Odisha CM Award for Education: ଶିକ୍ଷାର ଉତ୍ସବରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
Advertisement
Article Detail0/zeeodisha/odisha2088192

Odisha CM Award for Education: ଶିକ୍ଷାର ଉତ୍ସବରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

Shiksha Utsav Odisha: ଶିକ୍ଷାର ଉତ୍ସବ ଅବସରରରେ ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ଶିକ୍ଷା ପୁରସ୍କାର ପୁରସ୍କାର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

 Odisha CM Award for Education: ଶିକ୍ଷାର ଉତ୍ସବରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

Mukhyamantri Sikhya Puraskar Odisha: ରାଜ୍ୟରେ ଶିକ୍ଷାକୁ ନେଇ ଆରମ୍ଭ ହୋଇଛି ଏକ ଉତ୍ସବ। ଏହାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ ଏବଂ ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ ୫ଟି ଉପକ୍ରମ ଅଧିନରେ ଆରମ୍ଭ ହୋଇଛି ଅଭିନବ ପ୍ରୟାସ। ଏନେଇ "ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର" ଜିଲ୍ଲା, ବ୍ଲକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ, ପୁରାତନ ଛାତ୍ର କମିଟି, ଗ୍ରାମ ପଞ୍ଚାୟତ, ଶିକ୍ଷା ଅଧିକାରୀଙ୍କୁ ସେମାନଙ୍କୁ ଅବଦାନ ପାଇଁ ମିଳୁଛି। ଏହି ପୁରସ୍କାରକୁ ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦାନ କରିଛନ୍ତି। ବ୍ୟକ୍ତିଗତ ତଥା ଆନୁଷ୍ଠାନିକ ଏପରି ଦୁଇଟି ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଛି। ମୋଟ ୧୬ ବିଭାଗରେ ୭୫୧୯ ପୁରସ୍କାର ପ୍ରଦାନ କରାଯାଇଛି। ପ୍ରାୟ ୧୩୮ କୋଟି ଟଙ୍କାର ପୁରସ୍କାର ପ୍ରଦାନ କରାଯାଇଛି। 

ବ୍ୟକ୍ତିଗତ ପୁରସ୍କାର (ମାଧ୍ୟମିକ) ବର୍ଗରେ ମାଟ୍ରିକ ପରୀକ୍ଷାରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୨୦୨୭ ଜଣ ମେଧାବୀ ଛାତ୍ରଛାତ୍ରୀ, ୭୦୦ ଶିକ୍ଷକ ଶିକ୍ଷୟତ୍ରୀ, ୪୧୯ ଜଣ ପ୍ରଧାନ ଶିକ୍ଷକ, ୫୮ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ୧୦ ଜଣ ଗୋଷ୍ଠୀ ଶିକ୍ଷା ଅଧିକାରୀ, ୩ ଜଣ ଜିଲ୍ଲା ଶିକ୍ଷା ଅଧିକାରୀ ପୁରସ୍କାର ପାଇଛନ୍ତି। ସେହିପରି ବ୍ୟକ୍ତିଗତ ପୁରସ୍କାର (ପ୍ରାଥମିକ) ବର୍ଗରେ ୩୫୦ ଜଣ ପ୍ରଧାନ ଶିକ୍ଷକ ଏବଂ ୩୧୯ ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମିଳିଛି। ସେହିପରି ଆନୁଷ୍ଠାନିକ (ମାଧ୍ୟମିକ) ବର୍ଗରେ ୪ ଜିଲ୍ଲା, ୧୦ ବ୍ଲକ, ୧୦୫୭ ସ୍କୁଲ, ୪୧୯ ବିଦ୍ୟାଳୟ ପରିଚାଳନା କମିଟି, ୪୧୯ ପୁରାତନ ଛାତ୍ର କମିଟି, ୪୧୪ ଗ୍ରାମ ପଞ୍ଚାୟତ ପୁରସ୍କାର ପାଇଛନ୍ତି। ଅନ୍ୟପଟେ ଆନୁଷ୍ଠାନିକ (ପ୍ରାଥମିକ) ବର୍ଗରେ ୧୩୦୭ ବିଦ୍ୟାଳୟ ପୁରସ୍କାର ପାଇଛନ୍ତି। ଏହା ବ୍ୟତୀତ ଜିଲ୍ଲା ଶିକ୍ଷା ଏବଂ ପ୍ରଶିକ୍ଷଣ ପ୍ରତିଷ୍ଠାନ ବର୍ଗରେ ୩ ଆନୁଷ୍ଠାନିକ ପୁରସ୍କାର ପ୍ରଦାନ କରାଯାଇଛି। ବିଦ୍ୟାଳୟ ଶିକ୍ଷାର ସାମଗ୍ରିକ ବିକାଶ ସହ ପିଲାଙ୍କ ବୌଦ୍ଧିକ ବିକାଶ ପାଇଁ "ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର" ପ୍ରଦାନ କରାଯାଉଛି। 

