Odisha News: ବିରୋଧିଙ୍କୁ କଡ଼ା ଜବାବ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜନୈତିକ ସ୍ଥିତିକୁ ନେଇ କଣ ଦେଲେ ବିବୃତ୍ତି ପଢନ୍ତୁ ପୂରା ରିପୋର୍ଟ
Advertisement
Article Detail0/zeeodisha/odisha1886973

Odisha News: ବିରୋଧିଙ୍କୁ କଡ଼ା ଜବାବ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜନୈତିକ ସ୍ଥିତିକୁ ନେଇ କଣ ଦେଲେ ବିବୃତ୍ତି ପଢନ୍ତୁ ପୂରା ରିପୋର୍ଟ

ଭୁବନେଶ୍ୱର: ବିଧାନସଭାର ମୌସୂମୀ ଅଧିବେଶନ ଜାରି ରହିଛି। ମୌସୂମୀ ଅଧିବେଶନର ଆଜି ଦ୍ୱିତୀୟ ଦିବସ। ଦ୍ୱିତୀୟ ଦିବସରେ ଆଜି ଗୃହରେ ବିବୃତ୍ତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିରୋଧୀଙ୍କ ସବୁ ପ୍ରଶ୍ନର ଜବାବ ଦେଇଛନ୍ତି ଖୋଦ ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି କି ମୋ ସରକାର ଜନସାଧାରଣଙ୍କର ଅଭିଯୋଗ ସମାଧାନ ଉପରେ ସବୁବେଳେ ସର୍ବୋଚ୍ଚ ପ୍ରାଥମ

Odisha News: ବିରୋଧିଙ୍କୁ କଡ଼ା ଜବାବ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜନୈତିକ ସ୍ଥିତିକୁ ନେଇ କଣ ଦେଲେ ବିବୃତ୍ତି ପଢନ୍ତୁ ପୂରା ରିପୋର୍ଟ

Odisha News: ଭୁବନେଶ୍ୱର: ବିଧାନସଭାର ମୌସୂମୀ ଅଧିବେଶନ ଜାରି ରହିଛି। ମୌସୂମୀ ଅଧିବେଶନର ଆଜି ଦ୍ୱିତୀୟ ଦିବସ। ଦ୍ୱିତୀୟ ଦିବସରେ ଆଜି ଗୃହରେ ବିବୃତ୍ତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିରୋଧୀଙ୍କ ସବୁ ପ୍ରଶ୍ନର ଜବାବ ଦେଇଛନ୍ତି ଖୋଦ ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି କି ମୋ ସରକାର ଜନସାଧାରଣଙ୍କର ଅଭିଯୋଗ ସମାଧାନ ଉପରେ ସବୁବେଳେ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆସିଛି। କୋଭିଡ ମହାମାରୀ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଭୁବନେଶ୍ୱରରେ ଜନସାଧାରଣଙ୍କର ଅଭିଯୋଗ ଶୁଣାଣୀ କରି ସମାଧାନ ପାଇଁ ପଦକ୍ଷେପ ନେଉଥିଲେ। ସାରା ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଲୋକମାନେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସି ସେମାନଙ୍କ ଅଭିଯୋଗ ଦାଖଲ କରୁଥିଲେ ଏବଂ ଆମର ସୁଦୃଢ ଅଭିଯୋଗ ଶୁଣାଣି ବ୍ୟବସ୍ଥା ଜରିଆରେ ସେଗୁଡିକର ସମାଧାନ କରାଯାଉଥିଲା। ରାଜ୍ୟର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚି ଅଭିଯୋଗ ଜଣାଇବା ବ୍ୟବସ୍ଥା ଲୋକମାନଙ୍କ ମନରେ ବ୍ୟବସ୍ଥା ପ୍ରତି ଆସ୍ଥା ସୃଷ୍ଟି କରୁଥିଲା।

