Anasara Niti: ଧୀରେ ଧୀରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ, ଆଜି ଦଶମୂଳମୋଦକ ଲାଗି ପରେ ସୁସ୍ଥ ହେବେ ଶ୍ରୀବିଗ୍ରହ
Advertisement
Article Detail0/zeeodisha/odisha2317326

Anasara Niti: ଧୀରେ ଧୀରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ, ଆଜି ଦଶମୂଳମୋଦକ ଲାଗି ପରେ ସୁସ୍ଥ ହେବେ ଶ୍ରୀବିଗ୍ରହ

 Anasara Niti: ତିନିଦିନ ଧରି ଶ୍ରୀଅଙ୍ଗରେ ଓଷ ଲାଗି ପରେ ଧିରେଧିରେ ଜ୍ୱରରୁ ଉପଶମ ହୋଇଛନ୍ତି ମହାପ୍ରଭୁ। ଦୀର୍ଘଦିନ ଜ୍ୱରରେ ପୀଡିତ ହୋଇ ଅଣସର ପିଣ୍ଡିରେ ବିଶ୍ରାମ ନେଉଥିବା ଶ୍ରୀଜୀଉ ଗତକାଲି ଉଠି ବସିଛନ୍ତି। ଆଜି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ଠାରେ ଦଶମୂଳ ମୋଦକ ଲାଗି କରାଯିବ। ଏହାପରେ ଅସୁସ୍ଥ ଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ।

Anasara Niti: ଧୀରେ ଧୀରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ, ଆଜି ଦଶମୂଳମୋଦକ ଲାଗି ପରେ ସୁସ୍ଥ ହେବେ ଶ୍ରୀବିଗ୍ରହ

Anasara Niti: ଅସୁସ୍ଥ ହୋଇ ଅଣସରପିଣ୍ଡିରେ ଥିବା ମହାପ୍ରଭୁ ଧୀରେ ଧୀରେ ସୁସ୍ଥ ହେଉଛନ୍ତି। ଆଜି ଦଶମୂଳମୋଦକ ଲାଗି ହେବା ପରେ ଶ୍ରୀବିଗ୍ରହ ସମ୍ପୂର୍ଣ୍ଣ ସୁସ୍ଥ ହେବେ। ଆସନ୍ତାକାଲି ମହାପ୍ରଭୁଙ୍କ ସୁସ୍ଥତାର ଖବର ଆଦ୍ୟ ସେବକ ଗଜପତିଙ୍କୁ ପ୍ରଦାନ କରିବେ ଦଇତାପତି ସେବାୟତ। ସ୍ନାନପୂର୍ଣ୍ଣିମା ଠାରୁ ଅଣସର ଘରେ ଅସୁସ୍ଥ ଥିବା ଚତୁର୍ଦ୍ଧାମୂର୍ତ୍ତି ଗତକାଲି ଦଶମୀ ତିଥିରେ ଶଯ୍ୟା ଛାଡିଛନ୍ତି ।ଦଶମୀରେ ଅଣସର ଘରେ ଚକାରେ ବିଜେ ହୋଇଛନ୍ତି ଶ୍ରୀବିଗ୍ରହ । ଆଜି ଖଳିଲାଗି ଏକାଦଶୀ । ଦଶମୂଳ ସେବନ ପରେ ମହାପ୍ରଭୁ ସଂପୂର୍ଣ୍ଣ ସୁସ୍ଥ ହେବେ। ତିନିଦିନ ଧରି ଶ୍ରୀଅଙ୍ଗରେ ଓଷ ଲାଗି ପରେ ଧିରେଧିରେ ଜ୍ୱରରୁ ଉପଶମ ହୋଇଛନ୍ତି ମହାପ୍ରଭୁ। ଦୀର୍ଘଦିନ ଜ୍ୱରରେ ପୀଡିତ ହୋଇ ଅଣସର ପିଣ୍ଡିରେ ବିଶ୍ରାମ ନେଉଥିବା ଶ୍ରୀଜୀଉ ଗତକାଲି ଉଠି ବସିଛନ୍ତି। ଆଜି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ଠାରେ ଦଶମୂଳ ମୋଦକ ଲାଗି କରାଯିବ। ଏହାପରେ ଅସୁସ୍ଥ ଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ।

ଗତକାଲି ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଏହି ଦଶମୂଳ ମୋଦକ ଶ୍ରୀମନ୍ଦିରରେ ଆସି ପହଞ୍ଚିଥିଲା । ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଏହା ଲାଗି କରାଯିବାର ପରମ୍ପରା ରହିଛି । ତେବେ ଆଜି ଖଳିଲାଗି ଏକାଦଶୀରେ ଠାକୁରମାନଙ୍କୁ ଖଳି ଲାଗି କରାଯିବ । ଦଇତା ଓ ପତିମହାପାତ୍ର ସେବାୟତ ତିନି ବାଡରେ ଶ୍ରୀଅଙ୍ଗରେ ଚନ୍ଦନ ଲେପନ କରିବେ । ଚନ୍ଦନରେ କର୍ପୂର , କେଶର ଓ ଆବଶ୍ୟକ ପରିମାଣର କସ୍ତୁରୀ ମିଶାଯାଇ ଶ୍ରୀବିଗ୍ରହ ମାନଙ୍କୁ ଲାଗି କରାଯିବାର ବିଧି ରହିଛି । ଆଜି ମହାପ୍ରଭୁ ବାରଲାଗି ଖଣ୍ଡୁଆପାଟ ପରିଧାନ କରିବେ। ତୁଳସୀ ଲାଗି କରିବା ପରେ ମହାପ୍ରଭୁଙ୍କୁ ଦଶମୂଳ ଲାଗି କରାଯିବ।

ଏହାପରେ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ। ଅଣସର 10 ଦିନ ଧରି ଜ୍ୱର ଯୋଗୁଁ ଘଣ୍ଟ ବାଜିବା ବନ୍ଦ ରହିଥିଲା। ଆଜି ଖଳି ଲାଗି ସମୟରେ ଘଣ୍ଟ ଓ କାହାଳୀ ବଜାଇ ଶ୍ରୀଜୀଉମାନେ ସୁସ୍ଥ ହେଉଥିବା ବାର୍ତ୍ତା ଭକ୍ତଙ୍କୁ ଜଣାଇବାର ପରମ୍ପରା ରହିଛି। ଏକାଦଶୀ ତିଥିର ପୂର୍ବରୁ ବିନା ତୁଳସୀରେ ଧଳା ଫୁଲରେ ପୂଜା ପାଉଥିବା ମହାପ୍ରଭୁଙ୍କୁ ଆଜିଠାରୁ ତୁଳସୀ ଲାଗି ହେବାର ବିଧି ରହିଛି । ଆସନ୍ତାକାଲି ଅଣସର ଦ୍ୱାଦଶୀରେ ଶ୍ରୀନହରକୁ ରାଜପ୍ରସାଦ ବିଜେ କରିବ ଏବଂ ମହାପ୍ରଭୁଙ୍କ ସୁସ୍ଥତାର ଖବର ଗଜପତି ମହାରାଜାଙ୍କୁ ପ୍ରଦାନ କରାଯିବ।