Bankachuda Besha: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାଙ୍କଚୂଡ଼ ବେଶ
Advertisement
Article Detail0/zeeodisha/odisha1975652

Bankachuda Besha: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାଙ୍କଚୂଡ଼ ବେଶ

Bankachuda Besha: ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଯିଏ ଦର୍ଶନ କରିଥାନ୍ତି ତାଙ୍କୁ ଅପାର ଆନନ୍ଦ ଲାଭ ସହ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତିମିଳିଥାଏ ବୋଲି ବିଶ୍ୱାସ ରହିଛି । ଆସନ୍ତାକାଲି ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ତିବିକ୍ରମ ବେଶ ଅନୁଷ୍ଠିତ ହେବ। 

 

Bankachuda Besha: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାଙ୍କଚୂଡ଼ ବେଶ

Bankachuda Besha: ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଅତ୍ୟନ୍ତ ଚିତାକର୍ଷକ ବାଙ୍କଚୂଡ଼ ବେଶ ଅନୁଷ୍ଠିତ ହୋଇଛି । ଯେତେବେଳେ ଅକ୍ରୁର ଯାଇଥିଲେ ଗୋପପୁରକୁ ଶ୍ରୀକୃଷ୍ଣ ଓ ବଳରାମଙ୍କୁ ମଥୁରାକୁ ଆଣିବାକୁ ସେ ସମୟରେ ବ୍ରଜ ଦାଣ୍ଡରେ ଏହି ରୂପରେ ଅକ୍ରୁର ଦର୍ଶନ କରିଥିଲେ। ସେହି ସ୍ମୃତିରେ ଏହି ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି। ଏହି ବେଶରେ ଠାକୁର ମାନେ ସୁଵର୍ଣର ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ଚୁଡା ମଧ୍ୟ ଧାରଣ କରିଥାନ୍ତି। 

ମସ୍ତକରେ ଏହି ଚୁଡା ବା ଚୂଳ ଦକ୍ଷିଣ ଦିଗକୁ ଢଳି ରହିଥାଏ। ଏଣୁ ମହାପ୍ରଭୁଙ୍କ ଏହି ବେଶକୁ ବାଙ୍କଚୁଡ଼ ବେଶ(Bankachuda Besha) କୁହାଯାଏ । ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ ହୋଇଥାଏ। ତେବେ ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଯିଏ ଦର୍ଶନ କରିଥାନ୍ତି ତାଙ୍କୁ ଅପାର ଆନନ୍ଦ ଲାଭ ସହ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତିମିଳିଥାଏ ବୋଲି ବିଶ୍ୱାସ ରହିଛି । ଆସନ୍ତାକାଲି ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ତିବିକ୍ରମ ବେଶ ଅନୁଷ୍ଠିତ ହେବ। ସେପଟେ ଗତକାଲି ବଡ ଏକାଦଶୀ ଅର୍ଥାତ ହରିଉତ୍ଥାପନ ଏକାଦଶୀ ଓ ଲକ୍ଷ୍ମୀ ନାରାୟଣ ବେଶ ଥିଲା। 

ସେହିପରି ୨୬ ତାରିଖରେ ଲକ୍ଷ୍ମୀନୃସିଂହ ବେଶ ଓ ୨୭ ତାରିଖ କାର୍ତ୍ତିକ ପୂର୍ଣ୍ଣିମାରେ (Kartika Purnima) ରାଜାଧିରାଜ ବେଶ ବା ସୁନାବେଶରେ ଶ୍ରୀଜିଉ ଭକ୍ତଙ୍କୁ ଦର୍ଶନ ଦେବେ ।  ଏମିତିକି ବଡ ଏକାଦଶୀ ଥିବାରୁ ଜଗତକଲ୍ଯାଣ ଉଦ୍ଦେଶ୍ୟରେ ଶ୍ରୀମନ୍ଦିର ଅଁଳାବେଢାକୁ ମହାଦୀପ ଉଠିଥିଲା। ଏଣୁ ମହାପ୍ରଭୁଙ୍କର ଅନେକ ନୀତି ରହିଥିବାରୁ ଗତକାଲି ମହାପ୍ରଭୁ ପହୁଡ ହୋଇନାହାନ୍ତି। ସେପଟେ ପଞ୍ଚୁକ ପାଇଁ ହବିଷ୍ଯାଳୀ ଓ ସାଧାରଣ ଭକ୍ତଙ୍କ ଭିଡ ରହିଛି। ଫଳରେ ପୁନର୍ବାର ଆଜିର ନୀତି ଆରମ୍ଭ କରାଯାଇଥିଲା। 

ସେପଟେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ (Puri Srimandira) ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭକ୍ତଙ୍କ ଲାଗି ସ୍ୱତନ୍ତ୍ର ବାୟୋ ଟଏଲେଟ, ବ୍ୟାରିକେଡରେ ବିଶୁଦ୍ଧ ପିଇବା ପାଣି, ଖରାରେ ପାଦ ନତାତିବା ପାଇଁ କାର୍ପେଟର ବ୍ୟବସ୍ଥା ମଧ୍ୟ କରାଯାଇଛି । ସେହିପରି ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ହେଲପ ଡେସ୍କ ଓ ବିଶ୍ରାମ ପାଇଁ ବ୍ୟବସ୍ଥା କରାଯାଇଛି । ଗହଳି ନିୟନ୍ତ୍ରଣ ପାଇଁ ବ୍ୟାରିକେଡକୁ ମରିଚିକୋଟ ଛକ ଯାଏଁ ସମ୍ପ୍ରସାରଣ କରାଯାଇଛି । ଗହଳିକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଓ ସମୁଦ୍ର ବେଳାଭୂମିରେ ୪୦ ପ୍ଲାଟୁନ ଫୋର୍ସ ମଧ୍ୟ ମୁତୟନ ହୋଇଛନ୍ତି ।

Also Read: Cabinet Meeting: ଆଜି କ୍ୟାବିନେଟ୍‍ ବୈଠକ, ସ୍ୱାଭାବିକ ଅଧିବେଶନ ପାଇଁ ଖୋଲିପାରେ ବାଟ

Also Read: Top 10 News Headlines: ସକାଳର 10 ବଡ଼ ଖବର

Also Read: Friday Tips: ଶୁକ୍ରବାର ଦିନ କରନ୍ତୁ ଏହି ସବୁ ଉପାୟ, ରହିବନି ଧନ ସମ୍ପତ୍ତିର ଅଭାବ !