କୋଭିଡ ସମୟରେ କଟକଣା ଯୋଗୁ ପ୍ରାୟ ୨ ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିଲା। ପରିସ୍ଥିତି ସ୍ବାଭାବିକ ହେବା ପରେ ଏହା ପୁଣି ଥରେ ତାର କାର୍ଯ୍ୟ ଆରମ୍ଭ କରିଥିଲା। ସେ ଯାହା ହେଉ ନା କାହିଁକି, କୋଭିଡ ପରବର୍ତ୍ତୀ ସମୟରେ ଅଭିଯୋଗ ପ୍ରକୋଷ୍ଠକୁ ଆସୁଥିବା ଲୋକଙ୍କ ସଂଖ୍ୟା ତଥା ଅଭିଯୋଗର ହାରାହାରି ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ କି ୨ ବର୍ଷ ଧରି କୋଭିଡ କଟକଣା ଲାଗୁ ରହିବା ଫଳରେ ଅଭିଯୋଗ ସମାଧାନରେ ସମସ୍ୟା ଦେଖାଦେଲା ଏବଂ ଲୋକଙ୍କ ଘର ପାଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ନେଇ ପହଞ୍ଚାଇବା ପାଇଁ ମୁଁ ଚିନ୍ତା କରିଥିଲି। ରାଜ୍ୟର ସବୁ ବ୍ଲକ ଓ ସବୁ ସହରାଞ୍ଚଳରେ କମ୍ ସମୟ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କିପରି ପହଞ୍ଚି ପାରିବ ସେ ଦିଗରେ ଆମେ ପଦକ୍ଷେପ ନେଲୁ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ପରିଚାଳିତ ଏବଂ ମୋ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିକେନ୍ଦ୍ରିତ ଅଭିଯୋଗ ଶୁଣାଣି ପରିଚାଳନା କଲେ । 

୬ ମାସ ମଧ୍ୟରେ ରାଜ୍ୟର ୧୯୦ ରୁ ଅଧିକ ସ୍ଥାନରେ ଏହି ଅଭିଯୋଗ ଶୁଣାଣୀ ଆୟୋଜନ କରାଗଲା। ପ୍ରତ୍ୟେକ ଦିନ ୩ ରୁ ୫ଟି ସ୍ଥାନରେ ଅଭିଯୋଗ ଶୁଣାଣୀ ହେଲା ଏବଂ ଏହି ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଲୋକଙ୍କ ଠାରୁ ୫୭୪୪୨ଟି ଦରଖାସ୍ତ ଗ୍ରହଣ କରିଥିଲା ଏବଂ ଆଜି ପର୍ଯ୍ୟନ୍ତ ୪୩୫୩୬ ଦରଖାସ୍ତର ଫୈସଲା କରାଯାଇଛି। ଏହି ସମ୍ପୂର୍ଣ୍ଣ ବ୍ୟବସ୍ଥା ବୈଷୟିକ ଜ୍ଞାନ କୌଶଳର ପ୍ରୟୋଗ ଦ୍ୱାରା ସ୍ୱଚ୍ଛତାର ସହ ସମ୍ପାଦନ କରାଯାଇଛି। ଏହି ସମସ୍ତ ଦରଖାସ୍ତ ଏବଂ ତା ଉପରେ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ତଥା ଫୈସଲାର ବିଭିନ୍ନ ପର୍ଯ୍ୟାୟର ସମ୍ପୂର୍ଣ୍ଣ ବିବରଣୀ ଜନଶୁଣାଣି ପୋର୍ଟାଲରେ ସ୍ଥାନିତ ହୋଇଛି। 

