president enjoyed the natural beauty: ପୁରୀ ବେଳାଭୁମିରେ ବୁଲି ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କଲେ ରାଷ୍ଟ୍ରପତି ।
Advertisement
Article Detail0/zeeodisha/odisha2326501

president enjoyed the natural beauty: ପୁରୀ ବେଳାଭୁମିରେ ବୁଲି ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କଲେ ରାଷ୍ଟ୍ରପତି ।

President Morning Walk in Puri Sea Beach: ପୁରୀ ସମୁଦ୍ରକୂଳରେ ମର୍ଣ୍ଣିଂ ଓ୍ୱାକ କରି ସମୁଦ୍ରର ସୌନ୍ଦର୍ଯ୍ୟକୁ ଉପଭୋଗ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

droupadi murmu

president visited puri sea beach: ଆଜି ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ତୃତୀୟ ଦିନ । ରବିବାର ମହାପ୍ରଭୁଙ୍କ ରଥଟାଣିବା ପରେ ଆଜି (ସୋମବାର)ସକାଳୁ ପୁରୀ ସମୁଦ୍ରକୂଳରେ ମର୍ଣ୍ଣି ଓ୍ବାକ୍‌ କରିଛନ୍ତି ମହାମହିମ । ପ୍ରାତଃ ଭ୍ରମଣ କରିବା ସହ ସମୁଦ୍ରର ସୌନ୍ଦର୍ଯ୍ୟକୁ ବଖାଣିଛନ୍ତି ରାଷ୍ଟ୍ରପତି । ଏଥି ସହ ପରିବେଶ ସୁରକ୍ଷାକୁ ନେଇ ଚିନ୍ତା ପ୍ରକଟ କରିବା ସହ ସୁରକ୍ଷା ପାଇଁ ଆହ୍ବାନ ଦେଇଛନ୍ତି । ଏନେଇ ରାଷ୍ଟ୍ରପତିଙ୍କ ତାଙ୍କ ସୋସିଆଲ ମିଡ଼ିଆ (ଏକ୍ସ) ରେ ନିଜର ଅନୁଭୂତି ସହିତ ଓଡ଼ିଶା ମାଟିକୁ ଭଲପାଉଥିବା ସମ୍ପର୍କରେ ଲେଖି କିଛି ଫଟୋ ସେୟାର କରିଛନ୍ତି।

ସେ ଲେଖିଛନ୍ତିଯେ, "ପୃଥିବୀରେ ଏପରି ଅନେକ ସ୍ଥାନ ରହିଛି, ଯାହା ସଂସ୍ପର୍ଶରେ ଆସିଲେ ଆମେ ଜୀବନର ଅର୍ଥ ବୁଝିପାରୁ।ବଣ-ପାହାଡ଼, ନଦ-ନଦୀ ଓ ସାଗର-ବେଳାର ସମାହାର ଏହି ଯେଉଁ ପ୍ରକୃତି, ଆମେ ତା’ର ଅଂଶବିଶେଷ ବୋଲି ଆମର ହୃଦବୋଧ ହୁଏ । ମୁଁ ଆଜି ବେଳାଭୂମିରେ ଚାଲୁଥିଲା ବେଳେ ମନ୍ଦ ମନ୍ଦ ପବନ ବହୁଥିଲା, ସମୁଦ୍ରର ଢେଉ ଗର୍ଜନ କରୁଥିଲା ଏବଂ ଜଳରାଶି ଦିଗବଳୟକୁ ଛୁଇଁଯାଉଥିଲା । ଏପରି ପରିବେଶରେ ମୁଁ ତଲ୍ଲୀନ ହୋଇଯାଇଥିଲି । ମୋର ମନେ ହେଲା, ମୁଁ ଯେମିତି ଧ୍ୟାମମଗ୍ନ ହୋଇଯାଇଛି ।

ସେ ଆହୁରି ମଧ୍ୟ ଲେଖିଛନ୍ତି ଯେ,ଗତକାଲି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲାବେଳେ ମୁଁ ଯେଉଁ ପ୍ରଶାନ୍ତି ଲାଭ କରିଥିଲି, ଏହି ପରିବେଶରେ ମଧ୍ୟ ମୋର ଅନୁରୂପ ଅନୁଭୂତି ହେଲା । ମୋର ଯେ କେବଳ ଏପରି ଅନୁଭୂତି ଅଛି ତା’ ନୁହେଁ । ନିଜ ଠାରୁ କାହିଁ କେତେ ଗୁଣ ବିଶାଳ ଏକ ସତ୍ତା ସଂସ୍ପର୍ଶରେ ଆସିଲେ ହିଁ ଆମ ଭିତରେ ଏପରି ଏକ ଭାବ ସୃଷ୍ଚି ହୁଏ । ଏହି ସତ୍ତା ଆମକୁ ଧରିରଖେ ଏବଂ ଆମ ଜୀବନକୁ ଅର୍ଥପୂର୍ଣ୍ଣ କରେ।

ଏହା ସହିତ ପ୍ରକୃତିକୁ ନେଇ ମଧ୍ୟ ଚିନ୍ତା ପ୍ରକଟ କରିଛନ୍ତି ରାଷ୍ଟ୍ରପତି।ସେ ଲେଖିଛନ୍ତି ଯେ,ଦୈନନ୍ଦିନ ଜୀବନର ଧାଁ ଦଉଡ଼ ଭିତରେ ମଣିଷ, ପ୍ରକୃତି ମାଆ ଠାରୁ ଦୂରେଇ ଯାଉଛି ଏବଂ ପ୍ରକୃତିକୁ ନିୟନ୍ତ୍ରଣ କରିପାରିଛି ବୋଲି ବାହାସ୍ଫୋଟ ମାରୁଛି ତଥା ନିଜର ସାମୟିକ ସୁଖ ପାଇଁ ପ୍ରକୃତିକୁ ଶୋଷଣ କରିଚାଲିଛି । ଏହାର କୁପରିଣତି ଆମେ ସମସ୍ତେ ଭୋଗୁଛନ୍ତି । ଚଳିତ ଗ୍ରୀଷ୍ମ ଋତୁରେ ଭାରତର ଅନେକ ସ୍ଥାନରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଥିଲା । ବିଗତ କିଛି ବର୍ଷ ହେଲା, ସମଗ୍ର ପୃଥିବୀରେ ପାଣିପାଗ ଜନିତ ଘଟଣାସବୁ ଚରମ ସ୍ତରରେ ପହଞ୍ଚିଛି ଏବଂ ଏସବୁ ଘଟଣା ଏବେ ଅଧିକରୁ ଅଧିକ ଘଟିବାରେ ଲାଗିଛି ।ଏପରିକି, ଆଗାମୀ ଦଶନ୍ଧିଗୁଡ଼ିକରେ ଏହି ସ୍ଥିତି ଆହୁରି ଭୟଙ୍କର ହେବ ବୋଲି ଏବେଠୁ ଅନୁମାନ କରାଗଲାଣି ।