ବିଧାନସଭାରେ ଆଜି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ରଙ୍କ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି
Advertisement
Article Detail0/zeeodisha/odisha2099234

ବିଧାନସଭାରେ ଆଜି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ରଙ୍କ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି

ବିଧାନସଭାରେ ଆଜି ମାନ୍ୟବର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ବିବୃତ୍ତି ରଖିଛନ୍ତି । ଆସନ୍ତୁ ଜାଣିବା ସେ କଣ କହିଛନ୍ତି

ବିଧାନସଭାରେ ଆଜି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ରଙ୍କ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି

ଭୁବନେଶ୍ୱର: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ବିଭିନ୍ନ ଅଧିବେଶନରେ ଆଲୋଚିତ ବିଷୟ ଓ ପ୍ରବାସୀ ଓଡ଼ିଆମାନଙ୍କ ସହିତ ୫ଟି ଅଧ୍ୟକ୍ଷଙ୍କ ଆଲୋଚନାର ଆଧାରରେ ନିମ୍ନୋକ୍ତ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ସବୁ ନିଷ୍ପତ୍ତିକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ୫ଟି ପଦକ୍ଷେପ ଅଧୀନରେ ସ୍ୱଚ୍ଛ ଓ ସମୟାନୁବଦ୍ଧ ଭାବେ କାର୍ଯସ୍ୟକାରୀ କରାଯିବ ।

୧ ଓଡ଼ିଆ ଭାଷାରେ ଅନ୍ତର୍ଜାତୀୟ ଓ ଜାତୀୟ ସ୍ତରରେ ଗବେଷଣା ନିମନ୍ତେ ୧୦ କୋଟି ଟଙ୍କା ଅନୁଦାନରେ ଏକ କର୍ପସ ପାଣ୍ଠି ଗଠନ କରାଯିବ । ସତ୍ୟବାଦୀରେ ପ୍ରତିଷ୍ଠିତ ଓଡ଼ିଆ ବିଶ୍ୱ ବିଦ୍ୟାଳୟ ଜରିଆରେ ଏହା କାର୍ଯ୍ୟକାରୀ ହେବ ।

୨- ଓଡ଼ିଆ ଭାଷାକୁ ଡିଜିଟାଲ୍ ପଦ୍ଧତି ସହ ସମନ୍ୱିତ କରିବା ପାଇଁ ପ୍ରତିବର୍ଷ ଏକ ଆନ୍ତର୍ଜାତୀୟ ଡିଜିଟାଲ୍ ଓଡ଼ିଆ ସମ୍ମିଳନୀ ଆୟୋଜନ ମାଧ୍ୟମରେ ବିଶେଷଜ୍ଞ ଓ ଭାଷାବିତମାନଙ୍କୁ ଏକାଠି କରାଯିବ ।

୩- କମ୍ପ୍ୟୁଟର କି-ବୋର୍ଡ ଏବଂ ଫଣ୍ଟରେ ବ୍ୟବହୃତ ଲିପିର ମାନକୀକରଣ ନିମନ୍ତେ ଏକ ବିଶେଷଜ୍ଞ କମିଟି ଗଠନ କରାଯିବ । ଏହି କମିଟି ଏକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଏହାର କାର୍ଯ୍ୟକାରିତା ନିମନ୍ତେ ପ୍ରସ୍ତାବ ଦେବେ- ।

୪- ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ୧,୫୦୦ ହାଇସ୍କୁଲରେ ସ୍ୱତନ୍ତ୍ର ଭାବେ ଓଡ଼ିଆ ଶିକ୍ଷକ ନିଯୁକ୍ତି ଦେବେ ଏବଂ ପରବର୍ତ୍ତୀ ପର୍ଯ୍ୟାୟରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସମସ୍ତ ହାଇସ୍କୁଲ ଏହି କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ ହେବେ ।

୫- ୧୦୦ ବର୍ଷରୁ ଉର୍ଦ୍ଧ୍ୱ ସ୍କୁଲ ଓ କଲେଜ ଗୁଡିକୁ ୧ କୋଟି ଟଙ୍କା ଓ ସ୍ୱାଧୀନତା ପୂର୍ବର ବିଶ୍ୱବିଦ୍ୟାଳୟକୁ ୨ କୋଟି ଟଙ୍କାର ଔତିହ୍ୟ ଅନୁଦାନ ଯୋଗାଇ ଦିଆଯିବ । ଏହା ଆମ ଓଡ଼ିଆ ମାଧ୍ୟମ ଶିକ୍ଷା ବ୍ୟବସ୍ଥାର ସୁରକ୍ଷା ଓ ଅଭିବୃଦ୍ଧି ପାଇଁ ବ୍ୟବହୃତ ହେବ ।

