ଏଣିକି ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ମିଳିବ କ୍ଷୀର; ଗୋକୁଳ ଯୋଜନାରେ ୩୦୦୦ ଗାଈ ଦେବାର ବ୍ୟବସ୍ଥା
Advertisement
Article Detail0/zeeodisha/odisha2600770

ଏଣିକି ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ମିଳିବ କ୍ଷୀର; ଗୋକୁଳ ଯୋଜନାରେ ୩୦୦୦ ଗାଈ ଦେବାର ବ୍ୟବସ୍ଥା

Mid day meal: ଖୁବଶୀଘ୍ର ସ୍କୁଲ ମଧ୍ୟାହ୍ନ ଭୋଜନରେ ପିଲାମାନଙ୍କୁ ଖାଦ୍ୟ ସହ କ୍ଷୀର ମିଳିବ। ଛାତ୍ରଛାତ୍ରୀଙ୍କୁ ୨୦୦ ML ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର। ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସୂଚନା । ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରାଯିବ। ଗୋକୁଳ ଯୋଜନାରେ ୩୦୦୦ ଗାଈ ଦେବାର ବ୍ୟବସ୍ଥା କାଲି କରାଯାଇଛି। ଏହି ଯୋଜନାରେ ପିଲା ମାନଙ୍କ ପୋଷଣରେ ଭିଟାମିନ ରହିବା ପାଇଁ ଏପରି ଅନେକ ବ୍ୟବସ୍ଥା କରାଯିବ ବୋଲି ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ କହିଛନ୍ତି। 

ଏଣିକି ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ମିଳିବ କ୍ଷୀର;  ଗୋକୁଳ ଯୋଜନାରେ ୩୦୦୦ ଗାଈ ଦେବାର ବ୍ୟବସ୍ଥା

ଭୁବନେଶ୍ଵର: ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଦିଆଯିବ କ୍ଷୀର। ଏନେଇ ଓଡ଼ିଶା ସରକାର ଚିନ୍ତା କରୁଛନ୍ତି। ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀମାନଙ୍କୁ ୨୦୦ ମିଲିମିଟର ଭିଟାମିନ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର। ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି।

ମନ୍ତ୍ରୀ ଆହୁରି କହିଛନ୍ତି, ଏହି ଯୋଜନାରେ ପିଲାଙ୍କ ପୋଷଣରେ ଭିଟାମିନ ରହିବା ପାଇଁ ଏପରି ଅନେକ ବ୍ୟବସ୍ଥା କରାଯିବ। ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନକୁ ସଶକ୍ତ କରାଯିବ। ଗୋକୁଳ ଯୋଜନାରେ ୩ ହଜାର ଗାଈ ଦେବାର ବ୍ୟବସ୍ଥା କରାଯାଇଛି। ଏଥିରେ ପାଖାପାଖି ୩୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈ ଲୋକଙ୍କୁ ଦେବାର ବ୍ୟବସ୍ଥା କରାଯାଇଛି।

ଖୁବଶୀଘ୍ର ସ୍କୁଲ ମଧ୍ୟାହ୍ନ ଭୋଜନରେ ପିଲାମାନଙ୍କୁ ଖାଦ୍ୟ ସହ କ୍ଷୀର ମିଳିବ। ଛାତ୍ରଛାତ୍ରୀଙ୍କୁ ୨୦୦ ML ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର। ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସୂଚନା । ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରାଯିବ। ଗୋକୁଳ ଯୋଜନାରେ ୩୦୦୦ ଗାଈ ଦେବାର ବ୍ୟବସ୍ଥା କାଲି କରାଯାଇଛି। ଏହି ଯୋଜନାରେ ପିଲା ମାନଙ୍କ ପୋଷଣରେ ଭିଟାମିନ ରହିବା ପାଇଁ ଏପରି ଅନେକ ବ୍ୟବସ୍ଥା କରାଯିବ ବୋଲି ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ କହିଛନ୍ତି।