ସରିଲା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ, ୧୧ଟି ରାଜନୈତିକ ଓ ୧୬ଟି ଧନ୍ୟବାଦ ପ୍ରସ୍ତାବ ଗୃହୀତ
Advertisement

ସରିଲା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ, ୧୧ଟି ରାଜନୈତିକ ଓ ୧୬ଟି ଧନ୍ୟବାଦ ପ୍ରସ୍ତାବ ଗୃହୀତ

BJD Working Meeting: ରାଜ୍ୟ ବିଜୁ ଜନତା ଦଳର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଶଙ୍ଖ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ୨୦୦୦ ମସିହାରୁ ବିଜେଡ଼ିକୁ ଜନସାଧାରଣଙ୍କ ବିପୁଳ ସମର୍ଥନ ଓ ବିଭିନ୍ନ ନିର୍ବାଚନରେ ବିଜୟୀ ନେଇ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଛି ଦଳ । 

ସୌ(ସୋସିଆଲ ମିଡିଆ)

BJD Working Meeting: ରାଜ୍ୟ ବିଜୁ ଜନତା ଦଳର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଶଙ୍ଖ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ୨୦୦୦ ମସିହାରୁ ବିଜେଡ଼ିକୁ ଜନସାଧାରଣଙ୍କ ବିପୁଳ ସମର୍ଥନ ଓ ବିଭିନ୍ନ ନିର୍ବାଚନରେ ବିଜୟୀ ନେଇ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଛି ଦଳ । ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ଯ ଦଳ ପକ୍ଷରୁ ଅଭିନନ୍ଦନ ଜଣାଯାଇଛି । ରାଜ୍ୟରେ ସାମାଜିକ ସୁରକ୍ଷା ଓ ଖାଦ୍ୟ ନିରାପତ୍ତା କାର୍ଯ୍ୟକ୍ରମ ତଥା ସ୍ୱାସ୍ଥ୍ୟ ଭିତିଭୂମିର ଦ୍ରୁତ ରୂପାନ୍ତରୀକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ ପ୍ରସ୍ତାବ ପାରିତ ହୋଇଥିଲା ।

ସେହିପରି ମହିଳା ଓ ଯୁବ ବର୍ଗଙ୍କୁ ସଶକ୍ତ କରିବା ପାଇଁ ତଥା ରାଜ୍ୟର ଦ୍ରୁତ ଶିଳ୍ପାୟନ ସହ ନିଯୁକ୍ତି ଓ ଆତ୍ମନିଯୁକ୍ତି ସୁଯୋଗ ସୃଷ୍ଟି, ପୁଞ୍ଜିନିବେଶରେ ଓଡିଶା ଲଗାତର ଭାବେ ଭାରତର ଶୀର୍ଷ ୩ଟି ରାଜ୍ୟ ଭିତରେ ରହିଥିବା ନେଇ ଧନ୍ୟବାଦ ପ୍ରସ୍ତାବ ପାରିତ ହୋଇଛି । କ୍ରୀଡା଼ ଭିତିଭୂମିର ବିକାଶ ଏବଂ ଆଇଟି  କ୍ଷେତ୍ରରେ  ଦୃତ  ବିକାଶ କରି ଯୁବଶକ୍ତିର ଆକଂକ୍ଷାକୁ ପୂରଣ କରିବା ପାଇଁ ନବୀନ ସରକାର ନେଇଥିବା ବଳିଷ୍ଠ ପଦକ୍ଷେପକୁ କାର୍ଯ୍ୟକାରିଣୀରେ ପ୍ରଶଂସା କରାଯାଇଥିଲା । ଚାଷୀ ଓ ଚାଷର ଉନ୍ନତି ତଥା ଜଳସେଚନର ଅଭିବୃଦ୍ଧି ନବୀନ ସରକାରଙ୍କ ପ୍ରାଥମିକତା ଥିବାରୁ ନବୀନ ସରକାରଙ୍କୁ ଧନ୍ୟବାଦ ଦିଆଯାଇଥିଲା । ଅନୁସୂଚିତ ଜାତି ଓ ଜନଜାତି ତଥା ପଛୁଆ ବର୍ଗ, ସଂଖ୍ୟାଲଘୁଙ୍କ ପାଇଁ ନବୀନ ସରକାର ନେଇଥିବା ପଦକ୍ଷେପ ଓ କାର୍ଯ୍ୟକ୍ରମକୁ ଧନ୍ୟବାଦ ଦେଇ ପ୍ରସ୍ତାବ ପାରିତ ହୋଇଛି । ଟେକ୍ନୋଲୋଜିକୁ ଉପଯୋଗ କରି ୫-ଟି ରୂପାନ୍ତରଣରେ ଲୋକାଭିମୁଖୀ ପ୍ରଶାସନ ସହିତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ସ୍ତରରେ ରୂପାନ୍ତରୀକରଣ ପାଇଁ ପର୍ଯ୍ୟାପ୍ତ ଅର୍ଥ ମଂଜୁରୀ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟର ଅଭିବୃଦ୍ଧିର ହାର ବଢିବା, ମୁଣ୍ଡପିଛା ଆୟରେ ବୃଦ୍ଧି ତଥା ଋଣ ଭାର କମିବା ସହିତ ଆର୍ଥିକ ପରିଚାଳନାରେ ସଫଳତା ପାଇଁ ଧନ୍ୟବାଦ ଦିଆଯାଇଥିଲା।

