Odisha Weather Report: ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଦେଲା ପାଣିପାଗ ବିଭାଗ
Advertisement
Article Detail0/zeeodisha/odisha1843030

Odisha Weather Report: ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଦେଲା ପାଣିପାଗ ବିଭାଗ

Odisha Weather Report: ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର(Himalay) ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ଗତ କାଲି ଏହାର ପୂର୍ବ ଭାଗ ଉତ୍ତରପ୍ରଦେଶର ଗୋରଖପୁରରୁ ବାହାରି ବିହାରର ପଟନା, ବାଙ୍କୁରା ମଧ୍ୟ ଦେଇ ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର(Bay of Bengal) ଯାଏଁ ଲମ୍ୱିଛି। ଯାହାର ପ୍ରଭାବରେ ଗତ କାଲି ଅର୍ଥାତ ଶୁକ୍ରବାର ରାଜ୍ୟର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ଧରଣର ବର୍ଷା ହୋଇଥିବା ଦେଖିବାକୁ ମିଳିଥିଲା। ତେବେ ଆଜି ଓ ଆସନ୍ତା କାଲି ଦୁଇ ଦିନ ଯାଏଁ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ଜାରି ରହିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। 

Odisha Weather Report: ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଦେଲା ପାଣିପାଗ ବିଭାଗ

Odisha Weather Report: ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର(Himalay) ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ଗତ କାଲି ଏହାର ପୂର୍ବ ଭାଗ ଉତ୍ତରପ୍ରଦେଶର ଗୋରଖପୁରରୁ ବାହାରି ବିହାରର ପଟନା, ବାଙ୍କୁରା ମଧ୍ୟ ଦେଇ ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର(Bay of Bengal) ଯାଏଁ ଲମ୍ୱିଛି। ଯାହାର ପ୍ରଭାବରେ ଗତ କାଲି ଅର୍ଥାତ ଶୁକ୍ରବାର ରାଜ୍ୟର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ଧରଣର ବର୍ଷା ହୋଇଥିବା ଦେଖିବାକୁ ମିଳିଥିଲା। ତେବେ ଆଜି ଓ ଆସନ୍ତା କାଲି ଦୁଇ ଦିନ ଯାଏଁ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ଜାରି ରହିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ସୂଚନା ଅନୁସାରେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ କମିବ। ଏହାପରେ ଆସନ୍ତା ୩୧ ତାରିଖରୁ ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ କହିଛି ଆଞ୍ଚଳିକ ପାଣିପାଗ ବିଭାଗ। ତେବେ ବର୍ଷାର ପ୍ରଭାବ ଓଡ଼ିଶାର ଉତ୍ତର-ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାମାନଙ୍କରେ ଦେଖିବାକୁ ମିଳିବ।

ଏବେ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଗତ ୨୪ ଘଣ୍ଟା‌ ମଧ୍ୟରେ ଦକ୍ଷିଣ ଉପକୂଳ ଓ ଉତ୍ତର ଆଭ୍ୟନ୍ତରିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ‌ଆସନ୍ତାକାଲି ମାଲକାନଗିରି(Malkangiri), କୋରାପୁଟ(Koraput), ନବରଙ୍ଗପୁର, ରାୟଗଡ଼ା, ଗଜପତି(Gajapati) ଓ ଗଞ୍ଜାମ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ‌ବେଳେ ଆଜି ଶାହଜାହନପୁର, ମୁଜାଫର୍‌ପୁର, ପୂର୍ଣ୍ଣିଆ, ବଙ୍କୁରା ହୋଇ ଦକ୍ଷିଣପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଆଡ଼କୁ ଲମ୍ବିଥିବା ଜଣାପଡ଼ିଛି। ଫଳରେ ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବା କହିଛି ବିଭାଗ। ୨ ଦିନ ପରେ ରାଜ୍ୟରେ ପାଗ ଶୁଖିଲା ରହିବା ପରେ ୩୦ ତାରିଖ ଆଡ଼କୁ ପୁଣି ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବାର ସମ୍ଭାବନା ରହିଛି। ହାଲୁକାରୁ ମଧ୍ୟମ ଧରଣ ବର୍ଷା ମଧ୍ୟ ହୋଇପାରେ। ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରି ସେଲସିୟସ ଓ ସର୍ବନିମ୍ନ ତାପମାତ୍ରା ୨୫ ଡିଗ୍ରି ସେଲସିୟସ ମଧ୍ୟରେ ରହିବ।

Also Read: Tea habits:ଚା’ ପିଇବା ଶରୀର ପାଇଁ କେତେ କ୍ଷତିକାରକ?