Fire extinguishers in Medical: ଏଣିକି ମେଡିକାଲରେ ନିୟମିତ ଯାଞ୍ଚ ହେବ ଅଗ୍ନି ନିର୍ବାପକ ଯନ୍ତ୍ର
Advertisement
Article Detail0/zeeodisha/odisha2336303

Fire extinguishers in Medical: ଏଣିକି ମେଡିକାଲରେ ନିୟମିତ ଯାଞ୍ଚ ହେବ ଅଗ୍ନି ନିର୍ବାପକ ଯନ୍ତ୍ର

Fire extinguishers in Medical: ଏଣିକି ମେଡିକାଲରେ ନିୟମିତ ଯାଞ୍ଚ ହେବ ଅଗ୍ନି ନିର୍ବାପକ ଯନ୍ତ୍ର । ଏନେଇ ସ୍ବାସ୍ଥ୍ୟ ବିଭାଗ, ଗୃହ ବିଭାଗ ଏବଂ ବିଦୁ୍ୟତ ନିରୀକ୍ଷକଙ୍କୁ ନେଇ ମିଳିତ ଟାସ୍କ ଫୋର୍ସ ଗଠନ କରାଯିବାକୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି ।

Fire extinguishers in Medical

odisha news : କଟକ ତେଲେଙ୍ଗାବଜାର ସ୍ଥିତ ଦୁଇଟି ନର୍ସିଂ ହୋମରେ ଅଗ୍ନିକାଣ୍ଡ ଘଟଣା ପରେ ସଜାଗ ହୋଇଛନ୍ତି ରାଜ୍ୟ ସରକାର । ଏଣିକି ମେଡିକାଲରେ ନିୟମିତ ଯାଞ୍ଚ ହେବ ଅଗ୍ନି ନିର୍ବାପକ ଯନ୍ତ୍ର । ଏନେଇ ସ୍ବାସ୍ଥ୍ୟ ବିଭାଗ, ଗୃହ ବିଭାଗ ଏବଂ ବିଦୁ୍ୟତ ନିରୀକ୍ଷକଙ୍କୁ ନେଇ ମିଳିତ ଟାସ୍କ ଫୋର୍ସ ଗଠନ କରାଯିବାକୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି । ଭବିଷ୍ୟତରେ ଅଗ୍ନିକାଣ୍ଡଜନିତ ଦୁର୍ଘଟଣା ରୋକିବା ପାଇଁ ଏହି ଟାସ୍କ ଫୋର୍ସ କାର୍ଯ୍ୟ କରିବ ।

ସ୍ବାସ୍ଥ୍ୟ ସେବା ଯୋଗାଉଥିବା ସମସ୍ତ ସରକାରୀ ଓ ଘରୋଇ ହସ୍ପିଟାଲରେ ଅଗ୍ନି ନିରାପତ୍ତା ସୁନିଶ୍ଚିତ କରିବା ଏକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଏବଂ ବିଭିନ୍ନ ବିଭାଗ ଏଥି ପାଇଁ ମିଳିତ ଭାବେ କାର୍ଯ୍ୟ କରିବା ଆବଶ୍ୟକ । ମେଡିକାଲ କଲେଜ ଏବଂ ହସ୍ପିଟାଲ୍‌, ଜିଲ୍ଲା ସଦର ମହକୁମା ହସ୍ପିଟାଲ ସମେତ ସମସ୍ତ ସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନରେ ଭବିଷ୍ୟତରେ ଅଗ୍ନିକାଣ୍ଡଜନିତ ଦୁର୍ଘଟଣା ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଏ ସମ୍ପର୍କରେ ସତର୍କତାମୂଳକ ପଦକ୍ଷେପ ନେବା ପାଇଁ ବିଭିନ୍ନ ସମୟରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଉଛି ।

ଶନିବାର କଟକର ତେଲେଙ୍ଗାବଜାର ସ୍ଥିତ ଦୁଇଟି ନର୍ସିଂ ହୋମରେ ଅଗ୍ନିକାଣ୍ଡ ପରେ ସ୍ବାସ୍ଥ୍ୟ ବିଭାଗ କମିଶନର ତଥା ଶାସନ ସଚିବ ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ସ୍ବାସ୍ଥ୍ୟ ଅନୁଷ୍ଠାନର ମୁଖ୍ୟମାନଙ୍କୁ ଏ ସମ୍ପର୍କରେ ରହିଥିବା ନିର୍ଦ୍ଦେଶନାମାକୁ କଡ଼ାକଡି ଭାବେ ଅନୁପାଳନ ଓ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଡାକ୍ତରଖାନା ଗୁଡ଼ିକରେ ନିୟମିତ ଭାବରେ ଅଗ୍ନି ନିର୍ବାପକ ଯନ୍ତ୍ର, ହାଇଡ୍ରାଣ୍ଟ ଏବଂ ଆଲାର୍ମର ଯାଞ୍ଚ କରିବା, ନିଆଁ ଲିଭାଇବା ଯନ୍ତ୍ରର ସମାପ୍ତି ତାରିଖ, ହାଇଡ୍ରାଣ୍ଟର ୱାଟର ପ୍ରେସର ସହ ଅଗ୍ନି ଆଲାର୍ମ ବ୍ୟବସ୍ଥାର କାର୍ଯ୍ୟକାରିତା ନେଇ ଯାଞ୍ଚ କରିବା ଆବଶ୍ୟକ।