ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ୩ ଘଣ୍ଟା ଦର୍ଶନ ବନ୍ଦ
Advertisement

ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ୩ ଘଣ୍ଟା ଦର୍ଶନ ବନ୍ଦ

ବୁଧବାର ପବିତ୍ର ମାଘ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ଘ. ୬ଟାରୁ ରାତ୍ରି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି ।

ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ୩ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ତଥା (୨୧ ଫେବୃଆରୀ ୨୦୨୪) ବୁଧବାର ପବିତ୍ର ମାଘ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ଘ. ୬ଟାରୁ ରାତ୍ରି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ, ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉଙ୍କର ମୁଖଶ୍ରୀର ପ୍ରସାଧନ ବା ବନକ ଲାଗି ନୀତି ଅନୁଷ୍ଠିତ ହୋଇଥାଏ । ବନକ ଲାଗି କାର୍ଯ୍ୟକ୍ରମ ପାଇଁ ରୀତିନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନେ କରିଥାନ୍ତି । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ଅନୁଷ୍ଠିତ ହୋଇଥାଏ । ଦି’ପ୍ରହର ଧୂପ ଦାନ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ ହୋଇଥାଏ । ଏହାପରେ ଏହି ଗୁପ୍ତ ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଶ୍ରୀଜୀଉଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ । 

Also Read- Jupiter Transit Impact: ୧୨ ବର୍ଷ ପରେ ବୃଷ ରାଶିରେ ବୃହସ୍ପତି ଚଳନ, ୩ ରାଶିର ଭାଗ୍ୟ ହେବ ଉଜ୍ୱଳ

Also Read- Fake Pregnancies: ସରକାରୀ ଯୋଜନାର ଫାଇଦା ନେବାକୁ ୧୭ ଥର ହୋଇଥିଲେ ଗର୍ଭବତୀ, ଧରାପଡିଲା ସତ