Advertisement
Photo Details/zeeodisha/odisha2322576
photoDetails0hindi

Surendranath Nayak: ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥଙ୍କ ପ୍ରାର୍ଥିବ ଶରୀରକୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

Surendranath Nayak: ଆଉ ନାହାଁନ୍ତି କାକଟପୁରର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ନାୟକ। ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ଦିର୍ଘ ଦିନ ଧରି ସେ  ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ।  

 

1/4

ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। 

 

2/4

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବର୍ଗତ ନାୟକ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ସାଧାରଣ ଲୋକଙ୍କ ଭିତରେ ସେ ଅତ୍ୟନ୍ତ ପ୍ରିୟପାତ୍ର ଥିଲେ । ବିଧାୟକ ତଥା ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ଉନ୍ନତିରେ ଗୁରୁତ୍ଵ ପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । 

3/4

ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସଂତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି। 

 

4/4

ଏହାସହ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଧାନ ସଭା ପରିସର ମଧ୍ୟରେ ପୂର୍ବତନ ମନ୍ତ୍ରୀ ଶ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ପ୍ରାର୍ଥିବ ଶରୀରକୁ ପୁଷ୍ପ ଗୁଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରୁଛନ୍ତି।