୫-ଟି ଉପକ୍ରମରେ ଭିତ୍ତିଭୂମି ବିକାଶଠାରୁ ଆରମ୍ଭ କରି ଆମ ସମ୍ବଳକୁ ମୂଲ୍ୟଯୁକ୍ତ କରିବା ପାଇଁ ବିକାଶର ଧାରାରେ ଆଗରେ ଥିବା ଓଡିଶାକୁ ପୂର୍ଣ୍ଣ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ହେଉଥିବା ପ୍ରୟାସକୁ ରାଜ୍ୟ କାର୍ଯ୍ୟକାରିଣୀ ସ୍ୱାଗତ କରିଥିଲା। ସାଂଗଠନିକ ପ୍ରସ୍ତାବରେ ଶଙ୍ଖ ଭବନରେ ପ୍ରତି ନିର୍ବାଚନମଣ୍ଡଳୀ ୱାରୀ ପ୍ରଶିକ୍ଷଣ ଓ ତାପରେ ଜୋନାଲ ପ୍ରଶିକ୍ଷଣ ପରବର୍ତ୍ତୀ ପର୍ଯ୍ୟାୟରେ ଅନ୍ୟ କାର୍ଯ୍ୟକ୍ରମ କରାଯିବାକୁ ପ୍ରସ୍ତାବ ପାରିତ ହୋଇଛି। ବିଜେଡିର ପ୍ରତିଷ୍ଠା ଦିବସ ପରେ ଗୋଟିଏ ପକ୍ଷରେ ପଞ୍ଚାୟତ ସ୍ତରୀୟ ସମ୍ମିଳନୀ ଓ ଜାନୁଆରୀ ୨୩ ନେତାଜୀ ଜୟନ୍ତୀଠାରୁ ବିଜୁ ଜୟନ୍ତୀ ମାର୍ଚ୍ଚ ୫ ଯାଏଁ ନବୀନ ସରକାରର ସଫଳତା ତଥା ବିକାଶର ଆଭିମୁଖ୍ୟ ତୃଣମୁଳ ସ୍ତରରେ ଲୋକଙ୍କ ପାଖରେ ପହଁଞ୍ଚାଇବା ପାଇଁ ଅଭିଯାନ ଆରମ୍ଭ କରାଯିବ ବୋଲି କାର୍ଯ୍ୟକାରିଣୀ ପ୍ରସ୍ତାବରେ କୁହାଯାଇଛି। ବୈଠକରେ  ସଂଘୀୟ ବ୍ୟବସ୍ଥାରେ ଓଡିଶା ଯେପରି ତାର ନ୍ୟାଯ୍ୟ ଦାବି ଯଥା ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଏପରିକି ସ୍ପେଶାଲ ଫୋକସ ଷ୍ଟେଟ ମାନ୍ୟତା ଦାବି ହାସଲ କରିବ ସେଥିପାଇଁ ଉଦ୍ୟମ ଜାରି ରହିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।

ଏହାସହ ମହାନଦୀ ଓ ପୋଲାଭରମ ପ୍ରସଙ୍ଗରେ କେନ୍ଦ୍ରର ନୀରବତା ନେଇ ବୈଠକରେ ଉଦବେଗ ପ୍ରକାଶ କରାଯାଇଥିଲା। ଦାବି ପୂରଣ ପାଇଁ ଉଦ୍ୟମ ଅବ୍ୟାହତ ରହିବ ବୋଲି ଘୋଷଣା କରାଯାଇଛି। କୋଇଲା ରୟାଲଟି, ସେସ୍ ପ୍ରଦାନ କ୍ଷେତ୍ରରେ ଓଡିଶାର ଦାବି ପୂରଣ ସହିତ ଜାତୀୟ ରାଜପଥ ଓ ରେଳବାଇ କ୍ଷେତ୍ରରେ ବିକାଶ କାର୍ଯ୍ୟ ତ୍ୱରାନିତ କରିବା ଓ କେନ୍ଦୁପତ୍ର ଉପରୁ ଜିଏସଟି ବୋଝ ଦୂର କରିବା, ଦରବୃଦ୍ଧି ପାଇଁ ମହିଳାଙ୍କ ସମସ୍ୟା ସଂପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ କେନ୍ଦ୍ର ସରକାରଙ୍କ ପାଖରେ ପୁର୍ନବାର ଦାବି କରାଯିବ। ଆମ ଓଡି଼ଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରିତା ପାଇଁ ସଂକଳ୍ପବଦ୍ଧ ହୋଇ କାମ କରିବାକୁ ନିଷ୍ପତ୍ତି ପାରିତ ହୋଇଛି। ଦଳର ସାଂଗଠନିକ ପ୍ରସ୍ତାବରେ ଦଳର କେନ୍ଦ୍ରୀୟ ନିଜସ୍ୱ କାର୍ଯ୍ୟାଳୟ ଶଙ୍ଖ ଭବନର ଠିକଣା ପରିବର୍ତ୍ତନ, ସାଂଗଠନିକ ନିର୍ବାଚନକୁ ଗୋଟିଏ ବର୍ଷ ଘୁଞ୍ଚାଇବା ତଥା ଆଗାମୀ ଦିନରେ ସାଂଗଠନିକ କାର୍ଯ୍ୟକ୍ରମ ପାଇଁ ସର୍ବସମ୍ମତ କ୍ରମେ ଆଗତ ପ୍ରସ୍ତାବ ଆଲୋଚନା କରାଯାଇ ଗୃହୀତ ହୋଇଛି। କାର୍ଯ୍ୟକାରିଣୀରେ ମୋଟ୍ ୨୭ଟି ପ୍ରସ୍ତାବ ଦଳର ବରିଷ୍ଠ ନେତା ଆଗତ କରିଥିଲେ ଏବଂ ଅନ୍ୟ ବରିଷ୍ଠ ନେତା ଏହାକୁ ସମର୍ଥନ କରିଥିଲେ ।