Mission Shakti: ମିଶନ ଶକ୍ତି ବଜାର ଉଦଘାଟିତ
Advertisement

Mission Shakti: ମିଶନ ଶକ୍ତି ବଜାର ଉଦଘାଟିତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମିଶନ ଶକ୍ତି ବଜାରର ଉଦଘାଟନ କରିଛନ୍ତି। ଏଠାରେ ମିଶନ ଶକ୍ତି ଦ୍ୱାରା ପ୍ରସ୍ତୁତ ସମସ୍ତ ସାମଗ୍ରୀକୁ ବିକ୍ରି କରିପାରିବେ। ଭୁବନେଶ୍ୱରରେ ଆଜି ଏକ ଅତ୍ୟାଧୁନିକ ମିଶନ ଶକ୍ତି ବଜାର ବ୍ୟବସ୍ଥା କରାଯାଇଛି। ଆଗାମି ୫ ବର୍ଷ ମଧ୍ୟରେ ସମଗ୍ର ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଓ Retail Outletର ବ୍ୟବସ୍ଥା

Mission Shakti: ମିଶନ ଶକ୍ତି ବଜାର ଉଦଘାଟିତ

Mission Shakti Loan: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମିଶନ ଶକ୍ତି ବଜାରର ଉଦଘାଟନ କରିଛନ୍ତି। ଏଠାରେ ମିଶନ ଶକ୍ତି ଦ୍ୱାରା ପ୍ରସ୍ତୁତ ସମସ୍ତ ସାମଗ୍ରୀକୁ ବିକ୍ରି କରିପାରିବେ। ଭୁବନେଶ୍ୱରରେ ଆଜି ଏକ ଅତ୍ୟାଧୁନିକ ମିଶନ ଶକ୍ତି ବଜାର ବ୍ୟବସ୍ଥା କରାଯାଇଛି। ଆଗାମି ୫ ବର୍ଷ ମଧ୍ୟରେ ସମଗ୍ର ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଓ Retail Outletର ବ୍ୟବସ୍ଥା ହେବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି। 

ଚଳିତ ବର୍ଷ ମିଶନ ଶକ୍ତି ମହିଳାମାନେ ୧୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ସୁବିଧା ପାଇଛନ୍ତି। ଆସନ୍ତା ୫ ବର୍ଷ ମଧ୍ୟରେ ମହିଳାମାନଙ୍କୁ ୭୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ଯୋଗାଇ ଦିଆଯିବ । ଏଣିକି ରାଜ୍ୟର ମାଆମାନେ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ନେଇପାରିବେ । ଯେଉଁଥିରେ ସମସ୍ତ ସୁଧ ରାଜ୍ୟ ସରକାର ବହନ କରିବେ । ଏହା ଦ୍ୱାରା ମିଶନ ଶକ୍ତି ମହିଳାଙ୍କର ଟଙ୍କା ସଞ୍ଚୟ ହୋଇପାରିବ । 

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫ ଓ ଫେଡେରେସନ ଲିଡର ମାନେ ବହୁତ ଭଲ କାମ କରୁଛନ୍ତି । ଖୁବ୍‌ ଶୀଘ୍ର ସେମାନେ ମଧ୍ୟ ଖୁସି ଖବର ପାଇବେ । ସୁଧ ଫେରସ୍ତ ବ୍ୟବସ୍ଥାର ଶୁଭାରମ୍ଭ କରି ବରଗଡ ଜିଲ୍ଲା ମାଆ ଯମୁନା ଏସ୍.ଏଚ୍.ଜି. ଓ ଗଞ୍ଜାମ ଜିଲ୍ଲା ମାଆ ବିମଳା ଏସ୍‌.ଏଚ୍‌.ଜି.କୁ ଚେକ୍‌ ପ୍ରଦାନ କରିଥିଲେ ନବୀନ ।

ସୂଚନା ଯୋଗ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପ୍ରାୟ ୭୦ ଲକ୍ଷ ସୟଂ ସହାୟକ ଗୋଷ୍ଠିର ମା’ମାନଙ୍କ ପାଇଁ ସ୍ୱତନ୍ତ୍ର ଋଣ ବ୍ୟବସ୍ଥା କରିଛନ୍ତି । ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତିର ମହିଳାଙ୍କୁ ଋଣ ପ୍ରଦାନ କରାଯିବ। ଏଥିସହିତ ମିଶନ ଶକ୍ତି ମା’ ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ସହାୟତା ସହ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ ବ୍ୟବସ୍ଥାର ଶୁଭାରମ୍ଭ ଆଜି କରାଯାଇଛି।

ଭୁବନେଶ୍ୱରର ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ଆଜି ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଥିଲେ ଯେ, ମିଶନ ଶକ୍ତି ମୋର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ। ମା’ ମାନଙ୍କ ସମ୍ମାନ ଓ ଉନ୍ନତି ପାଇଁ ମୋ ସରକାର ନିରନ୍ତର ଭାବେ କାମ କରିଛି। ସେ ଆହୁରି ମଧ୍ୟ କହିଥିଲେ ଯେ, ଏକ ସ୍ୱତନ୍ତ୍ର ଜୀବିକା ଅର୍ଜନ ପଦକ୍ଷେପ ମାଧ୍ୟମରେ ମିଶନ ଶକ୍ତିର ମହିଳାଙ୍କୁ ୮ ହଜାର କୋଟି ଟଙ୍କାର ସରକାରୀ ବିଜିନେସ୍ ସହାୟତା ଯୋଗାଇ ଦିଆଯାଇଛି। ମହିଳାମାନେ ଏବେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ସହଯୋଗୀ ହୋଇପାରିଛନ୍ତି। ନୂଆ ଓଡିଶା ଗଠନରେ ମିଶନ ଶକ୍ତି ମହିଳାଙ୍କ ଭୂମିକା ରହିଛି । ଆଜି ମିଶନ ଶକ୍ତି ମହିଳାଙ୍କ ଭଲ କାମ କେବଳ ଦେଶ ନୁହେଁ ବିଦେଶରେ ମଧ୍ୟ ପହଞ୍ଚି ପାରିଛି । ସ୍ୱୟଂ ସହାୟକ ଗୋଷ୍ଠିର ମହିଳା ଦୁବାଇ ଓ ସିଙ୍ଗାପୁରକୁ exposure visit ରେ ଯାଉଛନ୍ତି । ଆଗକୁ ଅଧିକରୁ ଅଧିକ ମହିଳା ବିଦେଶ ଯିବାର ସୌଭାଗ୍ୟ ପାଇବେ ।

ସ୍ୱୟଂ ସହାୟକ ଗୋଷ୍ଠିର ମହିଳାମାନେ SHG ରୁ SME ଆଡକୁ ଆଗଉଛନ୍ତି । ଆଜି ସ୍ୱୟଂ ସହାୟକ ଗୋଷ୍ଠିର ମହିଳାମାନେ Corporate ସହିତ ଯୋଡି ହେବା ସହ ବିଜିନେସ୍‌ କରିବା ପାଇଁ ଆଗଉଛନ୍ତି  ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେଥିପାଇଁ ରାଜ୍ୟର ୭୦ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠିର ସଦସ୍ୟା ଓ ୧.୫ ଲକ୍ଷ ଏସ.ଏଚ୍.ଜି. ଲିଡର ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ପାଇଁ ୭୩୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି।