Odisha CM's grievance hearing: ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆଗାମୀ ୨୩ ଡିସେମ୍ବର ୨୦୨୪ ରେ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ୨୩ ଡିସେମ୍ବର ୨୦୨୪ ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ
Trending Photos
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆଗାମୀ ୨୩ ଡିସେମ୍ବର ୨୦୨୪ ରେ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ୨୩ ଡିସେମ୍ବର ୨୦୨୪ ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ ଏବଂ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଜରିଆରେ ଜଣାଇ ଦିଆଯିବ। ଏହାକୁ ନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ସୂଚନା ଦିଆଯାଇଛି ।
କହିରଖୁଛୁ ଯେ ଜନ ଶୁଣାଣି ପାଇଁ ଅନ୍ଲାଇନରେ ପଞ୍ଜୀକରଣ କରାଯାଇଥାଏ। ଏଥିପାଇଁ ଆପଣ ଜନ ଶୁଣାଣି ଓ୍ବେବ୍ସାଇଟ https://janasunani.odisha.gov.in/ କିମ୍ବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ କରିପାରିବେ।