Srimadir: ଶ୍ରୀମନ୍ଦିର ସେବାୟତଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ଭେଟି, କୋଚିଂ ପାଇଁ ଦେଢ଼ ଲକ୍ଷ
Advertisement
Article Detail0/zeeodisha/odisha2153333

Srimadir: ଶ୍ରୀମନ୍ଦିର ସେବାୟତଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ଭେଟି, କୋଚିଂ ପାଇଁ ଦେଢ଼ ଲକ୍ଷ

Srimadir: ଶ୍ରୀ ଜଗନ୍ନାଥ ମନ୍ଦିରରର ସେବାୟତଙ୍କ ପିଲାମାନଙ୍କୁ ଭଲ ଶିକ୍ଷା ତଥା ପ୍ରତିଦ୍ୱନ୍ଦ୍ୱିତାମୂଳକ ପରୀକ୍ଷା ଲାଗି ସହାୟତା ପ୍ରଦାନ କରାଯିବ। ଯଦି କୌଣସି ମେଧାବୀ ଛାତ୍ର ଛାତ୍ରୀ NEET, JEE ଓ Civil Service Coaching ପାଇଁ ସହାୟତା ଆବଶ୍ୟକ କରନ୍ତି ତେବେ ତାଙ୍କୁ ପ୍ରତି ସହାୟତା ପିଛା ୫୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯିବ। 

Srimadir: ଶ୍ରୀମନ୍ଦିର ସେବାୟତଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ଭେଟି, କୋଚିଂ ପାଇଁ ଦେଢ଼ ଲକ୍ଷ

Srimadir: ଶ୍ରୀ ଜଗନ୍ନାଥ ମନ୍ଦିରରର ସେବାୟତଙ୍କ ପିଲାମାନଙ୍କୁ ଭଲ ଶିକ୍ଷା ତଥା ପ୍ରତିଦ୍ୱନ୍ଦ୍ୱିତାମୂଳକ ପରୀକ୍ଷା ଲାଗି ସହାୟତା ପ୍ରଦାନ କରାଯିବ। ଯଦି କୌଣସି ମେଧାବୀ ଛାତ୍ର ଛାତ୍ରୀ NEET, JEE ଓ Civil Service Coaching ପାଇଁ ସହାୟତା ଆବଶ୍ୟକ କରନ୍ତି ତେବେ ତାଙ୍କୁ ପ୍ରତି ସହାୟତା ପିଛା ୫୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯିବ। ତିନିଥର ଏହିପରି ସହାୟତା ପୟ୍ରତଦାନ କରାଯିବା ବ୍ୟବସ୍ଥା କରାଯାଇଥିବା ମୁଖ୍ୟମନ୍ତ୍ରୀଙକ୍ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି। ଏଥିରେ ବିଭିନ୍ନ ଭତ୍ତା ପରିମାଣ ଓ ସ୍ୱାସ୍ଥ୍ୟ ବୀମାରେ ବୃଦ୍ଧି କରାଯାଇଥିବା ବେଳେ ପରିବାରର ଛାତ୍ରଛାତ୍ରୀଙ୍କ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହି ସବୁ କଲ୍ୟାଣ ଯୋଜନା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କାର୍ଯ୍ୟକାରୀ କରାଯାଉଛି।

ସୂଚନାଯୋଗ୍ୟ ଯେ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ପାଇଁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଅନେକ ଥର ପୁରୀ ଗସ୍ତ କରିଛନ୍ତି । ଏହି ଅବସରରେ ସେବାୟତମାନେ ସେମାନଙ୍କ ବିଭିନ୍ନ  ସମସ୍ୟା ସଂପର୍କରେ ତାଙ୍କୁ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ସେବାୟତମାନଙ୍କ କଲ୍ୟାଣ ପାଇଁ ଏହି ନିଷ୍ପତ୍ତି ନେଇଛନ୍ତି।

ଘୋଷଣା ଅନୁଯାୟୀ ଶ୍ରୀ ଜଗନ୍ନାଥଙ୍କ ସେବାୟତ ଓ ତାଙ୍କ ପରିବାର ପାଇଁ ଉଦ୍ଦିଷ୍ଟ ସ୍ୱାସ୍ଥ୍ୟ ବୀମା ଯୋଜନାରେ ପୂର୍ବରୁ ଦିଆଯାଉଥିବା ବୀମା ରାଶି ପରିମାଣକୁ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଗୁରୁତର ରୋଗର ଚିକିତ୍ସା ପାଇଁ ଅତିରକ୍ତ ୫ ଲକ୍ଷ ଟଙ୍କା ସହାୟତା ଦିଆଯିବ।

ସେବାୟତମାନଙ୍କୁ ଦିଆଯାଉଥିବା ବିଭିନ୍ନ ବର୍ଦ୍ଧିତ ଭତ୍ତା, ସ୍ୱାସ୍ଥ୍ୟ ବୀମା ରାଶି, କୋଚିଂ ସହାୟତା ଓ ଅନ୍ୟାନ୍ୟ ସହାୟତା ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ରାଜ୍ୟ ସରକାର ୧୦.୮୫ କୋଟି ଯୋଗାଇ ଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।