odisha news : କୃଷକ ସାଥିଙ୍କ ଆବଶ୍ୟକୀୟ ଖର୍ଚ୍ଚ ପରିମାଣ ୧୮ ହଜାରକୁ ବୃଦ୍ଧି
Advertisement

odisha news : କୃଷକ ସାଥିଙ୍କ ଆବଶ୍ୟକୀୟ ଖର୍ଚ୍ଚ ପରିମାଣ ୧୮ ହଜାରକୁ ବୃଦ୍ଧି

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ  ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ବାରା ରାଜ୍ୟର ୧୩,୬୦୦ କୃଷକ ସାଥି ଉପକୃତ ହେବେ। ଏହି

odisha news : କୃଷକ ସାଥିଙ୍କ ଆବଶ୍ୟକୀୟ ଖର୍ଚ୍ଚ ପରିମାଣ ୧୮ ହଜାରକୁ ବୃଦ୍ଧି

Odisha News ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ  ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ବାରା ରାଜ୍ୟର ୧୩,୬୦୦ କୃଷକ ସାଥି ଉପକୃତ ହେବେ। ଏହି ବର୍ଦ୍ଧିତ ପରିମାଣ ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ। 

ସୂଚନାଯୋଗ୍ୟ ଯେ କୃଷି ପ୍ରସାରଣ କାର୍ଯ୍ୟରେ ସହାୟତା ପାଇଁ ରାଜ୍ୟ ସରକାର ୨୦୦୭-୨୦୦୮ ମସିହାରେ ରାଜ୍ୟର ଅଗ୍ରଣୀ ଚାଷୀ ମାନଙ୍କୁ କୃଷକ ସାଥି ଭାବେ ନିଯୁକ୍ତି ଦେଇଥିଲେ । ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ଦୁଇ ଜଣ ଲେଖାଏ କୃଷକ ସାଥି କାମ କରୁଛନ୍ତି । କୃଷକ ସାଥିମାନେ କୃଷି କାର୍ଯ୍ୟ ସଂପର୍କିତ ବିଭିନ୍ନ ବିଷୟରେ ଚାଷୀ ମାନଙ୍କୁ ସଚେତନ କରିବା ସହିତ ଆବଶ୍ୟକ ପରାମର୍ଶ ମଧ୍ୟ ଦେଇଥାନ୍ତି।

ବିଦ୍ର: ଏହି ଆର୍ଟିକିଲରେ ପ୍ରଦାନ ସମସ୍ତ ତଥ୍ୟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ପ୍ରଦାନ କରାଯାଇଛି। ଏଥିରେ ଜୀ ଓଡି଼ଶା ନ୍ୟୁଜର ନିଜସ୍ୱ ତଥ୍ୟ ନୁହେଁ।