୬- ଏକ ଅନୁବାଦ ନୀତି ପ୍ରଣୟନ କରି ଭାରତବର୍ଷ ତଥା ବିଶ୍ୱର ଅନ୍ୟାନ୍ୟ ଭାଷାରେ ଓଡ଼ିଆ ପୁସ୍ତକର ଅନୁବାଦ ପାଇଁ ଅନୁଦାନର ବ୍ୟବସ୍ଥା କରାଯିବ ।

୭- ବିଭିନ୍ନ ବିଷୟରେ ଓଡ଼ିଆ ଭାଷାର ବ୍ୟବହାରକୁ ସରଳ ଓ ସୁଗମ କରିବା ପାଇଁ ଏକ ସଂସୋଧିତ ଶବ୍ଦାବଳୀ ଓ ଶବ୍ଦକୋଷ ପ୍ରସ୍ତୁତ କରିବା ନିମନ୍ତେ ଓଡ଼ିଆ ଶବ୍ଦକୋଷ କମିଟି ଗଠନ କରାଯିବ ।

୮- ଓଡ଼ିଆ ଭାଷାରେ ବିଜ୍ଞାନ, ବୈଷୟିକ ଶିକ୍ଷା ଓ ଡାକ୍ତରୀ ପାଠ୍ୟକ୍ରମକୁ ପ୍ରୋତ୍ସାହିତ କରିବା ନିମନ୍ତେ ଏକ ମଧ୍ୟବର୍ତ୍ତିକାଳୀନ ନୀତି ପ୍ରଣୟନ କରାଯିବ ।

୯- ବର୍ତ୍ତମାନ ଓ ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଓଡ଼ିଆ ଭାଷାରେ ପ୍ରୟୋଜନ ଥିବା ପ୍ରାସଙ୍ଗିକ ପୁସ୍ତକ ପ୍ରକାଶନ ପାଇଁ ରାଜ୍ୟ ସରକାର ପ୍ରୋତ୍ସାହନ ଯୋଗାଇଦେବେ ।

୧୦- ଭବିଷ୍ୟତ ପିଢିଙ୍କ ମଧ୍ୟରେ ଓଡ଼ିଆ ଭାଷାକୁ ଲୋକପ୍ରିୟ କରିବା ପାଇଁ ନିର୍ଦ୍ଧାରିତ ସମୟସୀମାରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଗ୍ରହଣ କରାଯିବ । ଏଥିରେ ପ୍ରତିବର୍ଷ ଓଡ଼ିଆ ଭାଷାର ୧୦୦ ଜଣ ଉଦୀୟମାନ ପ୍ରତିଭାଙ୍କୁ ଚୟନ କରାଯିବ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସେମାନଙ୍କୁ ପୁରସ୍କୃତ କରାଯିବ । ଭାଷାବୃତ୍ତି ପୁରସ୍କାର ରାଶିର ପରିମାଣ ଓ ସଂଖ୍ୟା ବୃଦ୍ଧି କରାଯିବ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡ଼ିଆ ବକୃତା ପ୍ରତିଯୋଗିତା ପାଇଁ ମୁଖ୍ୟମନ୍ତ୍ରୀ କପ୍ ୱଆରମ୍ଭ କରାଯିବ ।

୧୧- ରାଜ୍ୟରେ ଯୁବଗୋଷ୍ଠୀଙ୍କ ମଧ୍ୟରେ ପଠନ ଅଭ୍ୟାସ ବୃଦ୍ଧି ପାଇଁ ସର୍ବସାଧାରଣ ପାଠାଗାର ଅଭିଯାନ ଆରମ୍ଭ କରାଯିବ । ଭାରତବର୍ଷ ମଧ୍ୟରେ ଓ ବାହାରେ ଥିବା ଓଡ଼ିଆ ସଂଗଠନଗୁଡିକୁ ଏହି ଓଡ଼ିଆ ପାଠାଗାର ସ୍ଥାପନ ପାଇଁ ସହଯୋଗ ଯୋଗାଇଦିଆଯିବ ।

