ବୁଧବାର ପୁରୀ ଯାଉଛନ୍ତି କି ? ୪ ଘଣ୍ଟା ଦର୍ଶନ ବନ୍ଦ
Advertisement
Article Detail0/zeeodisha/odisha2350065

ବୁଧବାର ପୁରୀ ଯାଉଛନ୍ତି କି ? ୪ ଘଣ୍ଟା ଦର୍ଶନ ବନ୍ଦ

ଶ୍ରାବଣ କୃଷ୍ଣ ତୃତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ବୁଧବାର ପୁରୀ ଯାଉଛନ୍ତି କି ? ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ୨୪ ଜୁଲାଇ ବୁଧବାର ଦିନ ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । ଶ୍ରାବଣ କୃଷ୍ଣ ତୃତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଖାର କରାଯାଇଥାଏ।  ପରମ୍ପରା ଅନୁସାରେ, ବୁଧବାର କିମ୍ବା ଗୁରୁବାର ଦିନ ମହାପ୍ରଭୁଙ୍କ ଏହି ବନକଲାଗି ନୀତି ହୋଇଥାଏ। ଦ୍ବିପହର ଧୂପ ସରିବା ପରେ, ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ।  ଦତ୍ତ ମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ସିଂହାର କରନ୍ତି। ତିନି ଦାରୁ ମୂର୍ତ୍ତିଙ୍କ ମୁଖ ମଣ୍ତଳରେ ଶୃଙ୍ଖାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ।  ଏହି ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି।  ଏମାନଙ୍କୁ ଦତ୍ତ ମହାପାତ୍ର ସେବକ କୁହାଯାଏ।  ରଙ୍ଗ ପ୍ରସ୍ତୁତ କରିବା ଓ ବିଗ୍ରହ ମାନଙ୍କୁ ଲଗାଇବା ଏମାନଙ୍କ ମୁଖ୍ୟ କାମ। ରଙ୍ଗ ସହିତ କସ୍ତୁରୀ କେଶର ଭଳି ଦାମୀ ସୁବାଷିତ ପଦାର୍ଥ ବ୍ୟବହୃତ ହୋଇଥାଏ। ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହୃତ ହୁଏ ନାହିଁ। 

Also Read- BSNL Plan: ମାତ୍ର ଏତିକି ଟଙ୍କାରେ ୩୫ ଦିନ ପର୍ଯ୍ୟନ୍ତ ଟେନସନ ଫ୍ରି