ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ଶିକ୍ଷା ସ୍ବେଚ୍ଛାସେବୀଙ୍କ ଦରମା
Advertisement
Article Detail0/zeeodisha/odisha2137389

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ଶିକ୍ଷା ସ୍ବେଚ୍ଛାସେବୀଙ୍କ ଦରମା

ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ଶିକ୍ଷା ନିମନ୍ତେ ନିୟୋଜତ (PHIEV)  ଶିକ୍ଷା ସ୍ବେଚ୍ଛାସେବୀମାନଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କାକୁ ବୃଦ୍ଧି

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ଶିକ୍ଷା ସ୍ବେଚ୍ଛାସେବୀଙ୍କ ଦରମା

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ବିଦ୍ୟାଳୟ ମାନଙ୍କର ଅଧ୍ୟୟନରତ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷା ତଥା ସ୍ବତନ୍ତ୍ର ସେବା ଯୋଗାଇବା ନିମନ୍ତେ ରାଜ୍ୟ ସରକାର ୨୦୧୪ ମସିହାରୁ ବିଭିନ୍ନ ଗ୍ରାମ ପଞ୍ଚାୟତ ମାନଙ୍କରେ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (PHIEV) ମାନଙ୍କୁ ନିୟୋଜିତ କରାଯାଇଥିଲା । ବର୍ତ୍ତମାନ ଏହି ଶିକ୍ଷା ସ୍ବେଚ୍ଛାସେବୀ ମାନଙ୍କୁ ମାସିକ ୫୩୭୯ ଟଙ୍କା ପାରିତୋଷିକ ଭାବରେ ଦିଆଯାଉଥିଲା।

ସୂଚନାଯୋଗ୍ୟ ଯେ 5-T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଉକ୍ତ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ ମାନଙ୍କ ବିଭିନ୍ନ ଦାବୀକୁ ସହୃଦୟତାର ସହ ବିଚାର କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ପାରିତୋଷିକକୁ ମାସିକ ୫୩୭୯ ଟଙ୍କାରୁ  ୧୦,୦୦୦ ହଜାର ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି କରିଛନ୍ତି ।

ଏହାଦ୍ବାରା ରାଜ୍ୟରେ ବର୍ତ୍ତମାନ ନିୟୋଜିତ ୧୧୧୭ ଜଣ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (PHIEV) ଉପକୃତ ହେବେ ।

Also Read- ଚରମ୍ପା ବରାଳପୋଖରୀ ଗାଁରେ ପାଗଳ ମାଙ୍କଡ ଆତଙ୍କ, ୧୨ଜଣ ଗୁରୁତର

Also Read- Mercury Transit 2024: ମୀନ ରାଶିରେ ବୁଧ ଚଳନ, ମାର୍ଚ୍ଚ ୦୭ରୁ ଫିଟିବ ଏହି ରାଶିର ଭାଗ୍ୟ...