Puri News: ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ ।
Trending Photos
Puri News: ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । । ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ ଟା ରୁ ରାତି ୧୦ ଟା ପର୍ଯ୍ୟନ୍ତ ପ୍ରାୟ ପାଞ୍ଚ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ALSO READ: Weather Update: କମିବ ବର୍ଷା, ଦୀପାବଳିରୁ ପଡିବ ଥଣ୍ତା; ସତର୍କ ସୂଚନା ଜାରି କଲା ବିଭାଗ
ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ପ୍ରତ୍ୟକ ମାସରେ ହାରାହାରି ଦୁଇ ଥର ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ (ରଙ୍ଗଲାଗି) ବା ବନକ ଲାଗି ହୋଇଥାଏ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ୱାରା କରାଯାଇଥାଏ । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ (ପ୍ରାୟ ତିନି ରୁ ଚାରି ଘଣ୍ଟା ସମୟ) ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।