Ratnabhandara ganatimanati: ମରାମତି ଏମିତି ହେବା ଦରକାର, ଯେମିତି ୧୦୦ ବର୍ଷ ପାଇଁ ଆବଶ୍ୟକ ପଡ଼ିବନି। ମରାମତିରେ ବ୍ରେକର ଲାଗି ପାରିବନି, ଏହା ଏକ ଗୁରୁତ୍ବପୂର୍ଣ୍ଣ ଅଂଶ। ଏସଓପି ଗୋପନୀୟ। ଏଣୁ ଏହାକୁ ପ୍ରକାଶ କରାଯାଇ ପାରିବ ନାହିଁ। ଠାକୁରଙ୍କ ଯେତିକି ସମ୍ପତ୍ତି ଅଛି, ତାହା ସୁରକ୍ଷିତ ରହିବା ଦରକାର ବୋଲି କୁହାଯାଇଥିଲା।
Trending Photos
ଭୁବନେଶ୍ଵର: ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାରର ଗଣତିମଣତି ଶେଷ ହେବ। କାର୍ତ୍ତିକ ମାସ ଶେଷ ହୋଇଥିବାରୁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ। ମରାମତି ନେଇ ASI ପ୍ରସ୍ତୁତି ଆରମ୍ଭ କରିଛି। ମରାମତି ପରେ ରତ୍ନଭଣ୍ଡାର ଭିତରେ ଅଳଙ୍କାରର ଗଣତିମଣତି ହେବ। ଆସନ୍ତା ବୁଧବାର ଏନେଇ ବୈଠକ ବସିବ। ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଏହି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ରତ୍ନଭଣ୍ଡାର ଗଣତିମଣତି ପାଇଁ ଏସଓପି ପ୍ରସ୍ତୁତ ସରିଥିଲା। ଏଏସଆଇ ମରାମତି କରି ସାର୍ଟିଫିକେଟ୍ ଦେବା ପରେ ଗଣତିମଣତି ହେବ। ମରାମତି ଏମିତି ହେବା ଦରକାର, ଯେମିତି ୧୦୦ ବର୍ଷ ପାଇଁ ଆବଶ୍ୟକ ପଡ଼ିବନି। ମରାମତିରେ ବ୍ରେକର ଲାଗି ପାରିବନି, ଏହା ଏକ ଗୁରୁତ୍ବପୂର୍ଣ୍ଣ ଅଂଶ। ଏସଓପି ଗୋପନୀୟ। ଏଣୁ ଏହାକୁ ପ୍ରକାଶ କରାଯାଇ ପାରିବ ନାହିଁ। ଠାକୁରଙ୍କ ଯେତିକି ସମ୍ପତ୍ତି ଅଛି, ତାହା ସୁରକ୍ଷିତ ରହିବା ଦରକାର ବୋଲି କୁହାଯାଇଥିଲା।