Teacher Salary: ବଢିଲା ଗଣଶିକ୍ଷକଙ୍କ ଦରମା
Advertisement
Article Detail0/zeeodisha/odisha2135357

Teacher Salary: ବଢିଲା ଗଣଶିକ୍ଷକଙ୍କ ଦରମା

ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ OTET ପାସ କରିଥିବା ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ପ୍ରଦାନ କରାଯିବ । ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର)  ଉପକୃତ ହେବେ।

Teacher Salary: ବଢିଲା ଗଣଶିକ୍ଷକଙ୍କ ଦରମା

Teacher Salary: ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ  କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।  ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ। ସୂଚନାଯୋଗ୍ୟ ଯେ 5-T ତଥା ନବୀନ ଓଡିଶା ଅଧ୍ୟକ୍ଷ ଓ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକ ମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ OTET ପାସ କରିଥିବା ଗଣଶିକ୍ଷକ ମାନଙ୍କୁ Med ଶିକ୍ଷକ (ଏକ୍ସ କ୍ୟାଡର) ଭାବରେ ନିୟମିତ କରାଯିବ।   ଏହାଦ୍ୱାରା ରାଜ୍ୟର ୧୪୭୨  ଗଣଶିକ୍ଷକ   ଉପକୃତ ହେଲେ ।

ସେହିପରି OTET ପାସ କରିନଥିବା ଗଣଶିକ୍ଷକ ମାନଙ୍କ ମାସିକ ପାରିତୋଷିକ ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାଦ୍ୱାରା ୧୧୨୧ ଜଣ ଗଣଶିକ୍ଷକ  ଉପକୃତ ହେଲେ । ଏହାସହିତ ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ OTET ପାସ କରିଥିବା ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ପ୍ରଦାନ କରାଯିବ । ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର)  ଉପକୃତ ହେବେ।

ବିଦ୍ର: ଏହି ଆର୍ଟିକିଲରେ ପ୍ରଦାନ ସମସ୍ତ ତଥ୍ୟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ପ୍ରଦାନ କରାଯାଇଛି। ଏଥିରେ ଜୀ ଓଡି଼ଶା ନ୍ୟୁଜର ନିଜସ୍ୱ ତଥ୍ୟ ନୁହେଁ।