Weather News: ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ଘୂର୍ଣ୍ଣିବଳୟଟି ୨୩ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।
Trending Photos
ଭୁବନେଶ୍ୱର: ଆଜି ରାତି ଏବଂ କାଲି ସକାଳ ସମୟରେ ୩ ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ଏନେଇ ସତର୍କ କରାଇଛନ୍ତି ଏସ୍ଆରସି । ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ସୁନ୍ଦରଗଡ଼, କଳାହାଣ୍ଡି ଏବଂ କନ୍ଧମାଳ । ଘନ କୁହୁଡ଼ି କାରଣରୁ ଦୁର୍ଘଟଣାକୁ ରୋକିବାକୁ ପଦକ୍ଷେପ ଗ୍ରହଣ କରିବା ପାଇଁ ପରାମର୍ଶ ଦିଆଯାଇଛି ।
ଅନ୍ୟପଟେ, ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ଘୂର୍ଣ୍ଣିବଳୟଟି ୨୩ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହୋଇ ଏହା ଅବପାତରେ ପରିଣତ ହୋଇପାରେ । ପ୍ରଭାବରେ ତାମିଲନାଡ଼ୁ ଓ ଶୀଲଙ୍କା ପାଖାପାଖି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଏହା ବାତ୍ୟାର ରୂପ ନେବ କି ନାହିଁ ତାହା ଲଘୁଚାପରେ ପରିଣତ ହେବା ପରେ ସ୍ପଷ୍ଟ ହେବ ବୋଲି କୁହାଯାଇଛି । ଓଡ଼ିଶା ଉପରେ ଏହାର ସିଧା ସଳଖ ପ୍ରଭାବ ପଡିବ ନାହିଁ କିନ୍ତୁ ୨୭ ଏବଂ ୨୮ ନଭେମ୍ୱରରେ କିଛି ଜିଲ୍ଲାରେ କାଁ ଭାଁ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି ।
Also Read- Weekly Horoscope: କିପରି ବିତିବ ନଭେମ୍ୱର ଶେଷ ସପ୍ତାହ ? ପଢ଼ନ୍ତୁ ରାଶିଫଳ
Also Read- Odisha News: ଆୟୁଷ ମନ୍ତ୍ରଣାଳୟର ‘ସ୍ୱର୍ଣ୍ଣ ପ୍ରାସନ୍ନ' ଅଭିଯାନ ସମ୍ପ୍ରସାରିତ