Nua-O Scholarship: ଆରମ୍ଭ ହେଲା ନୂଆ-ଓ ସ୍କଲାରସିପ୍ ଯୋଜନା ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଖାତାକୁ ଗଲା ଟଙ୍କା
Advertisement

Nua-O Scholarship: ଆରମ୍ଭ ହେଲା ନୂଆ-ଓ ସ୍କଲାରସିପ୍ ଯୋଜନା ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ଛାତ୍ରଛାତ୍ରୀଙ୍କ ବ୍ଯାଙ୍କ ଖାତାକୁ ଆସିଲା ସ୍କଲାରସିପ ଟଙ୍କା । ଆଜିଠାରୁ ଯୁକ୍ତତିନି ଓ ପିଜି ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯାଇଛି ନୂଆ-ଓ ସ୍କଲାରସିପ । ଏହି ସ୍କିମରେ ରାଜ୍ଯର ପ୍ରାୟ ୬ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ । ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ଆଜିଠାରୁ ଆରମ୍ଭ ହୋଇଛି ଏହି ଯୋଜନା । ଛାତ୍ରୀଙ୍କୁ ୧୦ ହଜାର ଏବଂ ଛାତ୍ରଙ୍କ ଖାତା

Nua-O Scholarship: ଆରମ୍ଭ ହେଲା ନୂଆ-ଓ ସ୍କଲାରସିପ୍ ଯୋଜନା ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ବ୍ଯାଙ୍କ ଖାତାକୁ ଆସିଲା ସ୍କଲାରସିପ ଟଙ୍କା । ଆଜିଠାରୁ ଯୁକ୍ତତିନି ଓ ପିଜି ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯାଇଛି ନୂଆ-ଓ ସ୍କଲାରସିପ । ଏହି ସ୍କିମରେ ରାଜ୍ଯର ପ୍ରାୟ ୬ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ । ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ଆଜିଠାରୁ ଆରମ୍ଭ ହୋଇଛି ଏହି ଯୋଜନା । ଛାତ୍ରୀଙ୍କୁ ୧୦ ହଜାର ଏବଂ ଛାତ୍ରଙ୍କ ଖାତାକୁ ୯ ହଜାର ଟଙ୍କା ପ୍ରଦାନ କରାଯାଇଛି । ମାର୍ଚ୍ଚ ୫ ତାରିଖରେ ସମସ୍ତ ୩୦ ଜିଲ୍ଲାର ଛାତ୍ରଛାତ୍ରୀ ଏହି ଛାତ୍ରବୃତ୍ତି ପାଇବେ । ସେପଟେ ଖୁବଶୀଘ୍ର ସରକାର ଆଣିବାକୁ ଯାଉଛନ୍ତି ୟୁଥ୍ ବଜେଟ୍ । ରାଜ୍ୟ ବଜେଟର ଏକ ବଡ଼ ଭାଗ ଯୁବ ବଜେଟ ପାଇଁ ବିନିଯୋଗ ହେବ । ଯୁବକଙ୍କ ସବୁ ସ୍ଵପ୍ନକୁ ସାକାର କରିବେ ରାଜ୍ୟ ସରକାର ।

ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ଯୋଜନାରେ ସ୍କଲାରସିପ ବାଣ୍ଟିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଯୋଜନାର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅର୍ଥ ଅଭାବରୁ ଯେପରି କୌଣସି ଛାତ୍ରଛାତ୍ରୀ ଉଚ୍ଚଶିକ୍ଷାରୁ ବଞ୍ଚିତ ନହୁଅନ୍ତି ସେଥିଲାଗି ଏହି ଯୋଜନା କରାଯାଇଛି ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ।

ଛାତ୍ରଛାତ୍ରୀଙ୍କ ଲାଗି ଆଉ ପାଠ ପଢାରେ ରହିବନି ଅର୍ଥର ଅଭାବ । ବାପାମାଆଙ୍କ ଉପରେ ଯାହା ବୋଝ ପଡୁଥିଲା ସେଇଟାକୁ କିଛିମାତ୍ରାରେ କମ କରିବା ଲାଗି ମୁଖ୍ୟମନ୍ତ୍ରୀ ଏହି ଛାତ୍ରବୃତ୍ତି ପ୍ରଦାନ କରୁଛନ୍ତି । ଏହି ଯୋଜନା ନୂଆ ଓଡ଼ିଶା ଗଠନରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ନେବ । ଆଜିର ଦିନ ଛାତ୍ରଛାତ୍ରୀଙ୍କ ଲାଗି ଐତିହାସିକ ଦିନ ବୋଲି କହିଛନ୍ତି 5T ଅଧ୍ୟକ୍ଷ ।

ଯୁବବର୍ଗଙ୍କୁ ସଶକ୍ତ କରିବାକୁ ସରକାର ଆଣିବେ ୟୁଥ ବଜେଟ। ଦେଶରେ ପ୍ରଥମ ରାଜ୍ୟଭାବେ ଓଡ଼ିଶା ଏହି ୟୁଥ୍ ବଜେଟ୍ ଆଣିବ। ଯୁବବର୍ଗଙ୍କ ବିକାଶ ଦିଗରେ ଏହି ବଜେଟରୁ ଅର୍ଥ ଖର୍ଚ୍ଚ ହେବ।  ୨୦୩୬ ସୁଦ୍ଧା ନୂଆ ଓ ସଶକ୍ତ ଓଡ଼ିଶା ଗଠନ ଲକ୍ଷ୍ଯ ରଖିଛନ୍ତି ସରକାର। ଏଥିଲାଗି ରାଜ୍ୟ ପ୍ରଶାସନକୁ ୨୦୩୪ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଟାର୍ଗେଟ ଦେଇଛନ୍ତି । ୧୦ ବର୍ଷରେ ଓଡ଼ିଶାକୁ ସବୁ ଦିଗରୁ ସଶକ୍ତ କରିବାକୁ ଲକ୍ଷ୍ଯ ରହିଛି । ଲକ୍ଷ୍ୟ ହାସଲରେ ଯୁବକଙ୍କ ଭୂମିକା ହେବ ଗୁରୁତ୍ବପୂର୍ଣ୍ଣ । ରାଜ୍ଯ ବଜେଟର ଏକ ବଡ଼ ଭାଗ ଯୁବ ବଜେଟ ପାଇଁ ବିନିଯୋଗ ହେବ । ଯୁବକଙ୍କ ସବୁ ସ୍ବପ୍ନକୁ ସାକାର କରିବେ ରାଜ୍ୟ ସରକାର । ଯୁବ ଶକ୍ତିକୁ ସାମର୍ଥ୍ୟ ଯୋଗାଇବାକୁ ଏବେଠୁ କାମ ଆରମ୍ଭ ହୋଇଛି । ରାଜ୍ୟର ୬ ହଜାର ୮୫୦ ହାଇସ୍କୁଲର ହୋଇଛି ରୂପାନ୍ତରୀକରଣ । ଯୁବକ ଯାହା ସ୍ଵପ୍ନ ଦେଖିବ, ତାକୁ ସାକାର କରିପାରିବ । ଏହା ରାଜ୍ଯ ପାଇଁ ସୁବର୍ଣ୍ଣ ଯୁଗ ହେବ ବୋଲି କହିଛନ୍ତି 5T ଅଧ୍ୟକ୍ଷ ।