୪୨୯ଟି ରାସ୍ତା ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩ ମାସରେ କାମ ସାରିବାକୁ ନିର୍ଦ୍ଦେଶ
Advertisement
Article Detail0/zeeodisha/odisha1899687

୪୨୯ଟି ରାସ୍ତା ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩ ମାସରେ କାମ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର, ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ଗୁଡିକ ପାଇଁ ୩୯ କୋଟି ୨୫ ଲକ୍ଷ ଟଙ୍କାର ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଗତ ଅଗଷ୍ଟ ମାସ ୨୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଶ୍ରୀ ଭି.କେ.

୪୨୯ଟି ରାସ୍ତା ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩ ମାସରେ କାମ ସାରିବାକୁ ନିର୍ଦ୍ଦେଶ

Odisha News: ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର, ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ଗୁଡିକ ପାଇଁ ୩୯ କୋଟି ୨୫ ଲକ୍ଷ ଟଙ୍କାର ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଗତ ଅଗଷ୍ଟ ମାସ ୨୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ଖୋର୍ଦ୍ଧା ଜିଲ୍ଲା ଗସ୍ତ ସମୟରେ ସମ୍ପୃକ୍ତ ଅଞ୍ଚଳବାସୀ ତାଙ୍କୁ ଭେଟି ଆବାସିକ କଲୋନୀଗୁଡିକର  ରାସ୍ତା ଓ ବିଦ୍ୟୁତ ବ୍ୟବସ୍ଥା ପ୍ରତି ଦୃଷ୍ଟି ଆକର୍ଷଣ କରିବା ସହିତ ଏସବୁ ସମସ୍ୟାର ସମାଧାନ ପାଇଁ ସେମାନଙ୍କର ଅଭିଯୋଗ ପତ୍ର ପ୍ରଦାନ କରିଥିଲେ। 

ଏ ସମ୍ପର୍କରେ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ବୈଷୟିକ ଟିମ୍ ଗଠନ କରାଯାଇ ସେ ସବୁ ଅଞ୍ଚଳକୁ ଅନୁଧ୍ୟାନ ପାଇଁ ପଠାଯାଇଥିଲା। ବୈଷୟିକ ଟିମ୍ ସେସବୁ ଅଞ୍ଚଳରେ ୪୨୯ଟି ରାସ୍ତା ଯାହା ୮୨ କି.ମି.ରୁ ଉର୍ଦ୍ଧ୍ୱ ଅଞ୍ଚଳ ପରିମିତ ତାକୁ ଚିହ୍ନଟ କରି ଉନ୍ନତିକରଣ ଓ ବିଦ୍ୟୁତୀକରଣ ପାଇଁ ରିପୋର୍ଟ ପ୍ରଦାନ କରିଥିଲେ। ରିପୋର୍ଟ ପାଇବାପରେ 5T ସଚିବ ସମ୍ପୃକ୍ତ ଆବାସିକ କଲୋନୀଗୁଡିକର ବାସିନ୍ଦାଙ୍କ ସହ ଗତ ସେପ୍ଟମ୍ବର ୨୭ ତାରିଖରେ ସେସବୁ ଅଞ୍ଚଳର ଉନ୍ନତିକରଣ ପାଇଁ ଆଲୋଚନା କରିଥିଲେ। ତଦନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ୪୨୯ଟି ରାସ୍ତା ପ୍ରକଳ୍ପ ନିର୍ମାଣ ପାଇଁ ମଞ୍ଜୁରୀ ଦେଇଛନ୍ତି।
 
ସ୍ମାର୍ଟ ସିଟି ଭୁବନେଶ୍ୱର ନିକଟ ଅତୀତରେ ଦ୍ରୁତ ପରିବର୍ଦ୍ଧିତ ହୋଇ ଜଟଣୀ ଓ ବାଲିଅନ୍ତା ଅଞ୍ଚଳକୁ ପରିବ୍ୟାପ୍ତ ହୋଇଛି। ସେସବୁ ଅଞ୍ଚଳରେ ବହୁ ଆବାସିକ କଲୋନୀ ଗଢି ଉଠିଛି। ଆବାସିକ କଲୋନୀଗୁଡିକରେ ଆଭ୍ୟନ୍ତରୀଣ ରାସ୍ତା ଓ ବିଦ୍ୟୁତୀକରଣ ସମସ୍ୟା ଦୀର୍ଘ ଦିନର ଦାବୀ ଥିଲା।  ସୂଚନାଯୋଗ୍ୟ ଯେ, ୪୨୯ଟି ରାସ୍ତା ପ୍ରକଳ୍ପ ମଧ୍ୟରେ ଭୁବନେଶ୍ୱର ବ୍ଲକରେ ୧୪୦ଟି, ଜଟଣୀ ବ୍ଲକରେ ୨୪୬ଟି ଓ ବାଲିଅନ୍ତା ବ୍ଲକର ୪୩ଟି ପ୍ରକଳ୍ପ ରହିଛି। ଏସବୁ ଅଞ୍ଚଳରେ ରାସ୍ତା ନିର୍ମାଣ, ଉନ୍ନତିକରଣ ଓ ବିଦ୍ୟୁତୀକରଣ କାର୍ଯ୍ୟ କରାଯିବ। ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୩ ଲକ୍ଷରୁ ଅଧିକ ଜନସାଧାରଣ ଉପକୃତ ହେବେ। ପ୍ରକଳ୍ପ କାର୍ଯ୍ୟ ୩ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Also Read: ରେଳମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ବନ୍ଦେ ଭାରତରେ ମିଳିବ ସ୍ଲିପର କୋଚ୍ ସୁବିଧା, ଦେଖନ୍ତୁ ଫଟୋ

Also Read: ଭାରତରେ ଆଫଗାନିସ୍ତାନ ଦୂତାବାସ ବନ୍ଦକୁ ନେଇ ଚିନ୍ତାରେ କାହିଁକି ପାକିସ୍ତାନ ?

Also Read: ସାତ ଦିନରେ ସାତ ପ୍ରସଙ୍ଗ: ସରକାର କେମିତି ରହିଲେ ଚାପରେ, ସମୟପୂର୍ବରୁ ବନ୍ଦ କଲେ ଅଧିବେଶନ