Odisha Election 2024: ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ
Advertisement

Odisha Election 2024: ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

Odisha Election 2024: ବିଜେଡିରେ ମିଶିଲେ  ଓଡ଼ିଆ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ(Varsha Priyadarshini । ଓଲିଉଡର ଚର୍ଚ୍ଚିତ ନାୟିକା ବର୍ଷା ପ୍ରିୟଦର୍ଶିନୀ ଗୁରୁବାର ଅର୍ଥା୍ତ୍ ଆଜି ବିଧିବଦ୍ଧ ଭାବେ ବିଜୁ ଜନତା(BJD) ଦଳରେ ସାମିଲ ହେଇଛନ୍ତି । ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଆଜି  ଶଙ୍ଖ ଧରିଛନ୍ତି ବର୍ଷା ପ୍ରିୟଦର୍ଶିନୀ ।

Odisha Election 2024: ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

Odisha Election 2024: ବିଜେଡିରେ ମିଶିଲେ  ଓଡ଼ିଆ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ(Varsha Priyadarshini । ଓଲିଉଡର ଚର୍ଚ୍ଚିତ ନାୟିକା ବର୍ଷା ପ୍ରିୟଦର୍ଶିନୀ ଗୁରୁବାର ଅର୍ଥା୍ତ୍ ଆଜି ବିଧିବଦ୍ଧ ଭାବେ ବିଜୁ ଜନତା(BJD) ଦଳରେ ସାମିଲ ହେଇଛନ୍ତି । ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଆଜି  ଶଙ୍ଖ ଧରିଛନ୍ତି ବର୍ଷା ପ୍ରିୟଦର୍ଶିନୀ । ତେବେ ପୂର୍ବରୁ ଅନେକ ସମୟରେ ବର୍ଷାଙ୍କୁ ବିଜେଡିର ବିଭିନ୍ନ କାର୍ଯ୍ୟକ୍ରମରେ ପ୍ରଚାର କରୁଥିବା ଦେଖିବାକୁ ମିଳିଥାଏ। ଗତ ସାଧାରଣ ନିର୍ବାଚନ ସମୟରେ ବର୍ଷା ମଧ୍ୟ ବିଜେଡି ପାଇଁ ମଧ୍ୟ ପ୍ରଚାର କରିଥିବା ଦେଖିବାକୁ ମିଳିଥିଲା । 

ତେବେ ବିଜେଡିରେ ସାମିଲ ହେବା ପରେ ସେ କହିଛନ୍ତି ଯେ ସେ ନବୀନ ପଟ୍ଟନାୟକଙ୍କ ଫ୍ୟାନ୍, ତାଙ୍କ ପାଇଁ ସେ ଗୋଟିଏ ସିନେମା ମଧ୍ୟ କରିଛନ୍ତି । ନବୀନଙ୍କ ସ୍ୱଚ୍ଛ ଓ ନିର୍ମଳ ଭାବମୂର୍ତ୍ତି ତାଙ୍କୁ ସବୁବେଳେ ପ୍ରେରଣା ଦେଇଆସିଛି । ମୁଖ୍ୟମନ୍ତ୍ରୀ କଥାରେ କମ୍ ଓ କାମ ବେଶି କରନ୍ତି । ତା ଛଡା ସେ କାହା ବିରୋଧରେ ମଧ୍ୟ କୁହନ୍ତିନି, ତାଙ୍କ କାମ ହିଁ କଥା କୁହେ । ନବୀନ ପଟ୍ଟନାୟକ(Naveen Pattnaik) ଅପ୍ରତିଦ୍ୱନ୍ଦୀ ବୋଲି ବିଜେଡିରେ ସାମିଲ ହେଇ ବର୍ଷା କହିଛନ୍ତି । ତା ଛଡା ବିଜେଡିରେ ସାମିଲ ହେଇ ମୁଖ୍ୟମନ୍ତ୍ରୀ, ଭିକେ ପାଣ୍ଡିଆନ୍ ଏବଂ ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଧନ୍ୟବାଦ ଦେଇଛନ୍ତି। ନିକଟରେ ପୂର୍ବତନ ସ୍ବାମୀ ଅନୁଭବ ମହାନ୍ତି ବିଜେଡ଼ି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ ।