Chakradhari Sharan Singh: ଆଜି ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ
Advertisement
Article Detail0/zeeodisha/odisha2098074

Chakradhari Sharan Singh: ଆଜି ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

Justice Chakrahari Sharan Singh: ଆଜି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ସକାଳ ୧୦ଟାରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ।  

ସୌଜନ୍ୟ-ସୋସିଆଲ ମିଡିଆ

Justice Chakrahari Sharan Singh: ଆଜି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ସକାଳ ୧୦ଟାରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ।  

ସୁପ୍ରିମକୋର୍ଟ କଲେଜିୟମ ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ସୁପାରିଶ କରିଥିଲେ। ଏହି ସୁପାରିଶ ଉପରେ ରାଷ୍ଟ୍ରପତିଙ୍କ ମୋହର ବାଜିବା ପରେ କେନ୍ଦ୍ର ସରକାର ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଥିଲେ । ଓଡିଶା ହାଇକୋର୍ଟର ମୁଖ୍ୟ ବିଚାର ପଦରୁ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଅବସର ଗ୍ରହଣ କରିବା ପରେ ବରିଷ୍ଠ ବିଚାରପତି ଜଷ୍ଟିସ୍ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀଙ୍କୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ତୁଲାଉଥିଲେ ।  

୧୯୬୩ ଜାନୁୟାରୀ ୨୦ ତାରିଖରେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କ ଜନ୍ମ । ୬୦ ବର୍ଷୀୟ ଜଷ୍ଟିସ ଶରଣ ସିଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍ ଲ’ ସେଣ୍ଟରରୁ ଏଲଏଲବି ଡିଗ୍ରୀ ହାସଲ କରିଥିଲେ । ଏହାପରେ  ୧୯୯୦ ଜାନୁୟାରୀରେ ପାଟନା ହାଇକୋର୍ଟରେ ଆଇନଜୀବୀ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । ୧୯୯୮ରେ ସେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପାଟନା ହାଇକୋର୍ଟରେ ମାମଲା ପରିଚାଳନା ପାଇଁ ଅତିରିକ୍ତ ଷ୍ଟାଣ୍ତିଂ କାଉନସେଲ ଭାବେ ନିଯୁକ୍ତି ପାଇଥିଲେ । ସେ ମେଡ଼ିଏଟର ଭାବେ ୨୦୦୬ରେ ତାଲିମ ଗ୍ରହଣ କରିଥିଲେ ।  ଏହାପରେ ସେ ପାଟନା ହାଇକୋର୍ଟ ମେଡ଼ିଏସନ୍ ସେଣ୍ଟରରେ ମେଡ଼ିଏଟର ଭାବେ ସେ ନିଯୁକ୍ତି ପାଇଥିଲେ । ୨୦୧୦ ରେ ତାଙ୍କୁ ବରିଷ୍ଠ ଆଇନଜୀବୀ ମାନ୍ୟତା ମିଳିଥିଲା । ଜଷ୍ଟିସ ଶରଣ ସିଂ  ୨୨ ବର୍ଷର ଲମ୍ବା ଓକିଲାତି ଜୀବନରେ ସାମ୍ବିଧାନିକ ମାମଲା, ଚାକିରି ସଂକ୍ରାନ୍ତ ମାମଲା, ଫୌଜଦାରୀ ଆଦି ମାମଲା ପରିଚାଳନାରେ ବିଶେଷ ଦକ୍ଷତା ପ୍ରଦର୍ଶନ କରିଥିଲେ ।

ସେହିବର୍ଷ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ବିହାର ସରକାରଙ୍କ ଅତିରିକ୍ତ ଆଡ଼ଭୋକେଟ ଜେନେରାଲ ଭାବେ ନିଯୁକ୍ତି ପାଇଥିଲେ । ଏହି ପଦବୀରେ କାର୍ଯ୍ୟ କରୁଥିବା ବେଳେ ତାଙ୍କୁ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା । ୨୦୧୨ ଏପ୍ରିଲ ୫ ତାରିଖରେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୨୩ ଫେବୃୟାରୀ ୬ରୁ ମାର୍ଚ୍ଚ ୨୮ ତାରିଖ ଯାଏଁ ସେ ପାଟଣା ଉଚ୍ଚ ନ୍ୟାୟାଳୟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପୂର୍ବରୁ ସେ ପାଟନା ହାଇକୋର୍ଟରେ ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟରତ ଥିଲେ ।  ବିଧି ବ୍ୟବସ୍ଥା ଅନୁଯାୟୀ, ୨୦୨୫ ଜାନୁୟାରୀ ମାସରେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଅବସର ନେବେ।

Also Read- Odisha News: ଫାଇଲେରିଆ ନିରାକରଣ ପାଇଁ ଆସନ୍ତା ୧୦ରୁ ୭ ଜିଲ୍ଲାରେ ସାମୂହିକ ଔଷଧ ସେବନ