Banaka Lagi Niti: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଜାଣନ୍ତୁ ଏହାର ମାହାତ୍ମ୍ୟ
Advertisement
Article Detail0/zeeodisha/odisha2019469

Banaka Lagi Niti: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଜାଣନ୍ତୁ ଏହାର ମାହାତ୍ମ୍ୟ

Banaka Lagi Niti: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦୁର୍ଲ୍ଲଭ ବନକଲାଗି ନୀତି (Banaka Lagi ritual) ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର(Lord Jagannath) ଶ୍ରୀମୁଖ ଶୃଙ୍ଗାର କରିବେ । 

Banaka Lagi Niti: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି,  ଜାଣନ୍ତୁ ଏହାର ମାହାତ୍ମ୍ୟ

Banaka Lagi Niti: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦୁର୍ଲ୍ଲଭ ବନକଲାଗି ନୀତି (Banaka Lagi ritual) ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର(Lord Jagannath) ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନ ସାମଗ୍ରୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ,ଶଙ୍ଖ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ସାମଗ୍ରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । 

ALSO READ: Odisha News: ଶିକ୍ଷା କ୍ଷେତ୍ରରେ ଆସିବ ପରିବର୍ତ୍ତନ, ଚାରି ହଜାରରୁ ଅଧିକ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି

ବନକଲାଗି ପରେ ମହାପ୍ରଭୁଙ୍କ ଶ୍ରୀମୁଖର ଉଜ୍ଜ୍ୱଳତା ବୃଦ୍ଧି ପାଇଥାଏ। ମହାପ୍ରଭୁଙ୍କ ଏହି ଦିବ୍ଯ ଚକାଆଖି ଭକ୍ତଜନଙ୍କୁ ଶ୍ରୀମନ୍ଦିରକୁ ଟାଣି ଆଣିଥାଏ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ସର୍ବସାଧାରଣ ଦର୍ଶନକୁ ବାରଣ (common darshan) କରାଯାଇଛି। ଏଥିପାଇଁ ଆଜି ପ୍ରାୟ ଅପରାହ୍ନ ୪ ଟା ରୁ ରାତି ୮ ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି (Shree Jagannath Temple Administration)। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର କରିବାର ସୌଭାଗ୍ୟ ପାଇବେ ଶ୍ରଦ୍ଧାଳୁ। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ । ସେପଟେ ଆଜି ବନକଲାଗି ନିତି ଥିବାରୁ ଭକ୍ତମାନେ ମଧ୍ୟ ମହାପ୍ରଭୁଙ୍କ ସେହି ଅପରୂପ ଦର୍ଶନ କରିବାକୁ ବ୍ଯାକୁଳ। ସେପଟେ ନିତିକାନ୍ତିକୁ ସଅଳ କରିବା ପାଇଁ ଆଜି ଭୋର ୩ଟା ୧୦ରେ ଶ୍ରୀମନ୍ଦିର ଦ୍ୱାର ଫିଟାନୀତି ସମ୍ପର୍ଣ୍ଣ ହୋଇଛି। ତାପରେ ମଙ୍ଗଳାଳତୀ, ମଇଲମ, ଅବକାଶ ଆଦି ଦୈନିକ ନିତି ଆଗକୁ ବଢିଛି।

ବନକଲାଗି ନୀତି କ'ଣ?
ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ପ୍ରତ୍ୟକ ମାସରେ ହାରାହାରି ଦୁଇ ଥର  ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ (ରଙ୍ଗଲାଗି) ବା ବନକ ଲାଗି ହୋଇଥାଏ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ୱାରା କରାଯାଇଥାଏ । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ (ପ୍ରାୟ ତିନି ରୁ ଚାରି ଘଣ୍ଟା ସମୟ) ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି  କୁହାଯାଏ ।