Puri News: ଆଜି ଜଗା ଦର୍ଶନ ପାଇଁ ପୁରୀ ଯାଉଛନ୍ତି କି? ଜାଣିରଖନ୍ତୁ କେତେ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
Advertisement
Article Detail0/zeeodisha/odisha2554752

Puri News: ଆଜି ଜଗା ଦର୍ଶନ ପାଇଁ ପୁରୀ ଯାଉଛନ୍ତି କି? ଜାଣିରଖନ୍ତୁ କେତେ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Puri News: ଆଜି ଗୁରୁବାର ମାର୍ଗଶୀର ଶୁକ୍ଳ ଦ୍ୱାଦଶୀ ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। 

Puri News: ଆଜି ଜଗା ଦର୍ଶନ ପାଇଁ ପୁରୀ ଯାଉଛନ୍ତି କି? ଜାଣିରଖନ୍ତୁ କେତେ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Puri News: ଆଜି ଗୁରୁବାର ମାର୍ଗଶୀର ଶୁକ୍ଳ ଦ୍ୱାଦଶୀ ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଘଟିକା ଠାରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

 

ALSO READ: Viral Video: ରୋମାଣ୍ଟିକ୍ ଅନ୍ଦାଜରେ ନଜର ଆସିଲେ ମନୋଜଙ୍କ ଦ୍ବିତୀୟ ସ୍ତ୍ରୀ ମମତା ନନ୍ଦ, ଭିଡିଓ ହେଲା ଭାଇରାଲ

ALSO READ: Gold Rate Today: ନୂଆ ସୁନା ଦର ଜାରି, ୬୦ ହଜାର ତଳେ ଭରି ପିଛା ମୂଲ୍ୟ

ଖବର ଅନୁଯାୟୀ, ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ  ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ  ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।