World Fisheries Day: ବିଶ୍ବ ମତ୍ସ୍ୟ ଦିବସ ଅବସରରେ 'ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା’ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
Advertisement
Article Detail0/zeeodisha/odisha1971984

World Fisheries Day: ବିଶ୍ବ ମତ୍ସ୍ୟ ଦିବସ ଅବସରରେ 'ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା’ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Mukhyamantri Fisheries Welfare Scheme Odisha: ବିଶ୍ବ ମତ୍ସ୍ୟ ଦିବସ ଅବସରରେ  ରାଜ୍ୟରେ "ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା" ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

World Fisheries Day: ବିଶ୍ବ ମତ୍ସ୍ୟ ଦିବସ ଅବସରରେ 'ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା’ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Chief Minister Fishery Welfare Scheme Odisha: ପ୍ରତିବର୍ଷ ନଭେମ୍ବର ୨୧ ତାରିଖରେ ପାଳିତ ହୋଇଥାଏ ବିଶ୍ବ ମତ୍ସ୍ୟ ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ ମତ୍ସ୍ୟଜୀବୀଙ୍କ ପାଇଁ ୧୬ କାର୍ଯ୍ୟକ୍ରମ ରହିଛି। ଚଳିତ ବର୍ଷ ଏନେଇ ୪୪୮ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ଏହି ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ, ମତ୍ସ୍ୟଚାଷୀ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟଙ୍କୁ ନିବେଦନ କରି କହିଛନ୍ତି ଯେ ଆପଣଙ୍କ କଲ୍ୟାଣ ତଥା ବିକାଶ ପାଇଁ ଏହି ଯୋଜନା ଆରମ୍ଭ କରାଯାଇଛି। ଆପଣଏହାର ସୁଯୋଗ ନେଇ ନିଜର ତଥା ରାଜ୍ୟର ସମୃଦ୍ଧିରେ ଯୋଗଦାନ କରନ୍ତୁ। ଆମ ରାଜ୍ୟରେ ପ୍ରଚୁର ଜଳସମ୍ପଦ ରହିଛି। ଅର୍ଥନୀତିର ବିକାଶ ପାଇଁ ଜଳ ସମ୍ପଦର ପୂର୍ଣ୍ଣ ବିନିଯୋଗ ଆମର ଲକ୍ଷ୍ୟ। ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନାର ମୁଖ୍ୟ ଲକ୍ଷ୍ୟ ହେଉଛି ମତ୍ସ୍ୟ ଉତ୍ପାଦନ ବୃଦ୍ଧି କରିବା, ସେମାନଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି କରିବା, ମାଆଙ୍କୁ ସଶକ୍ତ କରିବା ଏବଂ ସର୍ବୋପରି ରାଜ୍ୟର ଆର୍ଥିକ ବିକାଶ କରିବା। ଏହି ଯୋଜନା ଏ ସବୁ କାର୍ଯ୍ୟକ୍ରମକୁ ଆହୁରି ଆଗକୁ ନେବ। ଏହି କାର୍ଯ୍ୟକ୍ରମ ଆମର ୫ଟି ନୀତିରେ କାର୍ଯ୍ୟକାରୀ କରାଯିବ। ଏଥିରେ  ୧୧ ହଜାରରୁ ଅଧିକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, ୫୦ ହଜାର ମାଛ ଚାଷୀ ଏବଂ ୧ ଲକ୍ଷରୁ ଅଧିକ ମତ୍ସ୍ୟଜୀବୀ ଉପକାର ପାଇବେ। 

ରାଜ୍ୟରେ ମତ୍ସ୍ୟ ବିକାଶ କ୍ଷେତ୍ରରେ ହୋଇଥିବା ଉନ୍ନତି ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଗତ ୨୦ ବର୍ଷ ଭିତରେ ରାଜ୍ୟରେ ମତ୍ସ୍ୟ ଉତ୍ପାଦନ ୪ ଗୁଣା ବୃଦ୍ଧି ପାଇଛି। ସାମୁଦ୍ରିକ ମତ୍ସ୍ୟ ରପ୍ତାନୀ ୪୫୦୦ କୋଟି ଟଙ୍କାରେ ପହଞ୍ଚିଛି। ମତ୍ସ୍ୟ ଉତ୍ପାଦନ ବୃଦ୍ଧି ପାଇଁ ଓଡିଶା ମତ୍ସ୍ୟନୀତି-୨୦୧୫ ଏବଂ ଓଡିଶା ଜଳଭଣ୍ଡାର ମତ୍ସ୍ୟନୀତି-୨୦୧୨ ଆଣିବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ। ଓଡିଶା ଆଜି ମାଛ ଯାଁଳ ଉତ୍ପାଦନରେ ଆତ୍ମନିର୍ଭର  ହୋଇପାରିଛି। ମତ୍ସ୍ୟଜୀବୀଙ୍କ କଲ୍ୟାଣ ପାଇଁ ଗରିବ ଲୋକଙ୍କ କଲ୍ୟାଣ ପଇଁ ମୋ ସରକାର କାମ କରୁଛି ବୋଲି ମତ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏନେଇ ସେ କହିଥିଲେ ଯେ ଆପଣଙ୍କ ସାମାଜିକ ସୁରକ୍ଷା, ଖାଦ୍ୟ ସୁରକ୍ଷା, ରୋଜଗାର ଏବଂ ପୁଷ୍ଟିକୁ ଅଧିକ ଗୁରୁତ୍ବ ଦେଇ ଅନେକ ପଦକ୍ଷେପ ନିଆଯାଇଛି। 

ଏନେଇ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ଯୋଗ ଦେଇ ମତ୍ସ୍ୟ ଏବଂ ପଶୁ ସମ୍ପଦ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଉଛନ୍ତି ଜନତାଙ୍କ ମୁଖ୍ୟମନ୍ତ୍ରୀ। ଜନତାଙ୍କ କଲ୍ୟାଣ ପାଇଁ ସେ ସବୁବେଳେ ନୂଆ ନୂଆ ଯୋଜନା କରିଆସିଛନ୍ତି। ଆଜି ବିଶ୍ବ ମତ୍ସ୍ୟ ଦିବସରେ ଏହି ଯୋଜନା ରାଜ୍ୟର ମତ୍ସ୍ୟ କ୍ଷେତ୍ରରେ ରୂପାନ୍ତର ଆଣିବାରେ ସହାୟକ ହେବ। ଏହି ଯୋଜନାର ବିଭିନ୍ନ ଆଭିମୁଖ୍ୟ ସମ୍ପର୍କରେ  ବିଭାଗୀୟ ମନ୍ତ୍ରୀ ବିସ୍ତୃତ ସୂଚନା ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ସମବାୟ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ, କୃଷି ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ। ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ ଏବଂ ମତ୍ସ୍ୟଜୀବୀ ଅନ୍‌ଲାଇନ ଜରିଆରେ ଯୋଡ଼ି ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ସଚିବ ସୁରେଶ କୁମାର ବଶିଷ୍ଠ ସ୍ବାଗତ ଭାଷଣ ଦେଇଥିଲେ। ଅନ୍ୟପଟେ ମତ୍ସ୍ୟ ବିଭାଗ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।