେବେ ଆଳୁ ପଚିଯିବ ଓ କ୍ଷତି ସହିବେ। ତେଣୁ ବ୍ୟବସାୟୀ ମାନେ ଆନ୍ଦୋଳନକୁ ଓହ୍ଲାଇବା ସ୍ଵାଭାବିକ। ଭାରତ ଏକ ଗଣତାନ୍ତ୍ରିକ ରାଷ୍ଟ୍ର। ଯେଉଁ ରାଜ୍ୟରେ ଯେଉଁ ସାମଗ୍ରୀ ଅଧିକ ଉତ୍ପାଦନ ହୁଏ, ସେ ରାଜ୍ୟ ଅନ୍ୟ ରାଜ୍ୟକୁ ରପ୍ତାନୀ କରେ। ହେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଦ୍ଵାରା ଏହିଭଳି ବାତାବରଣ ଉପରେ ଭଟ୍ଟା ପଡୁଛି। 

ଉତ୍ତରପ୍ରଦେଶରୁ ଆସୁଛି ୩୦୦ ଟ୍ରକ୍ ଆଳୁ; ଆସନ୍ତାକାଲି ସକାଳେ ପହଞ୍ଚିବ: ମନ୍ତ୍ରୀ

ଭୁବନେଶ୍ଵର: ଉତ୍ତରପ୍ରଦେଶରୁ ଆସୁଛି ୩୦୦ ଟ୍ରକ୍ ଆଳୁ। ସୋମବାର ସକାଳ ସୁଦ୍ଧା ଓଡ଼ିଶାରେ ପହଞ୍ଚିବ ଉତ୍ତରପ୍ରଦେଶ ଆଳୁ। ପଶ୍ଚିମବଙ୍ଗରେ ବର୍ତ୍ତମାନ ୭ ଲକ୍ଷ ମେଟ୍ରିକ ଟନ୍ ଆଳୁ ଗଚ୍ଛିତ ଅଛି। ତାଙ୍କର ଚାହିଦା ଅତି ବେଶୀରେ ୫ ଲକ୍ଷ ମେଟ୍ରିକ ଟନ୍ ବୋଲି ଆଜି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। 

ମନ୍ତ୍ରୀ କହିଛନ୍ତି ଯେ, ପଶ୍ଚିମବଙ୍ଗ ବ୍ୟବସାୟୀ ମାନେ ଓଡ଼ିଶାକୁ ଆଳୁ ପଠାଇବା ପାଇଁ ଚାହୁଁଛନ୍ତି। କାରଣ ବେଶୀ ଦିନ ଆଳୁ ରହିଲେ ପଚିଯିବ। ତେଣୁ ମମତା ସବୁ ରାଜ୍ୟ ପ୍ରତି ସମଭାବନା ରଖିବା ଦରକାର। ଯଦି କୌଣସି ବ୍ୟବସାୟୀ ଏହି ସ୍ଥିତିର ଫାଇଦା ନେଇ ଅଧିକ ଦରରେ ଆଳୁ ବିକ୍ରି କରିବେ ତେବେ ବିଭାଗର ଏନଫୋର୍ସମେଣ୍ଟ ଟିମ୍ କାର୍ଯ୍ୟନୁଷ୍ଠାନ ନେବ। 

ଯେଉଁ ବେପାରୀ ମାନେ ଆଳୁ ବାହାରକୁ ବିକ୍ରି କରିବା ପାଇଁ ରଖିଛନ୍ତି। ଯଦି ସେମାନେ ଅନ୍ୟ ରାଜ୍ୟକୁ ରପ୍ତାନୀ କରିପାରିବେନି ତେବେ ଆଳୁ ପଚିଯିବ ଓ କ୍ଷତି ସହିବେ। ତେଣୁ ବ୍ୟବସାୟୀ ମାନେ ଆନ୍ଦୋଳନକୁ ଓହ୍ଲାଇବା ସ୍ଵାଭାବିକ। ଭାରତ ଏକ ଗଣତାନ୍ତ୍ରିକ ରାଷ୍ଟ୍ର। ଯେଉଁ ରାଜ୍ୟରେ ଯେଉଁ ସାମଗ୍ରୀ ଅଧିକ ଉତ୍ପାଦନ ହୁଏ, ସେ ରାଜ୍ୟ ଅନ୍ୟ ରାଜ୍ୟକୁ ରପ୍ତାନୀ କରେ। ହେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଦ୍ଵାରା ଏହିଭଳି ବାତାବରଣ ଉପରେ ଭଟ୍ଟା ପଡୁଛି।