ଉତ୍ତରୀଧିକାର ସତ୍ତ୍ୱ ସଂକ୍ରାନ୍ତୀୟ ବିଷୟଗୁଡିକ ବାରମ୍ବାର ଆଲୋଚନା ଜରିଆରେ ସମାଧାନ ପାଇଁ ପଦକ୍ଷେପ ନିଆଯାଉଛି ଏବଂ ଦୀର୍ଘ ଦିନ ଧରି ପଡି ରହିଥିବା ଏହି ଐତିହାସିକ ସମସ୍ୟା ଗୁଡିକର ଆଗାମୀ ୨ ରୁ ୩ ମାସ ମଧ୍ୟରେ ସମାଧାନ ହୋଇଯିବ ବୋଲି ଆମେ ଆଶାବାଦୀ। ଅଭିଯୋଗକାରୀ ମାନଙ୍କୁ ଲିଖିତ ଉତ୍ତର ଦିଆଯାଉଛି ଏବଂ ମୋ ସରକାର ଜରିଆରେ ଫୋନ କରାଯାଇ ସେମାନଙ୍କ ଠାରୁ ସେମାନଙ୍କ ମତାମତ ମଧ୍ୟ ସଂଗ୍ରହ କରାଯାଉଛି । ମୁଁ ଦୃଢତାର ସହ କହିପାରେ ଯେ ଦେଶର ଯେ କୌଣସି ସରକାରଙ୍କ ଦ୍ବାରା ପରିଚାଳିତ ଜନସାଧାରଣଙ୍କ ଅଭିଯୋଗର ସମାଧାନ ନିମନ୍ତେ ଥିବା ବ୍ୟବସ୍ଥା ମଧ୍ୟରେ ଏହା ହେଉଛି ସର୍ବୋତ୍କୃଷ୍ଟ ବ୍ୟବସ୍ଥା। ଆପଣମାନଙ୍କର ମନେ ଥାଇପାରେ ଯେ କୋଭିଡ ସମୟରେ କୋଭିଡ ପରାଚାଳନା ସଂପର୍କରେ ତଦାରଖ କରିବା ପାଇଁ ବରିଷ୍ଠ ଅଧିକାରୀ ମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସେହି ଟିମ୍‌କୁ ବିଭିନ୍ନ ସ୍ଥାନକୁ ମୁଁ ପଠାଇଥିଲି। ଯେତେବେଳେ ସମସ୍ତେ ଘର ଭିତର ଆବଦ୍ଧ ଥିଲେ, ସେତେବେଳେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଟିମ୍ ନିଜ ଜୀବନକୁ ବିପନ୍ନ କରି ବରିଷ୍ଠ ଅଧିକାରୀ ମାନଙ୍କ ସହ ଜିଲ୍ଲାରୁ ଜିଲ୍ଲାକୁ ବୁଲି କୋଭିଡ ପରିସ୍ଥିତିର ତଦାରଖ କରୁଥିଲେ ଏବଂ ଲୋକମାନଙ୍କର ମତାମତ ନେଉଥିଲେ । ଏହି ବ୍ୟବସ୍ଥା ଆମକୁ ତ୍ବରିତ ନିଷ୍ପତ୍ତି ନେବାରେ ସହାୟକ ହୋଇଥିଲା ଏବଂ ଆମେ ଆମ ରାଜ୍ୟବାସୀଙ୍କର ଅମୂଲ୍ୟ ଜୀବନ ରକ୍ଷା କରିବା ସହିତ ଅନ୍ୟ ରାଜ୍ୟ ଗୁଡିକୁ ମଧ୍ୟ ସାହାଯ୍ୟ କରିଆସିଥିଲୁ ବୋଲି ସେ କହିଥିଲେ।