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଅନୁସୂଚିତ ଜନଜାତି, ଜାତି, ସଂଖ୍ୟାଲଘୁ, ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ପଞ୍ଚାୟତିରାଜ, ପାନୀୟ ଜଳ, ସୂଚନା ଲୋକ ସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଅନ୍ୟମାନଙ୍କୁ ଉଦ୍‌ବୋଧନ ଦେଇ ୫ଟି ତଥା ନବୀନ ଓଡି଼ଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ କହିଲେ ଯେ କୋଭିଡ ସମୟରୁ ପିଲାଙ୍କ ପାଠପଢାର ଅସୁବିଧାକୁ ଦେଖି ମୁଖ୍ୟମନ୍ତ୍ରୀ ଅନଲାଇନ ମାଧ୍ୟମରେ ପାଠ ପଢାଇବା ବ୍ୟବସ୍ଥା ସମ୍ପର୍କରେ ଚିନ୍ତା କରିଥିଲେ। ଏହାପରେ ଆରମ୍ଭ ହୋଇଥିଲା ୫ଟି ହାଇସ୍କୁଲ ରୂପାନ୍ତର। ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୮ ହଜାର ସ୍କୁଲର ରୂପାନ୍ତର ହୋଇସାରିଛି। 

ହାଇସ୍କୁଲ ରୂପାନ୍ତର ଦଳଗତ କାର୍ଯ୍ୟର ଅନନ୍ୟ ଉଦାହରଣ। ପୁରାତନ ଛାତ୍ରଛାତ୍ରୀ, ଜନ ପ୍ରତିନିଧି, ପ୍ରଶାସନ ସମସ୍ତେ ଏକ ଟିମ୍‌ ଭଳି କାମ କରିଛନ୍ତି। ଆପଣ ସମସ୍ତେ ଓଡି଼ଶା ବିକାଶର ଗୋଟିଏ ଗୋଟିଏ ସ୍ତମ୍ବ। ଆପଣ ପିଲାଙ୍କ ଭିତରେ ରୂପାନ୍ତରଣ ବୀଜ ବପନ କରିଛନ୍ତି। ସେଥିପାଇଁ ଆପଣ ସମସ୍ତଙ୍କୁ ଧନ୍ୟବାଦ। ଏହା ଦ୍ୱାରା ଆଜି ପିଲାଙ୍କ ମଧ୍ୟରେ ଉତ୍ସାହ ବଢିଛି। ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଶିକ୍ଷା ପରିବେଶ ସହିତ ଜଡିତ ସମସ୍ତଙ୍କ ଉତ୍ସାହ, ମନୋବଳ ବୃଦ୍ଧି କରିଛି। ପିଲାଙ୍କ ସ୍ୱପ୍ନକୁ ଅଧିକ ଉଚ୍ଚ କରିବା ଏବଂ ପୂରଣ କରିବାର ଆତ୍ମବିଶ୍ୱାସକୁ ବୃଦ୍ଧି କରିବା ଦିଗରେ ଏହି ପୁରସ୍କାର ସହାୟକ ହେବ। ରାଜ୍ୟରେ ମାଧ୍ୟମିକ ଶିକ୍ଷା କ୍ଷେତ୍ରରେ ଏକ ବିପ୍ଳବ ଆସିଛି। ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ଦିଗରେ ଆଜି ସମସ୍ତେ ଜଣେ ଜଣେ ଚମ୍ପିଅନ ହୋଇପାରିଛନ୍ତି। ମାଧ୍ୟମିକ ସ୍କୁଲ ସହିତ ଉଚ୍ଚ ମାଧ୍ୟମିକ ଏବଂ କଲେଜ ମଧ୍ୟ ରୂପାନ୍ତରଣ ଚାଲିଛି। ଖୁବ୍‌ ଶୀଘ୍ର ଏହି ଅନୁଷ୍ଠାନ ଗୁଡିକ ଲୋକାର୍ପିତ ହେବ ବୋଲି କହିଥିଲେ ୫ଟି ଅଧ୍ୟକ୍ଷ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିବା ବେଳେ ଓସେପା ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।