୧୨-ରାଜ୍ୟ ଓ ଦେଶ- ବିଦେଶରେ ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ଓଡ଼ିଆ ଭାଇଭଉଣୀଙ୍କ ଭିତରେ ସେଛାକୃତ ମନୋଭାବର ବିକାଶ ଉଦ୍ଦେଶ୍ୟରେ ରାଜ୍ୟ ସରକାର ପ୍ରୋତ୍ସାହନ ଯୋଗାଇଦେବେ ।

୧୩- କଟକ ସ୍ଥିତ ପ୍ରିଣ୍ଟିଂ ମ୍ୟୁଜିୟମକୁ ଜାତୀୟ ମ୍ୟୁଜିୟମ ରୂପେ ପରିବର୍ଦ୍ଧିତ କରାଯିବ । ଏବଂ ଏଥିରେ ସାରା ବିଶ୍ୱର ମୁଦ୍ରଣ ପରମ୍ପରା ପ୍ରଦର୍ଶିତ କରାଯିବ ।

୧୪- ଓଡ଼ିଶା ନୌବାଣିଜ୍ୟ ଏବଂ ଦକ୍ଷିଣ ପୂର୍ବ ଏସୀୟ ପ୍ରତିଷ୍ଠାନକୁ ଏକ ଉତ୍କର୍ଷ କେନ୍ଦ୍ରରୂପେ ବିକଶିତ କରାଯିବ । ଏଥିପାଇଁ ବର୍ଷକୁ ୨ କୋଟିର ଅନୁଦାନ ଦିଆଯିବ ।

୧୫- ଓଡ଼ିଆ ଭାଷାରେ ଶିଶୁ ସାହିତ୍ୟର ବିକାଶ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଓ ପ୍ରୋତ୍ସାହନ ଯୋଗାଇଦେବେ ।

୧୬- ଭାରତ ତଥା ବିଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ । ପ୍ରାରମ୍ଭରେ ୫ଟି ବିଶ୍ୱବିଦ୍ୟାଳୟ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛି । ଓଡ଼ିଆ ଅଧ୍ୟୟନ ବିଷୟକ ଏକ ଗବେଷଣା ପତ୍ରିକା ଓଡ଼ିଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ହେବ ।

୧୭- ଓଡ଼ିଶା ବାହାରେ ବସବାସ କରୁଥିବା ଓଡ଼ିଆଙ୍କ ପାଇଁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ଏକ ଓଡ଼ିଆ ଲର୍ଣ୍ଣିଂ ମ୍ୟାନେଜମେଣ୍ଟ ସିଷ୍ଟମ ପ୍ରସ୍ତୁତ କରାଯିବ । ଏହାଦ୍ୱାରା ଓଡ଼ିଶା ତଥା ଓଡ଼ିଶା ବାହାରେ ବସବାସ କରୁଥିବା ଛାତ୍ରଛାତ୍ରୀ ଅନଲାଇନରେ ଓଡ଼ିଆ ଭାଷା ଶିକ୍ଷା କରିବା ସହିତ ସାର୍ଟିଫିକେଟ୍ ମଧ୍ୟ ହାସଲ କରିପାରିବେ । ଏହି ସମସ୍ତ ସୁବିଧା ଓଡ଼ିଆ ଭର୍ଚୁଆଲ ଏକାଡେମୀ ୱେବସାଇଟରେ ଉପଲବ୍ଧ ହେବ ।

୧୮- ମୂଲ୍ୟବାନ ନଥିପତ୍ରଗୁଡିକର ଉପଯୁକ୍ତ ପଞ୍ଜୀକରଣ, ସଂରକ୍ଷଣ ଓ ପ୍ରସାରଣ ପାଇଁ ସଂଗ୍ରହାଳୟ ଏବଂ ଅଭିଲେଖାଗାରକୁ ଯଥେଷ୍ଟ ଆର୍ତିକ ଅନୁଦାନ ପ୍ରଦାନ କରାଯିବ 

Also Read- ହୃଦଘାତରେ ପତ୍ନୀଙ୍କ ମୃତ୍ୟୁର କିଛି ସମୟ ମଧ୍ୟରେ ଗଲା ସ୍ୱାମୀଙ୍କ ଜୀବନ, ଏକାଠି ଜଳିଲା ଜୁଇ

Also Read- Dutee Chand: ମୋନାଲିସାଙ୍କୁ ଗୋଲାପ ଦେଲେ ଦୌଡରାଣୀ ଦୂତି, ଫଟୋ ହେଲା ଭାଇରାଲ୍