Gold Rate: ଗ୍ରାହକଙ୍କ ପାଇଁ ଖୁସି ଖବର, ଖସିଲା ସୁନା ଦର
Advertisement
Article Detail0/zeeodisha/odisha2054264

Gold Rate: ଗ୍ରାହକଙ୍କ ପାଇଁ ଖୁସି ଖବର, ଖସିଲା ସୁନା ଦର

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି।ଏହାରି ମଧ୍ୟରେ ଗ୍ରାହକଙ୍କ ପାଇଁ ଖୁସି ଖବର। ଗତ ସପ୍ତାହରେ ସୁନା ଦର ଲଗାତର ଭାବେ ବୃଦ୍ଧି ପାଉଥିଲା। ଆଉ ବିବାହ ସିଜିନ୍ ରେ ସୁନା କିଣିବାକୁ ସାହାସ କରିପାରୁନଥିଲେ ଲୋକେ। ଏବେ ଦର ଖସିବାରୁ ଗ୍ରାହକମାନେ ଏହି ମାସରେ ସୁନା ଗହଣା କିଣିପାରିବେ। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। 

Gold Rate: ଗ୍ରାହକଙ୍କ ପାଇଁ ଖୁସି ଖବର, ଖସିଲା ସୁନା ଦର

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି।ଏହାରି ମଧ୍ୟରେ ଗ୍ରାହକଙ୍କ ପାଇଁ ଖୁସି ଖବର। ଗତ ସପ୍ତାହରେ ସୁନା ଦର ଲଗାତର ଭାବେ ବୃଦ୍ଧି ପାଉଥିଲା। ଆଉ ବିବାହ ସିଜିନ୍ ରେ ସୁନା କିଣିବାକୁ ସାହାସ କରିପାରୁନଥିଲେ ଲୋକେ। ଏବେ ଦର ଖସିବାରୁ ଗ୍ରାହକମାନେ ଏହି ମାସରେ ସୁନା ଗହଣା କିଣିପାରିବେ। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୬୦୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୧୦୦ ଟଙ୍କା ବୃଦ୍ଧି ପାଇଛି। ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୨,୮୩୦ ଯାହା କି ଗତ କାଲି ଥିଲା ୬୨, ୯୫୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୭,୬୦୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୮୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୧୨୭ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୭,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୮୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୧୨୭ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୮,୧୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୩୮୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୫୪୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୭,୭୫୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୯୮୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୧୨୭ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୭,୬୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୮୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୧୨୭ ଟଙ୍କା ରହିଛି ।

Also Read: Gold Price Today: ସପ୍ତାହର ଦ୍ବିତୀୟ ଦିନରେ ଶସ୍ତା ହେଲା ସୁନା, ଜାଣନ୍ତୁ ଆଜି ଟ୍ବିନ୍ ସିଟିରେ କେତେ ରହିଛି ରେଟ୍?