Ayushman bharat: ୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ- ଅର୍ଥନୈତିକ ସ୍ଥିତି ନିର୍ବିଶେଷରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଲାଭ ପାଇବାକୁ ଯୋଗ୍ୟ ହେବେ। ଆୟୁଷ୍ମାନ ଭାରତ କେବେ ଓଡିଶାରେ ଲାଗୁ ହେବ ସେନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବା ବେଳେ ଆଜି ଏନେଇ ବଡ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
Trending Photos
ଭୁବନେଶ୍ଵର: ରାଜ୍ୟରେ ଚଳିତ ଆର୍ଥିକ ବର୍ଷରେ ହିଁ ଏହି ଆୟୁଷ୍ମାନ ଭାରତ ଯୋଜନାକୁ ଲାଗୁ କରାଯିବ। ଖୁବଶୀଘ୍ର ଗୋପବନ୍ଧୁ ଆରୋଗ୍ୟ ଯୋଜନା ସହ ଆୟୁଷ୍ମାନ ଭାରତ ଯୋଜନାର ଏମଓୟୁ ସ୍ୱାକ୍ଷର ହେବ। ସାଢେ଼ ୩ କୋଟି ଲୋକଙ୍କୁ ସ୍ଵତନ୍ତ୍ର କାର୍ଡ ଦିଆଯିବ। ଏହାଦ୍ୱାରା କାଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ୨୭ ହଜାର ହସ୍ପିଟାଲରେ ଚିକିତ୍ସା ସୁବିଧା ପାଇବେ ବୋଲି ଆଜି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି।
ଏଥିସହ ଆହୁରି କହିଛନ୍ତି ଯେ, ୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ- ଅର୍ଥନୈତିକ ସ୍ଥିତି ନିର୍ବିଶେଷରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଲାଭ ପାଇବାକୁ ଯୋଗ୍ୟ ହେବେ। ଆୟୁଷ୍ମାନ ଭାରତ କେବେ ଓଡିଶାରେ ଲାଗୁ ହେବ ସେନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବା ବେଳେ ଆଜି ଏନେଇ ବଡ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।