Dev Deepawali 2023: ଆଜିଠୁ ଶ୍ରୀମନ୍ଦିରରେ ଦେବ ଦୀପାବଳି ନୀତି, ପିତୃପୁରୁଷଙ୍କୁ ପିଣ୍ଡ ଅର୍ପଣ କରିବେ ମହାପ୍ରଭୁ
Advertisement
Article Detail0/zeeodisha/odisha2004491

Dev Deepawali 2023: ଆଜିଠୁ ଶ୍ରୀମନ୍ଦିରରେ ଦେବ ଦୀପାବଳି ନୀତି, ପିତୃପୁରୁଷଙ୍କୁ ପିଣ୍ଡ ଅର୍ପଣ କରିବେ ମହାପ୍ରଭୁ

Dev Deepawali 2023 : ଶ୍ରୀମନ୍ଦିରରେ ଆଜିଠାରୁ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି (dev diwali rituals starts in srimandir) ଆରମ୍ଭ ହୋଇଛି। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ମଧ୍ୟ କରିଥାନ୍ତି । ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି । 

Dev Deepawali 2023: ଆଜିଠୁ ଶ୍ରୀମନ୍ଦିରରେ ଦେବ ଦୀପାବଳି ନୀତି, ପିତୃପୁରୁଷଙ୍କୁ ପିଣ୍ଡ ଅର୍ପଣ କରିବେ ମହାପ୍ରଭୁ

Dev Deepawali 2023 : ଶ୍ରୀମନ୍ଦିରରେ ଆଜିଠାରୁ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି (dev diwali rituals starts in srimandir) ଆରମ୍ଭ ହୋଇଛି। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ମଧ୍ୟ କରିଥାନ୍ତି । ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି । ଆଜି ଅର୍ଥାତ ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସଂନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେଇଥାନ୍ତି । ତେବେ ଦ୍ଵିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେବା ସହ ତୃତୀୟ ଦିନ ଅର୍ଥାତ ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ, ବାସୁଦେବ, ନନ୍ଦ, ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ କରିବା ସହ ଶ୍ରାଦ୍ଧ ତର୍ପଣ ଦେବାର ପରମ୍ପରା ରହିଛି ।

ALSO READ: Monday Remedies: ସୋମବାର ଦିନ ଦାନ କରନ୍ତୁ ଏହି ୫ ଜିନିଷ, ପାଖ ମାଡି଼ବନି ଦାରିଦ୍ରତା!

ଏହି ଦିନ ଗୁଡିକରେ ଶ୍ରୀଜଗନ୍ନାଥ ମହାପ୍ରଭୁ (lord jagannath) ଶ୍ରାଦ୍ଧ ବେଶରେ ପିତୃପୁରୁଷ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣ ଆଦି କରିବା ସହ ଆଜି ମହାଦୀପ ମଧ୍ୟ ପ୍ରଜ୍ବଳିତ ହୋଇଥାଏ | ତେଣୁ ଏହାକୁ ଦେବଦୀପାବଳି (dev diwali) କୁହାଯାଏ। ସଂଧ୍ୟା ଧୂପ ପରେ ପୁଷ୍ପାଳକ ସେବାୟତ ମାନେ ମହାପ୍ରଭୁଙ୍କୁ ଶ୍ରାଦ୍ଧ ଵେଶରେ ନାଗପୁରୀ ଶାଢୀ ଚାଦରରେ ଭୂଷିତ କରାଇଥାନ୍ତି। ଏହି ବେଶରେ ଶ୍ରୀବିଗ୍ରହମାନେ ଧଳାବସ୍ତ୍ର ପରିଧାନ କରିଥାନ୍ତି ।  ଶ୍ରୀଜଗନ୍ନାଥ ମହାପ୍ରଭୁ ୧୬ହାତ ,ଶ୍ରୀବଳଭଦ୍ର ୧୪ ହାତ ଓ ଦେବଵୀ ସୁଭଦ୍ରା ୧୨ ହାତ ଲମ୍ବ ବିଶିଷ୍ଟ ସୂତାଶାଢୀ ବା ନାଗପୁରୀ ଶାଢୀ ପରିଧାନ କରିଥାନ୍ତି। ଶ୍ରାଦ୍ଧ ବେଶରେ(sradha besa) ଠାକୁର ମାନେ ତଡଗୀ,ନଳୀଭୂଜ,ଚନ୍ଦ୍ର,ସୂର୍ଯ୍ୟ, କୁଣ୍ଡଳୀ,ଆଡକାନି,ହରିଡା ମାଳି, କମରପଟି ପ୍ରଭୃତି ସ୍ୱର୍ଣ୍ନ ଅଳଙ୍କାର ରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି । ସେପଟେ ଆଜି ୫ଟା ୨୦ରେ ଶ୍ରୀମନ୍ଦିର ଦ୍ୱାର ଫିଟି ମହାପ୍ରଭୁଙ୍କ ନିକଟରେ ମଙ୍ଗଳାଳତୀ ମଇଲମ ଅବକାଶ ନିତି ଆଦି ଦୈନନ୍ଦିନ ନିତିକାନ୍ତି ଆଗକୁ ବଢିଛି। ସଂନ୍ଧ୍ୟାଧୂପ ପରେ ପୂର୍ବପୁରୁଷମାନଙ୍କ ଉଦ୍ଧେଶ୍ୟରେ ଶ୍ରାଦ୍ଧ ଦେବେ ମହାପ୍ରଭୁ। ଶ୍ରାଦ୍ଧ ବେଶରେ ଦର୍ଶନ ଦେବେ ଶ୍ରୀଜୀୟୁ।