ସେହିପରି ରାଜ୍ୟର ରାଜନୈତିକ ସ୍ଥିତି ଉପରେ ମଧ୍ୟ ନିଜର ବିବୃତ୍ତି ରଖିଥିଲେ। ବିଶେଷ କରି ସଚିବ ବଡ ନା ମନ୍ତ୍ରୀ ବଡ଼ ପ୍ରସଂଗରେ ଉତ୍ତର ରଖିଥିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ କହିଥିଲେ କି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା ପରିଚାଳିତ ଏବଂ ଭୁବନେଶ୍ବରରେ ମାନ୍ୟବର ମନ୍ତ୍ରୀ ମାନଙ୍କର ଏହି ବ୍ୟବସ୍ଥାରେ ସାମିଲ ହେବାରେ କୌଣସି ଆବଶ୍ୟକତା ପଡିନାହିଁ। ଗୋଟିଏ ଅଭିଯୋଗ ଦରଖାସ୍ତ ମିଳିବା ପରେ ଏହାକୁ ସଂପୃକ୍ତ ବିଭାଗକୁ ପଠାଯାଇଥାଏ। ତେଣୁ ଏଥିରେ ମାନ୍ୟବର ମନ୍ତ୍ରୀ ବନାମ ଅଫିସର ପ୍ରସଙ୍ଗ ଉଠୁଛି କେଉଁଠି ? 

ଅଭିଯୋଗ ଦରଖାସ୍ତର ବିଭାଗୀୟସ୍ତରୀୟ ସମାଧାନରେ ବିଭାଗର ମୁଖ୍ୟ ଭାବରେ ମାନ୍ୟବର ମନ୍ତ୍ରୀମାନେ ସବୁବେଳେ ପ୍ରମୁଖ ଭୂମିକା ଗ୍ରହଣ କରିଆସିଛନ୍ତି। ଏହା ସର୍ବୋଚ୍ଚ ସ୍ତରରେ ଟିମ୍‌ ୱାର୍କ ଅଟେ ଏବଂ ଏକ ଗଣତାନ୍ତ୍ରିକ ବ୍ୟବସ୍ଥାରେ ବୃତ୍ତିଗତ ଭାବରେ ଏହା କରାଯାଇଥାଏ। ଲୋକଙ୍କ ଅଭିଯୋଗର ଯେଭଳି ଠିକ୍‌ ଭାବରେ ସମାଧାନ ହେବ ଏବଂ ଜନସାଧାରଣ ଯେପରି ସର୍ବୋତ୍ତମ ସନ୍ତୁଷ୍ଟି ଲାଭ କରିବେ, ତାହା ହିଁ ଆମର ଲକ୍ଷ୍ୟ। ଯଦି ସମସ୍ତ ୫୭ ହଜାର ଅଭିଯୋଗକାରୀ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସିଥାନ୍ତେ, ଯିବା ଆସିବା ଓ ରହଣୀରେ ସେମାନଙ୍କର କେତେ ଖର୍ଚ୍ଚ ହୋଇଥାନ୍ତା ?  ସେମାନେ କେତେ ମଜୁରୀ ହରାଇ ଥାନ୍ତେ? ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଜନସାଧାରଣଙ୍କ ଘରପାଖକୁ ଯାଇ ଅଭିଯୋଗ ସଂଗ୍ରହ କରିଥିବାରୁ, ଜନସାଧାରଣଙ୍କ ଅର୍ଥ ଓ ସମୟ ବଞ୍ଚିପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗୃହରେ କହିଛନ୍ତି।

Also Read: Rules Change: ଅକ୍ଟୋବର ପହିଲାରୁ ବଦଳିଯିବ ଏହି ସବୁ ନିୟମ, ଜାଣିନିଅନ୍ତୁ କେତେ ପ୍ରଭାବିତ ହେବ ଆପଣଙ୍କ ବଜେଟ

Also Read: World Cup 2023: ବିଶ୍ୱକପ ପୂର୍ବରୁ ପାକିସ୍ତାନ କ୍ରିକେଟରଙ୍କ ଧମକ, "୪ ମାସ ଧରି ମିଳିନାହିଁ ଦରମା, ବଏକଟ୍ କରିବୁ...'

Also Read: Asian games : ଜାଣନ୍ତୁ କିଏ ଏହି ଐଶ୍ୱର୍ଯ୍ୟ ତୋମାର, ଏସିଆନ ଗେମରେ ଯିଏ ଦେଶ ପାଇଁ ଜିତିଛନ୍ତି ପ୍ରଥମ ସ୍ୱର୍ଣ୍ଣ