Odisha News: ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଭାଷା ଆଇନ ପୁସ୍ତକ ଉନ୍ମୋଚିତ
Advertisement
Article Detail0/zeeodisha/odisha2093958

Odisha News: ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଭାଷା ଆଇନ ପୁସ୍ତକ ଉନ୍ମୋଚିତ

Odisha Assembly:  ୧୯୪୮ମସିହାରେ ପ୍ରସ୍ତାବିତ ଭାଷା ଆଇନ ଆଲୋଚନାଠାରୁ ଆରମ୍ଭ କରି ୧୯୫୪ ଭାଷା ଆଇନ ପାରିତ ହେବା ଓ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବିଧାନସଭାରେ ଭାଷା ଆଇନ ୨୦୧୮ର ସଂଶୋଧନ ପର୍ଯ୍ୟନ୍ତ  ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ଯ ଏହି ପୁସ୍ତକରେ ସ୍ଥାନିତ ହୋଇଛି। 

ସୌଜନ୍ୟ-ସୋସିଆଲ ମିଡିଆ

Odisha Assembly: ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି " ବିଧାନସଭାରେ ଭାଷା ଆଇନ" ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି। ସୂଚନାଯୋଗ୍ୟ,୧୯୪୮ମସିହାରେ ପ୍ରସ୍ତାବିତ ଭାଷା ଆଇନ ଆଲୋଚନାଠାରୁ ଆରମ୍ଭ କରି ୧୯୫୪ ଭାଷା ଆଇନ ପାରିତ ହେବା ଓ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବିଧାନସଭାରେ ଭାଷା ଆଇନ ୨୦୧୮ର ସଂଶୋଧନ ପର୍ଯ୍ୟନ୍ତ  ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ଯ ଏହି ପୁସ୍ତକରେ ସ୍ଥାନିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଭାଷାର ଉନ୍ନତି ପାଇଁ ଆମେ ପ୍ରତିଶୃତିବଦ୍ଧ। ଓଡ଼ିଆ ଭାଷା ସୁରକ୍ଷା ପାଇଁ ଏବଂ ଆଗାମୀ ପୀଢ଼ି ପାଇଁ ବୈଷୟିକ ଜ୍ଞାନ କୌଶଳର ପ୍ରୟୋଗରେ ଏ କ୍ଷେତ୍ରରେ ନୂତନ ସମ୍ଭାବନା ସୃଷ୍ଟି କରିବା ଉଦ୍ଦେଶ୍ୟରେ ସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି ବୋଲି ସେ କହିଛନ୍ତି । ଏହା ଦ୍ଵାରା ସମସ୍ତ ଭାଷାଭାଷୀ ଅଞ୍ଚଳ ଗୋଟିଏ ସୁତ୍ରରେ ବାନ୍ଧି ହୋଇ ଓଡ଼ିଶାର ବିକାଶରେ ଭାଗିଦାରୀ ହେବେ ବୋଲି ସେ ଆଶା ରଖିଛନ୍ତି । ପୁସ୍ତକଟି ଭାଷା ଆନ୍ଦୋଳନର ଆବାହକ ପବିତ୍ର ମହରଥାଙ୍କ ଦ୍ଵାରା ସମ୍ପାଦିତ ଓ ଶବ୍ଦସ୍ପର୍ଶ ପ୍ରକାଶନୀ ସଂସ୍ଥା ଦ୍ୱାରା ପ୍ରକାଶିତ ହୋଇଛି।